Posted inଖେଳ

ଆରମ୍ଭରୁ ଝୁଣ୍ଟିଲା ଭାରତ

ଭୁବନେଶ୍ୱର,୨୪।୧୧: କଳିଙ୍ଗ ଷ୍ଟାଡିୟମରେ ବୁଧବାରଠାରୁ ଆରମ୍ଭ ହୋଇଯାଇଛି ଜୁନିୟର ପୁରୁଷ ହକି ବିଶ୍ୱକପ। ପ୍ରଥମ ଦିନରେ ଡିଫେଣ୍ଡିଂ ଚାମ୍ପିୟନ ଭାରତୀୟ ଦଳ ଝୁଣ୍ଟି ପଡ଼ିଛି। ସଞ୍ଜୟଙ୍କ ହ୍ୟାଟ୍ରିକ ଗୋଲ ସତ୍ତ୍ବେ ବିବେକ ସାଗର ପ୍ରସାଦଙ୍କ ନେତୃତ୍ୱାଧୀନ ଦଳ ଫ୍ରାନ୍ସ ନିକଟରୁ ୪-୫ ଗୋଲରେ ପରାସ୍ତ ହୋଇଛି। ଆରମ୍ଭରୁ ଆକ୍ରମଣାତ୍ମକ ଖେଳର ଅଭାବ, ରକ୍ଷଣଭାଗରେ ତ୍ରୁଟି, ଲକ୍ଷ୍ୟହୀନ ଶଟ୍‌ ଭାରତକୁ ମହଙ୍ଗା ପଡ଼ିଛି। ଅନ୍ୟ ପକ୍ଷରେ ମ୍ୟାଚରେ ହିରୋ ବିବେଚିତ ହୋଇଛନ୍ତି ଫ୍ରାନ୍ସ ଅଧିନାୟକ କ୍ଲିିମେଣ୍ଟ ଟିମୋଥି। ସେ ହ୍ୟାଟ୍ରିକ ଗୋଲ ଦେବା ସହ ୨ଟି ଚମତ୍କାର ସେଭ୍‌ କରିିଥିଲେ। ଏହି ବିଜୟ ଫଳରେ ୨୦୧୩ ରନର୍ସଅପ୍‌ ଫ୍ରାନ୍ସ ପୁଲ୍‌ ‘ବି’ରେ ୩ ପଏଣ୍ଟ ସହ ଟେବୁଲର ଶୀର୍ଷସ୍ଥାନ ଅଧିକାର କରିଛି। ହକି ଇଣ୍ଡିଆ କର୍ମକର୍ତ୍ତାଙ୍କ ଉପସ୍ଥିତିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଖେଳାଳିଙ୍କ ସହ ପରିଚିତ ହେବାପରେ ମ୍ୟାଚ ଆରମ୍ଭ ହୋଇଥିଲା। ଶେଷରେ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା ଅତିଥିଭାବେ ଯୋଗଦେଇ ଫ୍ରାନ୍ସ ଅଧିନାୟକ କ୍ଲିମେଣ୍ଟଙ୍କୁପ୍ଲେୟର ଅଫ୍‌ ଦି ମ୍ୟାଚ ପୁରସ୍କାର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri