Posted inଖେଳ

ଫାଉଲରଙ୍କ ଅଡୁଆ ବଢ଼ିଲା

ମାର୍ଗାଓ, ୧୬ା୨ (ପି.ଟି.): ଏସ୍‌ସି ଇଷ୍ଟବେଙ୍ଗଲର ହାଇପ୍ରୋଫାଇଲ ଇଂଲିଶ କୋଚ୍‌ ରୋବି ଫାଉଲରଙ୍କୁ ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌) ତରଫରୁ ସୋମବାର କାରଣ ଦର୍ଶାଅ ନୋଟିସ୍‌ ହେବାରୁ ତାଙ୍କ ଅଡୁଆ ବଢିଯାଇଛି। ତାଙ୍କୁ ଶୃଙ୍ଖଳା କମିଟି ଆଗରେ ହାଜର ହେବାକୁ ପଡ଼ିବ। ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ)ରେ ଗତ ଶୁକ୍ରବାର ଭାସ୍କୋସ୍ଥିତ ତିଳକ ମୈଦାନ ଷ୍ଟାଡିୟମରେ ହାଇଦ୍ରାବାଦ ଏଫ୍‌ସି ବିପକ୍ଷ ମ୍ୟାଚ ପରେ ଫାଓଲରଙ୍କର ବିପକ୍ଷ ଦଳର ଖେଳାଳିମାନଙ୍କ ସହ ବଚସା ହୋଇଥିଲା। ସେମାନଙ୍କ ବିରୋଧରେ ସେ ଖରାପ ଭାଷା ପ୍ରୟୋଗ କରିଥିଲେ। ଏପରିକି ଭାରତୀୟ ରେଫରିଙ୍କୁ ସେ ଅପମାନିତ କରି ଟିପ୍ପଣୀ ଦେଇଥିଲେ। ମ୍ୟାଚଟି ୧-୧ରେ ଅମୀମାଂସିତ ଭାବେ ଶେଷ ହୋଇଥିଲା। ଫାଓଲର ଷ୍ଟାଣ୍ଡରୁ ଖେଳ ଦେଖୁଥିଲେ। ସେ ଦୋଷୀ ସାବ୍ୟସ୍ତ ହେବାରୁ ଫେବୃୟାରୀ ୩ରେ ତାଙ୍କୁ ୪ଟି ମ୍ୟାଚ୍‌ରୁ ସସ୍‌ପେଣ୍ଡ କରାଯିବା ସହ ୫ ଲକ୍ଷ ଟଙ୍କା ଜରିମାନା ହୋଇଥିଲା। ପୂର୍ବତନ ବିଶ୍ୱକପ୍‌ ଖେଳାଳି କିନ୍ତୁ ସଫେଇ ଦେଇଥିଲେ ସେ କୌଣସି ଜାତିଆଣ ଟିପ୍ପଣୀ ଦେଇ ନାହାନ୍ତି। ଫେବୃୟାରୀ ୨୩ରେ ତାଙ୍କ ଦଳର ନର୍ଥଇଷ୍ଟ ୟୁନାଇଟେଡ୍‌ ଏଫ୍‌ସି ବିପକ୍ଷ ଲିଗ୍‌ ମ୍ୟାଚ୍‌ ପର୍ଯ୍ୟନ୍ତ ସେ ସସ୍‌ପେଣ୍ଡ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ

ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

ଗତ ୭ ବର୍ଷ ହେବ BCCI ବଢାଇନାହିଁ ଅମ୍ପାୟର୍ସଙ୍କ ଦରମା, ଜାଣନ୍ତୁ ଗୋଟିଏ ମ୍ୟାଚ ପାଇଁ କେତେ ମିଳେ

ନୂଆଦିଲ୍ଲୀ,୨୬।୧୨: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆନ୍ତର୍ଜାତୀୟ ଏବଂ ଘରୋଇ, ପୁରୁଷ ଏବଂ ମହିଳା ଉଭୟ ଖେଳାଳିଙ୍କ ଦରମାରେ...

ଅଶାଳୀନ ମନ୍ତବ୍ୟ ଦେଲେ ଫ୍ୟାନ୍‌: ସମସ୍ତଙ୍କୁ ଚକିତ କଲା ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରତିକ୍ରିୟା

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ୍ ଅଲ୍-ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହ ଜଣେ ଫ୍ୟାନ୍‌ଙ୍କ ଅଶାଳୀନ ଆଚରଣର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଖ୍ରୀଷ୍ଟମାସ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri