ଦିଲ୍ଲୀ-ୟୁପି-ହରିୟାଣାରେ ଆସିବ ଚତୁର୍ଥ ଲହର, ୪ ମାସ ଧରି ରଚିବ ତାଣ୍ଡବ…

ନୂଆଦିଲ୍ଲୀ, ୨୭।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏଭଳି ପରିସ୍ଥିତିରେ କରୋନାର ଚତୁର୍ଥ ଲହର ଆସିବା ଆତଙ୍କ ବଢ଼ିବାରେ ଲାଗିଛି। ବିଶେଷଜ୍ଞଙ୍କ ଅନୁଯାୟୀ, ଉତ୍ତରପ୍ରଦେଶ(ୟୁପି), ହରିୟାଣା ଏବଂ ଦିଲ୍ଲୀରେ ଏହି ବିପଦ ସର୍ବାଧିକ ରହିଛି । କିନ୍ତୁ ଏହା ଅନ୍ୟ ରାଜ୍ୟକୁ ମଧ୍ୟ ବ୍ୟାପିବାର ଆଶଙ୍କା ରହିଛି।

ଏଥି ସହିତ, କାନପୁର ଆଇଆଇଟିର ବିଶେଷଜ୍ଞମାନେ ଚେତାବନୀ ଦେଇଛନ୍ତି ଯେ ଯଦି ଲୋକମାନେ ସେମାନଙ୍କର ବୈନନ୍ଦିନ କାର୍ଯ୍ୟରେ ପରିବର୍ତ୍ତନ ନକରନ୍ତି ଏବଂ କରୋନାକୁ ରୋକିବା ପାଇଁ ପଦକ୍ଷେପ ଗ୍ରହଣ କରନ୍ତି ନାହିଁ, ତେବେ ଜୁନ ମାସରେ କରୋନାର ଚତୁର୍ଥ ଲହର ଆସିପାରେ।

ଚତୁର୍ଥ ଲହରର ପ୍ରଭାବ ୪ ମାସ ଧରି ରହିିବ। କାନପୁର ଆଇଆଇଟିର ବିଶେଷଜ୍ଞଙ୍କ ଅନୁଯାୟୀ, ଜୁନ ମାସରେ ଦେଶର ଚତୁର୍ଥ ଲହର ଆସିବ। ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ସଂକ୍ରମିତ ହେବେ। କରୋନାର ଚତୁର୍ଥ ଲହର ଜୁନ ରୁ ଆରମ୍ଭ ହୋଇ ସେପ୍ଟେମ୍ବର-ଅକ୍ଟୋବର ପର୍ଯ୍ୟନ୍ତ ଚାଲିପାରେ। ଏହାର ଶୀର୍ଷ ଅଗଷ୍ଟ ମାସରେ ଆସିପାରେ। ଯେଉଁମାନେ ଟିକା ନେଇ ନାହାନ୍ତି ସେମାନେ କରୋନାର ଚତୁର୍ଥ ଲହରରେ ଅଧିକ ବିପଦରେ ପଡ଼ିବାର ଆଶଙ୍କା ରହିଛି। ବିଶେଷ କଥା ହେଉଛି କରୋନାର ଚତୁର୍ଥ ଲହର କେବଳ ଓମିକ୍ରନ ଏବଂ ଏହାର ଉପ-ଭାରିଆଣ୍ଟ୍‌ ବିଏ.୧ ଏବଂ ବିଏ.୨ ଯୋଗୁ ବ୍ୟାପିବ।

ଏହା ବ୍ୟତୀତ, କରୋନାର ବାକି ଷ୍ଟ୍ରେନ ମଧ୍ୟ ଏଥିରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ। ଆଇଆଇଟି କାନପୁରର ଏହି ଗବେଷଣା ରିପୋର୍ଟେ ମେଡ୍‌ରାକ୍ସଭି ପତ୍ରିକାରେ ପ୍ରକାଶିତ ହୋଇଛି। ଆଇଆଇଟି କାନପୁରର ବିଶେଷଜ୍ଞମାନେ ମହାମାରୀର ତୃତୀୟ ଲହରକୁ ସଠିକ ଭାବରେ ଗଣନା କରିଥିଲେ। ସେମାନଙ୍କର ନୂତନ ତଥ୍ୟ ଅନୁଯାୟୀ, ଜୁନ ୨୨ ରୁ ଅକ୍ଟୋବର ୨୪ ପର୍ଯ୍ୟନ୍ତ, ଚତୁର୍ଥ ଲହର ଆସିବ। ଯେଉଁଥିରେ ଲକ୍ଷ ଲକ୍ଷ ଲୋକ କରୋନା ସଂକ୍ରମିତ ହେବାର ଆଶଙ୍କା ରହିଛି ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri