ଭାରତରେ ଚତୁର୍ଥ ଲହର ହେବନି ଗୁରୁତର, ବିଶେଷଜ୍ଞଙ୍କ ସୂଚନା…

ନୂଆଦିଲ୍ଲୀ,୨୧।୩ : ଚାଇନାରେ ଓମିକ୍ରନ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ସଂକ୍ରମଣକୁ ରୋକିବା ପାଇଁ ସମଗ୍ର ଦେଶରେ ଲକଡାଉନ ପରି ପରିସ୍ଥିତି ସୃଷ୍ଟି ହେବାକୁ ଯାଉଛି । ଅନ୍ୟ କେତେକ ଦେଶରେ ମଧ୍ୟ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ୟୁରୋପରେ ପ୍ରତିଦିନ ଲକ୍ଷ ଲକ୍ଷ ମାମଲା ରୁଜୁ ହେଉଛି।

ହଂକଂରେ ମଧ୍ୟ ଲକ୍ଷ ଲକ୍ଷ ମାମଲା ଆସୁଛି। ସେହିପରି ଦକ୍ଷିଣ କୋରିଆରେ ମଧ୍ୟ ୪-୫ ଲକ୍ଷ ମାମଲା ଚିହ୍ନଟ ହୋଇଛି। କିନ୍ତୁ ଏଭଳି ଏକ ବଡ ସମସ୍ୟା ବର୍ତ୍ତମାନ ଭାରତରେ ଆସୁଥିବା ପରି ମନେ ହେଉନାହିଁ। ଏହାର କାରଣ ହେଉଛି ଭାରତରେ ବ୍ୟାପକ ଟିକାକରଣ।

ବିଶେଷଜ୍ଞମାନେ କହିଛନ୍ତି ଯେ ଭାରତରେ କରୋନା ମହାମାରୀର ଚତୁର୍ଥ ଆସିଲେ ମଧ୍ୟ ଏହାର କୌଣସି ଗୁରୁତର ପ୍ରଭାବ ପଡ଼ିବ ନାହିଁ। ଏହାସହ ସରକାର ମାସ୍କର ଆବଶ୍ୟକତାରୁ ମୁକ୍ତି ଦେବା ଉପରେ ମଧ୍ୟ ବିଚାର କରିବା ଉଚିତ ବୋଲି ସେମାନେ ମତ ଦେଇଛନ୍ତି। ପ୍ରାକୃତିକ ସଂକ୍ରମଣ ଦ୍ୱାରା ସୃଷ୍ଟି ହୋଇଥିବା ରୋଗ ପ୍ରତିରୋଧକ ଶକ୍ତି ଏବଂ ବ୍ୟାପକ ଟିକାକରଣ ଯୋଗୁ ଭାରତରେ ସ୍ଥିତି ଭଲ ରହିଛି। ଏମ୍ସ୍‌ ର ସିନିୟର ଏପିଡେମୋଲୋଜିଷ୍ଟ ଡାକ୍ତର ସଞ୍ଜୟ ରାୟ କହିଛନ୍ତି ଯେ କରୋନା ଭାଇରସର ବହୁ ପରିବର୍ତ୍ତନ ହୋଇଛି।

ଭାରତରେ କରୋନା ମହାମାରୀର ଦ୍ୱିତୀୟ ଲହର ଏତେ ଦ୍ରୁତ ଗତିରେ ଆସିଲା ଯେ ସୁସ୍ଥ ହେବାର କୌଣସି ସୁଯୋଗ ନଥିଲା। ଅବଶ୍ୟ, ସେହି ସମୟ ମଧ୍ୟରେ ଦେଶର ୯୦ ପ୍ରତିଶତରୁ ଅଧିକ ଲୋକଙ୍କର ରୋଗ ପ୍ରତିରୋଧକ ଶକ୍ତି ସୃଷ୍ଟି ହୋଇଥିଲା। ଏଭଳି ପରିସ୍ଥିତିରେ ଭାରତର ଲୋକମାନେ କରୋନା ଜୀବାଣୁ ମୁକାବିଲା ପାଇଁ ସ୍ବାଭାବିକ ଭାବରେ ପ୍ରସ୍ତୁତ ଅଛନ୍ତି। ଏହା ବ୍ୟତୀତ ସମଗ୍ର ଦେଶରେ ବ୍ୟାପକ ଟିକାକରଣ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

ତେଜିଲା ବିବାଦ! ୨ ନିର୍ବାଚନ କମିଶନରଙ୍କୁ ସିଧା ହଟାଇଦେବେ କି ଜ୍ଞାନେଶ କୁମାର?

ନୂଆଦିଲ୍‌ଲୀ,୨୯।୯: ଭାରତୀୟ ନିର୍ୱାଚନ ଆୟୋଗରେ ମୁହାଁମୁହିଁ ମୁଖ୍ୟ ନିର୍ୱାଚନ କମିଶନର ଓ ଦୁଇ କମିଶନର! ମୁଖ୍ୟ ନିର୍ୱାଚନ କମିଶନର ଜ୍ଞାନେଶ କୁମାରଙ୍କ କାର୍ଯ୍ୟଶୈଳୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି…

‘ଜ୍ଞାନେଶ କୁମାର କିପରି ଇସ୍ତଫା ଦେବେ ନାହିଁ?’ CWC ବୈଠକରେ କିଏ କହିଲେ ଏମିତି, ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୯: ମଙ୍ଗଳବାର ନୂଆଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରୀ କମିଟି (CWC)ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଭୋଟର ତାଲିକାର ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ’ (SIR), ନିର୍ବାଚନ…

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?