ଅଲିମ୍ପିକ୍ସ ପୂର୍ବରୁ ଫ୍ରାନ୍ସକୁ ଚିନ୍ତାରେ ପକାଇଛି ଛାରପୋକ, ଜାତୀୟ କାର୍ଯ୍ୟ ଯୋଜନା ପ୍ରସ୍ତୁତି ପାଇଁ ହେଲାଣି ଦାବି

ପ୍ୟାରିସ,୫।୧୦: ଆଜିକାଲି ବେଡବଗ ଛାରପୋକ ଆତଙ୍କ ସହ ଫ୍ରାନ୍ସ ସଂଘର୍ଷ କରୁଛି। ଫ୍ରାନ୍ସର ସବୁ ସ୍ଥାନରେ ଏହି ଛାରପୋକ ସଂଖ୍ୟା ବୃଦ୍ଧି ପାଉଛି। ବିଶେଷକରି ଫ୍ରାନ୍ସର ପ୍ୟାରିସ ଏବଂ ମାର୍ସେଲ ସହର ଏହି ସମସ୍ୟା ସହ ସଂଘର୍ଷ କରୁଛନ୍ତି। ଏହି କାରଣରୁ ଲୋକଙ୍କ ମଧ୍ୟରେ ଏକ ପ୍ରକାର ଆତଙ୍କ ସୃଷ୍ଟି ହୋଇଛି। ପ୍ରାୟ ୧୦ମାସ ପୂର୍ବରୁ ଫ୍ରାନ୍ସରେ ଆରମ୍ଭ ହୋଇଥିବା ଛାରପୋକ ସଂଖ୍ୟା ବୃଦ୍ଧିକୁ ନେଇ ଚିନ୍ତା ପ୍ରକାଶ ପାଇଥିଲା। ଆସନ୍ତା ବର୍ଷ ପ୍ୟାରିସରେ ଅଲିମ୍ପିକ ଗେମ୍ସ ଆୟୋଜିତ ହେବାକୁ ଯାଉଥିବାରୁ ଫ୍ରାନ୍ସ ସରକାର ଏହାକୁ ନେଇ ଚିନ୍ତିତ ଅଛନ୍ତି।
ଚଳିତ ବର୍ଷ ଗ୍ରୀଷ୍ମ ଋତୁରେ ଫ୍ରାନ୍ସର ହୋଟେଲ ଏବଂ ଅନ୍ୟାନ୍ୟ ପର୍ଯ୍ୟଟନ ସ୍ଥାନଗୁଡିକରେ ଛାରପୋକ ଦେଖିବାକୁ ମିଳିଥିଲା। ଧୀରେ ଧୀରେ ଏହା ଫ୍ରାନ୍ସର ସବୁଆଡେ ବ୍ୟାପିବାରେ ଲାଗିଲା। ବର୍ତ୍ତମାନ ଏହି ଛାରପୋକ ସିନେମା ହଲ, ଟ୍ରେନ, ବସ ଏବଂ ଘରେ ପ୍ରବେଶ କରିସାରିଲେଣି। ଛାରପୋକଜ ଏବଂ ମଶା ହଟାଇବାରେ ନିୟୋଜିତ କମ୍ପାନୀଗୁଡିକ ମଧ୍ୟ ଆଶା ଛାଡି ଦେଇଛନ୍ତି ଏବଂ ସେମାନଙ୍କୁ ନିୟନ୍ତ୍ରଣ କରିବାରେ ସକ୍ଷମ ନୁହଁନ୍ତି ବୋଲି କହିଛନ୍ତି। ଅଲିମ୍ପିକ୍ସ ସମୟରେ ପ୍ୟାରିସକୁ ବହୁ ସଂଖ୍ୟାରେ ପର୍ଯ୍ୟଟକ ଆସୁଥିବା ଦେଖି ଫ୍ରାନ୍ସ ସରକାର ଚିନ୍ତିତ ଅଛନ୍ତି। ଏହି କାରଣରୁ, ଫ୍ରାନ୍ସର ଲୋକମାନେ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ପ୍ୟାରିସର ଡେପୁଟି ମେୟର ଇମାନୁଏଲ ଗ୍ରେଗୋରୀ ପ୍ରଧାନମନ୍ତ୍ରୀ ଏଲିଜାବେଥ ବୋର୍ନଙ୍କୁ ଏକ ଚିଠି ଲେଖି ଏହି ସମସ୍ୟା ବିରୋଧରେ ଜାତୀୟ କାର୍ଯ୍ୟ ଯୋଜନା କରିବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୦ ବର୍ଷ ସଂଘ ପରେ ୬୩ ପରିବାରକୁ ମିଳିଲା ଜଙ୍ଗଲ ଜମି ପଟ୍ଟା

ଥୁଆମୂଳ ରାମପୁର,୨୬ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ପଞ୍ଚାୟତର ଅଣ-ସର୍ଭେ ଗ୍ରାମ ସେମେଲପଦରର ୬୩ଟି ବନବାସୀ ପରିବାରକୁ ବହୁ ପ୍ରତୀକ୍ଷିତ ବ୍ୟକ୍ତିଗତ ଜଙ୍ଗଲ…

ଫ୍ଲାଟ୍ ଲୋଭରେ ଭଉଣୀଙ୍କୁ ଖଣ୍ଡଖଣ୍ଡ କଲେ ଭାଇ, ଶବକୁ ଟଏଲେଟ୍‌ରେ ଫ୍ଲଶ୍ କରିବା ବେଳେ….

ମସ୍କୋ,୨୬।୬: ମସ୍କୋରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ତିନି କୋଠରୀ ବିଶିଷ୍ଟ ଫ୍ଲାଟ ପାଇବା ପାଇଁ ଜଣେ ଭାଇ ଭଗାରି ପାଲଟିଗଲେ। ପ୍ରଥମେ, ସେ…

କେସିଙ୍ଗା ଷ୍ଟେଶନ ପରିଦର୍ଶନ କଲେ ଜେନେରାଲ ମ୍ୟାନେଜର

କେସିଙ୍ଗା,୨୬।୬.(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନକୁ ଜେନେରାଲ ମ୍ୟାନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆରଏମ ସୁବାସ ଚନ୍ଦ୍ର ଚୌଧୁରୀ ଏବଂ…

ନୂଆପଡ଼ା ମୁଖ୍ୟ ଚିକିତ୍ସାଳୟରେ ବିରଳ ଅସ୍ତ୍ରୋପଚାର: ଯୁବକଙ୍କୁ ନୂଆ ଜୀବନ ଦେଲେ ଡାକ୍ତର

ନୂଆପଡ଼ା,୨୬/୬(ମକାରୁ ବେମାଲ): ସୀମିତ ସମ୍ବଳ କିନ୍ତୁ ଅସୀମ ସାହସ ଓ ଅସାଧାରଣ ଦକ୍ଷତା । ପୁଣିଥରେ ନିଜର ଚମତ୍କାରିତା ଦେଖାଇଛନ୍ତି ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟର ଅଭିଜ୍ଞ…

ବବି ଦାସଙ୍କୁ ଭେଟିଲେ ସୁଜାତା ପାଣ୍ଡିଆନ: ରାଜ୍ୟ ରାଜନୀତି ସରଗରମ

ଭୁବନେଶ୍ୱର,୨୬।୬: ପୂର୍ବତନ ଆଇଏଏସ୍‌ ଅଫିସର ତଥା କାର୍ତ୍ତିକ ପାଣ୍ଡିଆନଙ୍କ ସ୍ତ୍ରୀ ସୁଜାତା ପାଣ୍ଡିଆନ ବିଜେଡିରେ ସାମିଲ ହେବାପରେ ରାଜ୍ୟ ରାଜନୀତି ସରଗରମ ହୋଇପଡ଼ିଛି। ଆଗକୁ ସେ କୁଆଡେ…

ଭେନେଜୁଏଲା ଭୂକମ୍ପର ଭଗ୍ନାବଶେଷ ଭିତରୁ ଖୋଜା ଚାଲିଛି ଜୀବନ, ଛାତି ଥରାଇ ଦେଉଛି ଶିଶୁଙ୍କ ସହ ନିର୍ବାକ ଜୀବଙ୍କ ଫଟୋ

କାରାକାସ୍‌,୨୬।୬: ଭେନେଜୁଏଲାରେ ଭୂମିକମ୍ପ ପରେ ଅତି କମରେ ୨୩୫ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୪,୩୦୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି, ଯେତେବେଳେ ହଜାର ହଜାର…

Ketan Murder Case: କେତନଙ୍କ ମୁଣ୍ଡରେ କେଶ ନ ଥିଲା ସେଥିପାଇଁ ସିୟା ତାଙ୍କୁ ହତ୍ୟା କଲେ!

ପୁଣେ,୨୬।୬: ପୁନେର ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ଲୋହାଗଡ ଫୋର୍ଟରେ ହତ୍ୟା ମାମଲାରେ ନୂତନ ତଥ୍ୟ ଆସିବାରେ ଲାଗିଛି। ହତ୍ୟାର ଅଭିଯୁକ୍ତ ଭାବି ପତ୍ନୀ ସିୟା ଗୋଏଲ ଏବେ…

ବହି ତ୍ରୁଟି ପଛରେ ରହିଛି ବଡ଼ ଷଡ଼ଯନ୍ତ୍ର, ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୬: ଓଡ଼ିଆ ପାଠ୍ୟ ପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେ କହିଛନ୍ତି, ତ୍ରୁଟି ପଛରେ ବଡ଼ ଷଡ଼ଯନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri