ଭାରତୀୟ ଯାତ୍ରୀଙ୍କ ଧରି ଉଡ଼ାଣ ଭରିଲା ଫ୍ରାନ୍ସରେ ଅଟକ ଥିବା ବିମାନ

ନୂଆଦିଲ୍ଲୀ, ୨୫।୧୨: ଫ୍ରାନ୍ସରେ ଅଟକି ରହିଥିବା ବିମାନ ମୁମ୍ବାଇ ଅଭିମୁଖେ ଯାତ୍ରା କରିଛି। ମାନବ ଚାଲାଣ ସନ୍ଦେହରେ ଶୁକ୍ରବାର (୨୨ ଡିସେମ୍ବର) ମୁମ୍ବାଇ ଅଭିମୁଖେ ଯାତ୍ରା କରୁଥିବା ବିମାନ ବନ୍ଦରରେ ଅଟକି ରହିଥିଲା। ଏହି ବିମାନରେ ୩୦୩ ଜଣ ଯାତ୍ରୀ ଥିଲେ, ସେମାନଙ୍କ ମଧ୍ୟରେ ଅଧିକାଂଶ ଭାରତୀୟ ଥିଲେ।

ଏହି ପ୍ରସଙ୍ଗରେ ଭାରତ ସରକାର ଫ୍ରାନ୍ସକୁ ଧନ୍ୟବାଦ ଜଣାଇଛନ୍ତି। ଫ୍ରାନ୍ସରେ ଥିବା ଭାରତୀୟ ଦୂତାବାସ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ଯଥାଶୀଘ୍ର ପରିସ୍ଥିତିର ସମାଧାନ ପାଇଁ ଫ୍ରାନ୍ସ ସରକାର ଏବଂ ଭାଟ୍ରି ବିମାନ ବନ୍ଦରକୁ ଧନ୍ୟବାଦ।

ରୋମାନିଆ ଏୟାରଲାଇନ୍ସ ଲିଜେଣ୍ଡ ଏୟାରଲାଇନ୍ସର ଓକିଲ ଲିଲିୟାନା ବକାୟୋକୋ କହିଛନ୍ତି ଯେ ବିମାନକୁ ଲିଜ୍ ଦେଇଥିବା ଏକ ସହଭାଗୀ କମ୍ପାନୀ ପ୍ରତ୍ୟେକ ଯାତ୍ରୀଙ୍କ ପରିଚୟପତ୍ର ଯାଞ୍ଚ କରିବା ପାଇଁ ଦାୟୀ ଏବଂ ବିମାନର ୪୮ ଘଣ୍ଟା ପୂର୍ବରୁ ଯାତ୍ରୀଙ୍କ ପାସପୋର୍ଟ ସୂଚନା ବିମାନକୁ ପଠାଇଥିଲା। ସୂଚନାଯୋଗ୍ୟ ଫ୍ରାନ୍ସରେ ମାନବ ଚାଲାଣ ପାଇଁ ୨୦ ବର୍ଷ ପର୍ଯ୍ୟନ୍ତ ଦଣ୍ଡର ବ୍ୟବସ୍ଥା ରହିଛି।

ଘଟଣା ମୁତାବକ ରବିବାର (୨୪ ଡିସେମ୍ବର) ରେ ରୋମାନିଆ କମ୍ପାନୀ ‘ଲିଜେଣ୍ଡ ଏୟାରଲାଇନ୍ସ’ ଦ୍ୱାରା ପରିଚାଳିତ ଏ୩୪୦ ବିମାନକୁ ପୁଣି ଯାତ୍ରା କରିବାକୁ ଫ୍ରାନ୍ସ କର୍ତ୍ତୃପକ୍ଷ ଅନୁମତି ଦେଇଥିଲେ। ସଂଯୁକ୍ତ ଆରବ ଏମିରେଟ୍ସର ଦୁବାଇରୁ ୩୦୩ ଜଣ ଯାତ୍ରୀଙ୍କ ସହ ନିକାରାଗୁଆ ଅଭିମୁଖେ ଯାତ୍ରା କରୁଥିବା ବେଳେ ମାନବ ଚାଲାଣ ସନ୍ଦେହରେ ଶୁକ୍ରବାର (ଡିସେମ୍ବର ୨୨) ପ୍ୟାରିସର ୧୫୦ କିଲୋମିଟର ପୂର୍ବରେ ଥିବା ଭାଟ୍ରି ବିମାନ ବନ୍ଦରରେ ଅଟକ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri