ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ନେଇ ସମ୍ବଲପୁର ଆରକ୍ଷୀ ଅଧୀକ୍ଷକ(ଏସ୍‌ପି) ମୁକେଶ କୁମାର ଭାମୁ ଗଣମାଧ୍ୟମକୁ ବିସ୍ତୃତ ସୂଚନା ଦେଇଛନ୍ତି।
ସମ୍ବଲପୁର ଜିଲା ପୋଲିସ ମୁଖ୍ୟାଳୟରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ସେ ସୂଚନା ଦେଇ କହିଛନ୍ତି ଯେ, ପ୍ରଥମ ଘଟଣାରେ ଜଣେ ଅବସରପ୍ରାପ୍ତ ବ୍ୟାଙ୍କ କର୍ମଚାରୀ ଫେସ୍‌ବୁକ୍‌ ବିଜ୍ଞାପନ ଏବଂ ଫିସିଂ ଲିଙ୍କ ମାଧ୍ୟମରେ ସାଇବର ଠକେଇର ଶିକାର ହୋଇ ପାଖାପାଖି ୭ ଲକ୍ଷ ଟଙ୍କା ହରାଇଥିଲେ। ଅଭିଯୋଗ ମିଳିବା ପରେ ସମ୍ବଲପୁର ସାଇବର ଥାନାରେ କେସ୍‌ ନମ୍ବର ୨୪/୨୦୨୬ରେ ଏକ ମାମଲା ରୁଜୁ କରି ସାଇବର ଟିମ୍‌ ତୁରନ୍ତ ତଦନ୍ତ ଆରମ୍ଭ କରି ଉତ୍ତରାଖଣ୍ଡରୁ ମୁଖ୍ୟ ଅଭିଯୁକ୍ତ ଉତ୍ତରାଖଣ୍ଡ ବାଜପୁର ଥାନା ଚକରପୁର ଗ୍ରାମର ଅବ୍ବାସ ଅଲ୍ଲୀ(୩୦)ଙ୍କୁ ଗିରଫ କରିଛି। ତାଙ୍କ ନିକଟରୁ ନଗଦ ୨ ଲକ୍ଷ ଟଙ୍କା ଜବତ କରାଯିବା ସହ ଅନ୍ୟ ୫ ଲକ୍ଷ ୫୬ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟାଙ୍କ ଆକାଉଣ୍ଟରେ ହୋଲ୍ଡ କରାଯାଇଛି, ଯାହା ଫଳରେ ଶତପ୍ରତିଶତ ଅର୍ଥ ଉଦ୍ଧାର ସମ୍ଭବ ହୋଇପାରିଛି। ଏହି ଠକେଇର ମାଷ୍ଟରମାଇଣ୍ଡ ମାଲେସିଆରେ ରହି କାରବାର ଚଳାଉଥିବା ଜଣାପଡ଼ିଛି ଏବଂ ତାକୁ ଧରିବା ପାଇଁ ପୋଲିସ ଉଦ୍ୟମ ଜାରି ରଖିଛି ବୋଲି ଏସପି କହିଛନ୍ତି।
ଦ୍ୱିତୀୟ ସମ୍ବେଦନଶୀଳ ମାମଲାରେ ଜଣେ ନବମ ଶ୍ରେଣୀରେ ପଢ଼ୁଥିବା ନାବାଳିକା ସ୍କୁଲ ଛାତ୍ରୀଙ୍କୁ ସ୍ନାପଚାଟ ମାଧ୍ୟମରେ ଜାଲରେ ଫସାଇ ଘରୋଇ ଫଟୋ ଓ ଭିଡିଓ ସଂଗ୍ରହ କରାଯାଇଥିଲା। ପରବର୍ତ୍ତୀ ସମୟରେ ଅଭିଯୁକ୍ତ ଜଣକ ଛାତ୍ରୀଙ୍କୁ ବ୍ଲାକମେଲ କରିବା ସହ ତାଙ୍କ ମା’ଙ୍କ ନିକଟକୁ ଅଶ୍ଳୀଳ ଭିଡିଓ ପଠାଇ ଧମକ ଦେଇଥିଲା। ଏହି ଘଟଣାରେ ସାଇବରଥାନାରେ କେସ ନମ୍ବର ୩୦/୨୦୨୬ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭକରିଥିଲା। ତଦନ୍ତ ପୂର୍ବକ ସାଇବର ଟିମ ଉତ୍ତରାଖଣ୍ଡ ହରିଦ୍ୱାର ଥାନା ଅନ୍ତର୍ଗତ କାନଖଲ ଗ୍ରାମରୁ ଅଭିଯୁକ୍ତ ଆୟୁଷ ସାଇନି(୨୫)ଙ୍କୁ ଗିରଫ କରି କୋର୍ଟ ରବିବାର ଚାଲାଣ କରିଛି।
ଏହି ଅବସରରେ ଏସ୍‌ପି ଜନସାଧାରଣ ଓ ଅଭିଭାବକମାନଙ୍କୁ ସଚେତନ ରହିବାକୁ ଅନୁରୋଧ କରିଛନ୍ତି। ସୋସିଆଲ ମିଡିଆରେ ଅଚିହ୍ନା ବ୍ୟକ୍ତିଙ୍କ ସହ ସମ୍ପର୍କ ନ ରଖିବା, ଅଜଣା ଲିଙ୍କ ଉପରେ କ୍ଲିକ ନ କରିବା ଏବଂ ପିଲାମାନଙ୍କ ଅନଲାଇନ୍‌ କାର୍ଯ୍ୟକଳାପ ଉପରେ ନଜର ରଖିବାକୁ ପରାମର୍ଶ ଦେଇଛନ୍ତି। ଯଦି କେହି ଏପରି ଠକେଇ କିମ୍ବା ବ୍ଲାକମେଲିଂର ଶିକାର ହୁଅନ୍ତି, ତେବେ ଡରି ନ ଯାଇ ତୁରନ୍ତ ପୋଲିସ କିମ୍ବା ୧୯୩୦ ହେଲ୍ପଲାଇନରେ ଅଭିଯୋଗ କରିବାକୁ ଏସ୍‌ପି ଆହ୍ବାନ ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍‌: ୫୦ ଯାତ୍ରୀ…

ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍‌ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍‌ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର…

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

ଅରୁଣାଚଳରେ ପ୍ରଥମ ପ୍ରମୁଖ ଭାରତ-ଚାଇନା କୋର କମାଣ୍ଡରସ୍ତରୀୟ ବୈଠକ; ଜାଣନ୍ତୁ କ’ଣ ରହିଛି ଏଜେଣ୍ଡା

ନୂଆଦିଲ୍ଲୀ,୬।୯: ଅରୁଣାଚଳ ପ୍ରଦେଶରେ ଭାରତ ଏବଂ ଚାଇନା କୋର କମାଣ୍ଡରମାନଙ୍କ ମଧ୍ୟରେ ଏକ ପ୍ରମୁଖ ସୀମା କର୍ମଚାରୀ ବୈଠକ (BPM) ଅନୁଷ୍ଠିତ ହେବାକୁ ଯାଉଛି। ରବିବାର (ସେପ୍ଟେମ୍ବର…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ତାଣ୍ଡବ ରଚିଲା ବର୍ଷା! ରାଜଧାନୀରେ ଭୁଶୁଡ଼ିଲା କୋଠା; ଅନେକ ଲୋକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୬।୯: ରାଜଧାନୀ ଦିଲ୍ଲୀରେ ପୁଣି ଥରେ ପ୍ରବଳ ବର୍ଷା ଯୋଗୁ ତାଣ୍ଡବ ସୃଷ୍ଟି ହୋଇଛି। ଦକ୍ଷିଣ ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ରବିବାର ହଠାତ ଏକ କୋଠା…

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri