ପୁଣିଥରେ ରାଷ୍ଟ୍ରପତି ନିର୍ବାଚିତ ହେଲେ ଇମାନୁଏଲ

ପ୍ୟାରିସ,୨୫ ।୪: ଲଗାତାର ଦ୍ୱିତୀୟ ଥର ଲାଗି ଇମାନୁଏଲ ମାକ୍ରୋନ ଫ୍ରାନ୍ସର ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି । ରାଷ୍ଟ୍ରପତି ନିର୍ବାଚନର ଶେଷ ମତଦାନରେ ସେ ଧୁର ଦକ୍ଷିଣପନ୍ଥୀ ମରିନ ଲେ ପେନଙ୍କୁ ହରାଇଛନ୍ତି । ରବିବାର ଭୋଟିଂ ଆରମ୍ଭରୁ ମାକ୍ରୋନଙ୍କୁ ୫୮.୮ ପ୍ରତିଶତ ଭୋଟ ମିଳିଥିବା ବେଳେ ତାଙ୍କ ପ୍ରତିଦ୍ୱନ୍ଦୀ ମରିନ ଲେ ପେନ କେବଳ ୪୧.୨ ପ୍ରତିଶତ ଭୋଟ ହାସଲ କରିପାରିଥିଲେ । ୪୪ ବର୍ଷିୟ ମାକ୍ରୋନ ୨୦ ବର୍ଷ ମଧ୍ୟରେ ଦ୍ୱିତୀୟ ଥର ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇ ରେକର୍ଡ କରିଛନ୍ତି । ତେବେ ୨୦ ବର୍ଷ ମଧ୍ୟରେ ସେ ପ୍ରଥମ ରାଷ୍ଟ୍ରପତି ଭାବେ ଦ୍ୱିତୀୟ ଥର ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି । ମାକ୍ରୋନଙ୍କ ବିରୋଧରେ ପ୍ୟାରିସରେ ପ୍ରଦର୍ଶନ କରୁଥିବା ଲୋକଙ୍କ ଉପରକୁ ପୋଲିସ ଲୁହବୁହା ଗ୍ୟାସ ପ୍ରୟୋଗ କରିଛି ।
ନିର୍ବାଚନର ଅଫିସିଆଲ ଫଳାଫଳ ଆସିବା ପୂର୍ବରୁ ପେନ ତାଙ୍କ ପରାଜୟ ସ୍ୱୀକାର କରି ସାରିଛନ୍ତି । କିନ୍ତୁ ସେ କହିଛନ୍ତି ଫ୍ୟାନ୍ସ ପାଇଁ ତାଙ୍କ ଲଢେଇ ଜାରି ରହିବ । ତେବେ ମାକ୍ରୋଙ୍କ ବିରୋଧରେ ଅନ୍ୟ ଦଳମାନେ ଏକଜୁଟ ହେବାକୁ ସେ ଆହ୍ୱାନ ଦେଇଛନ୍ତି । ଆରମ୍ଭର ଫଲାଫଳ ଆସିବା ପରେ ମାକ୍ରୋନଙ୍କ ନିକଟକୁୁ ଶୁଭେଚ୍ଛାର ସୁଅ ଛୁଟିଥିଲା । ୟୁରୋପୀୟ ଅୟୋଗର ପ୍ରେସିଡେଣ୍ଟ ଉର୍ସଳା ୱୋ ଡେର ଲେୟନ ଫ୍ରେଞ୍ଚରେ ଟୁଇଟ୍ କରି କହିଛନ୍ତି ଆମେ ଏକାଠି ମିଶି ଫ୍ରାନ୍ସ ଓ ୟୁରୋପକୁ ପ୍ରଗତିର ରାସ୍ତାରେ ଆଗେଇ ନେବା ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ମହାଶକ୍ତିର ପ୍ରହାର: ଖାମେନେଇଙ୍କ ବାସଭବନ ଧ୍ୱଂସ, ଟ୍ରମ୍ପ କହିଲେ‘ ଇରାନବାସୀଙ୍କ ମୁକ୍ତି ସମୟ ଆସିଛି’ 

ଓ୍ବାଶିଂଟନ,୨୮।୨: ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ସାମରିକ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭୟଙ୍କର ରୂପ ନେଇଛି। ଏହି ଆକ୍ରମଣର କିଛି ଘଣ୍ଟା ପରେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

T20 ବିଶ୍ୱକପ୍‌ରୁ ପାକିସ୍ତାନର ବିଦାୟ: ମ୍ୟାଚ୍‌ ଜିତି ମଧ୍ୟ ସେମିଫାଇନାଲରୁ ବାହାର, ଏମିତି ବିଗିଡ଼ି ଗଲା…

ନୂଆଦିଲ୍ଲୀ,୨୮।୨: ପାକିସ୍ତାନ କ୍ରିକେଟ ଦଳ ପାଇଁ ଟି-୨୦ ବିଶ୍ୱକପ ୨୦୨୬ର ଯାତ୍ରା ଶେଷ ହୋଇଛି। ସୁପର-୮ ର ନିଜର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ…

ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା…

ଚିହିଁକି ଉଠିଲା ଇରାନ, UAE ସମେତ ଏହି ୮ ଦେଶ ଉପରେ କ୍ଷେପଣାସ୍ତ୍ର ମାଡ଼, ଆମେରିକୀୟ ଘାଟିରୁ…

ତେହରାନ,୨୮।୨: ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଇରାନ ଏବେ ପାଲଟା ଜବାବ ଦେଇ ଯୁଦ୍ଧ ଘୋଷଣା କରିଛି। ଶନିବାର ଇରାନ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

SL vs PAK: ସବୁଠୁ ବଡ଼ ମ୍ୟାଚ୍‌ରୁ ବାବରଙ୍କୁ ବାଦ ଦେଲା ପାକିସ୍ତାନ, ସେମିଫାଇନାଲ ଖେଳିବା ପାଇଁ ଦଳର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୮।୨: ଟି-୨୦ ବିଶ୍ୱକପ ୨୦୨୬ର ସେମିଫାଇନାଲ ଦୌଡ଼ ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଗ୍ରୁପ-୨ରୁ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ ମଧ୍ୟରୁ କିଏ ଶେଷ୍ଠ ୪ରେ ସ୍ଥାନ ପାଇବ,…

ବିଜେଡିରୁ ବହିଷ୍କୃତ ହେଲେ ପ୍ରଭାତ ବିଶ୍ବାଳ

ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ଏନେଇ…

ଅବ୍ୟବସ୍ଥାରେ ସାପ୍ତାହିକ ହାଟ, ପରିବା ପାଇଁ ଯିବାକୁ ନାକ ଟେକୁଛନ୍ତି ଲୋକେ

ଗଞ୍ଜାମ,୨୮ା୨(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ କାଳୀମନ୍ଦିର ନିକଟସ୍ଥ କଲେଜ ରୋଡ୍‌ଠାରେ କିଛି ମାସ ହେବ ଶନିବାର ସାପ୍ତାହିକ ହାଟର ଶୁଭାରମ୍ଭ ହୋଇଥିଲା। ବର୍ତ୍ତମାନ ଉକ୍ତ ସାପ୍ତାହିକ ହାଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri