Posted inଖେଳ

ଚତୁର୍ଥ ଟି୨୦: ଅଷ୍ଟ୍ରେଲିଆର ବୃହତ୍‌ ବିଜୟ

ଓ୍ବେଲିଂଟନ,୬।୩(ଏପି): ନ୍ୟୁଜିଲାଣ୍ଡ ବିପକ୍ଷ ଚତୁର୍ଥ ଟି୨୦ ମ୍ୟାଚ୍‌ରେ ଭ୍ରମଣକାରୀ ଅଷ୍ଟ୍ରେଲିଆ ୫୦ ରନରେ ବିଜୟୀ ହୋଇଛି। ଫଳରେ ୫ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜ ୨-୨ ସମାନ ସ୍ତରରେ ପହଞ୍ଚିଛି। ସ୍ଥାନୀୟ ଓ୍ବେଷ୍ଟପ୍ୟାକ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଟସ୍‌ ଜିତି ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୬ ଉଇକେଟ ହରାଇ ୧୫୬ ରନ ସଂଗ୍ରହ କରିଥିଲା। ଜବାବରେ ନ୍ୟୁଜିଲାଣ୍ଡ ୧୮.୫ ଓଭରରେ ୧୦୬ ରନରେ ଅଲଆଉଟ ହୋଇ ପରାସ୍ତ ହୋଇଥିଲା। ୫୫ ବଲରୁ ୫ ଚୌକା ଓ ୪ ଛକା ସହ ୭୯ ରନର ଅପରାଜିତ ଇନିଂସ ଖେଳିଥିବା ଅଷ୍ଟ୍ରେଲିଆ ଅଧିନାୟକ ଆରୋନ ଫିଞ୍ଚ୍‌ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଥିଲେ। ପୂର୍ବରୁ ଏହି ଗ୍ରାଉଣ୍ଡରେ ଅଷ୍ଟ୍ରେଲିଆ ତୃତୀୟ ଟି୨୦ରେ ନ୍ୟୁଜିଲାଣ୍ଡକୁ ୬୪ ରନରେ ପରାସ୍ତ କରିଥିଲା।
ଫିଞ୍ଚ୍‌ଙ୍କୁ ବାଦ୍‌ ଦେଲେ ଅଷ୍ଟ୍ରେଲିଆ ତରଫରୁ ଅନ୍ୟମାନେ ଅବଶ୍ୟ ବଡ଼ ସ୍କୋର ହାସଲ କରି ନ ଥିଲେ। ଏହି କ୍ରମରେ ଓପନର ମାଥ୍ୟୁ ଓ୍ବେଡ୍‌ ୧୪, ଜୋଶ ଫିଲିପ୍‌ ୧୩, ଗ୍ଲେନ ମ୍ୟାକ୍ସଓ୍ବେଲ ୧୮, ମାର୍କସ ଷ୍ଟୋଇନିସ ୧୯ ରନ ସଂଗ୍ରହ କରିଥିଲେ। ଆଷ୍ଟନ ଅଗର ଖାତା ଖୋଲିପାରି ନ ଥିବା ବେଳେ ମିଚେଲ ମାର୍ଶ ୬ ରନକରି ଆଉଟ ହୋଇଥିଲେ। ଝେ ରିଚାର୍ଡସନ ୪ ରନକରି ଅପରାଜିତ ହୋଇଥିଲେ। ବୋଲିଂରେ ସ୍ପିନର ଇଶ୍‌ ସୋଧି ସର୍ବାଧିକ ୩, ଟ୍ରେଣ୍ଟ ବୋଲ୍ଟ ୨ ଓ ମିଚେଲ ସାଣ୍ଟନର ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
୧୫୭ ରନ ବିଜୟ ଲକ୍ଷ୍ୟର ପିଛା କରି ନ୍ୟୁଜିଲାଣ୍ଡ ନିୟମିତ ଅନ୍ତରରେ ଉଇକେଟ ହରାଇଥିଲା। ଦଳର ୮ଜଣ ବ୍ୟାଟ୍ସମ୍ୟାନ ଦୁଇଅଙ୍କ ଛୁଇଁ ପାରି ନ ଥିଲେ। ଓପନର ତଥା ଉଇକେଟକିପର ଟିମ ସେଇଫର୍ଟ ୧୯, ଡେଭନ କନ୍‌ଓ୍ବେ ୧୭ ଓ କାଏଲ ଜେମିସନ ସର୍ବାଧିକ ୩୦ (୧୮ ବଲ, ୫ ଚୌକା) ରନ ସଂଗ୍ରହ କରିଥିଲେ। ଅଷ୍ଟ୍ରେଲିଆ ତରଫରୁ ବୋଲିଂରେ ଦ୍ରୁତ ବୋଲର କେନ୍‌ ରିଚାର୍ଡସନ ୩ ଉଇକେଟ ଅକ୍ତିଆର କରିଥିଲେ। ୩ ସ୍ପିନର ଆଷ୍ଟନ ଅଗର, ଆଡାମ ଜାମ୍ପା ଓ ଗ୍ଲେନ୍‌ ମ୍ୟାକ୍ସଓ୍ବେଲ୍‌ ୨ଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଅଷ୍ଟ୍ରେଲିଆ ୨୦ ଓଭରରେ ୧୫୬/୬
(ଆରୋନ ଫିଞ୍ଚ୍‌- ୭୯*, ଷ୍ଟୋଇନିସ- ୧୯, ମ୍ୟାକ୍ସଓ୍ବେଲ- ୧୮, ଓ୍ବେଡ- ୧୪, ସୋଧି- ୩/୩୨, ବୋଲ୍ଟ- ୨/୨୭)।
ନ୍ୟୁଜିଲାଣ୍ଡ ୧୮.୫ ଓଭରରେ ୧୦୬ ଅଲଆଉଟ
(ରିଚାର୍ଡସନ- ୩/୧୯, ଅଗର- ୨/୧୧, ଜାମ୍ପା- ୨/୨୪, ମ୍ୟାକ୍ସଓ୍ବେଲ- ୨/୧୪)।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri