ଠକେଇ ସହ ହତ୍ୟା ଧମକ ଘଟଣା : ଆକାଉଣ୍ଟରେ ଟଙ୍କା ନ ଥାଇ ଦେଇଥିଲେ ଚେକ୍‌ ପରେ… 

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଭିଷ୍ମଗିରି ଗ୍ରାମରେ ବକେୟା ଟଙ୍କା ବାବଦକୁ ବ୍ୟାଙ୍କରେ ଟଙ୍କା ନ ଥାଇ ଏକ ଚେକ ପ୍ରଦାନ କରି ଠକେଇ ସହ ହତ୍ୟା ଧମକ ଦେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଭିଷ୍ମଗିରି ଗ୍ରାମ ଗଣେଶ ନଗରର ନାରାୟଣ ମହାରଣା।
ସୂଚନା ପ୍ରକାରେ ଭିଷ୍ମଗିରି ଗ୍ରାମର ରବିନ୍ଦ୍ର କୁମାର ପଣ୍ଡାଙ୍କଠାରୁ ଅଭିଯୁକ୍ତ ନାରାୟଣ ତାଙ୍କର ଆବଶ୍ୟକତା ସମୟରେ ୫୦ ହଜାର ଟଙ୍କା ଧାର ନେଇଥିଲେ। ବାରମ୍ବାର ସେହି ବକେୟା ଧାର ଟଙ୍କା ମାଗିବା ପରେ ନାରାୟଣ ୪୦୦୦୦ ଟଙ୍କା ଲେଖା ଥିବା ଏକ ବ୍ୟାଙ୍କର ଚେକ ଜୁନ ୨୬ ତାରିଖରେ ରବିନ୍ଦ୍ରଙ୍କୁ ପ୍ରଦାନ କରିଥିଲେ। କିନ୍ତୁ ସେହି ଚେକ ଭଙ୍ଗାଇବା ପାଇଁ ବ୍ୟାଙ୍କକୁ ଯିବା ପରେ ଜମାକାରୀଙ୍କ ଖାତାରେ ଟଙ୍କା ନ ଥିବା ବ୍ୟାଙ୍କ ଶାଖା ପରିଚାଳକ କହିଥିଲେ। ଏଭଳି ଠକେଇ ଓ ବିଶ୍ୱାସଘାତକତାର ଶିକାର ହେବା ପରେ ରବିନ୍ଦ୍ର ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଏତଲା ଭିତ୍ତିରେ ପୋଲିସ ଥାନା ମାମଲା ନଂ. ୨୪୦/୨୫ ଅନୁଯାୟୀ ତଦନ୍ତ ଆରମ୍ଭ କରିଥିଲା। ଶନିବାର ଅଭିଯୁକ୍ତ ନାରାୟଣଙ୍କୁ ଗିରଫ କରି ତଦନ୍ତକାରୀ ଅଧିକାରୀ ମନୋଜ ସିଂ କୋର୍ଟ ଚାଲାଣ କରିବା ପରେ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri