ମାନବାଧିକାର କମିଶନ ସଦସ୍ୟା ପରିଚୟ ଦେଇ ଠକେଇ, ୩ ଅଟକ

ବଲସକୁମ୍ପା,୨୬ା୧୨: କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକର ବିଭିନ୍ନ ପଞ୍ଚାୟତରେ ବେସରକାରୀ ଭାବେ ଚାଷୀମାନଙ୍କଠାରୁ ବିଭିନ୍ନ ପ୍ରମାଣପତ୍ର ସଂଗ୍ରହ କରି ପଞ୍ଜୀକରଣ କରୁଥିବା ଅଭିଯୋଗରେ ପୋଲିସ ୨ଜଣ ଯୁବକଙ୍କ ସମେତ ଜଣେ ମହିଳାଙ୍କୁ ଅଟକ ରଖିଛି। ତେବେ ମହିଳା ଜଣଙ୍କ ନିଜକୁ ଜଣେ ମାନବାଧିକାର କମିଶନ୍‌ର ସଦସ୍ୟା ବୋଲି ପରିଚୟ ଦେଇ ଏପରି କରୁଥିଲେ ବୋଲି ଜଣାପଡ଼ିଛି।
ପ୍ରକାଶ ଯେ, ଶନିବାର ସକାଳେ ଝାଡ଼ବଲସକୁମ୍ପା ଗ୍ରାମର ଅଜୟ କୁମାର ବେହେରା ଓ ଜୀବନ କୁମାର ବେହେରା ଖଜୁରିପଡ଼ାସ୍ଥିତ ଉରୁମୁଣ୍ଡା ଗ୍ରାମରେ ବେସରକାରୀ ଫର୍ମ ମାଧ୍ୟମରେ ଚାଷୀ ପଞ୍ଜୀକରଣ କରିବାକୁ କହି ବିଭିନ୍ନ ପ୍ରମାଣପତ୍ର ସହିତ ୩୦ ଟଙ୍କା ଲେଖାଏଁ ଆଦାୟ କରି ଅନେକ ଫର୍ମ ପୂରଣ କରିଥିଲେ। ଏହାକୁ ସନ୍ଦେହ କରି ଗ୍ରାମବାସୀ ଖଜୁରିପଡ଼ା ଅତିରିକ୍ତ କୃଷି ଅଧିକାରୀ ପ୍ରତିଭା ପ୍ରଧାନଙ୍କୁ ଯୋଗାଯୋଗ କରିଥିଲେ। ସୂଚନାପାଇ କୃଷି ଅଧିକାରୀ ପ୍ରତିଭା ପ୍ରଧାନ ଉରୁମୁଣ୍ଡା ଗ୍ରାମରେ ପହଞ୍ଚି ସତ୍ୟାସତ୍ୟ ପରଖିବା ପରେ ଜିଲା ବିଭାଗୀୟ ଅଧିକାରୀଙ୍କୁ ଏ ସମ୍ପର୍କରେ ପଚାରିଥିଲେ। ଜିଲା କୃଷି ଅଧିକାରୀ ଏପରି ଘଟଣାକୁ ଅସ୍ବୀକାର କରିବା ସହିତ ପୋଲିସରେ ଜଣାଇବାକୁ କହିଥିଲେ। ଖଜୁରିପଡ଼ା ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚତ୍ ଦୁଇ ଯୁବକଙ୍କୁ ଅଟକ ରଖିଥିଲା। ତେବେ ସେମାନଙ୍କୁ ଏହି କାମରେ ଆଲୋକପ୍ରଭା ସାହୁ ନିୟୋଜିତ କରିଥିବା କହିବା ପରେ ପୋଲିସ ସମ୍ପୃକ୍ତ ମହିଳାଙ୍କୁ ଡାକି ଅଟକ ରଖଥିଲା। ଆଲୋକପ୍ରଭା ନିଜକୁ ଜାତୀୟ ମାନବାଧିକାର କମିଶନ୍‌ର ରାଜ୍ୟ ସଭାନେତ୍ରୀ ବୋଲି ପରିଚୟ ଦେଇଥିଲେ। ସମ୍ପୃକ୍ତ ମହିଳାଙ୍କ ପ୍ରମାଣପତ୍ର ଯାଞ୍ଚ କରିବା ପରେ ସବୁ ନକଲି ବୋଲି ଜଣାପଡ଼ିଥିଲା। ଏ ନେଇ ପୋଲିସ ୧୫୬/୨୨ରେ ମାମଲା ରୁଜୁକରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri