ଜମି ଆଳରେ ୭୧ ଲକ୍ଷ ଠକେଇ ମାମଲା: ଜଣେ ଗିରଫ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ରାଜଧାନୀରେ ଜମି ଯୋଗାଇ ଦେବାକୁ କହି ୭୧ ଲକ୍ଷ ଟଙ୍କା ଠକେଇ କରିଥିବା ଜଣେ ଅଭିଯୁକ୍ତଙ୍କୁ ଶହୀଦନଗର ଥାନା ପୋଲିସ ଗିରଫ କରିଛି। ସେ ହେଲେ ପୁରୀ ଜିଲା ବଳିଆପଣ୍ଡା ଅଞ୍ଚଳର ଜୟକୃଷ୍ଣ ପଟ୍ଟନାୟକ। ପୋଲିସ ସୂଚନାମୁତାବକ, ପୁରୀର ହୋଟେଲ ବ୍ୟବସାୟୀ ଅମୀୟ ପଟ୍ଟନାୟକ ଭୁବନେଶ୍ୱର ପାତ୍ରପଡା ଅଞ୍ଚଳରେ ହୋଟେଲ ଖୋଲିବା ପାଇଁ ଜାଗା ଖୋଜୁଥିଲେ। ଅଭିଯୁକ୍ତ ଜୟକୃଷ୍ଣ ଓ ତାଙ୍କର ଜଣେ ସହଯୋଗୀ ଉକ୍ତ ଅଞ୍ଚଳରେ ଜମି ଦେବାକୁ କହି ୨୦୧୦ରେ ୭୧ ଲକ୍ଷ ଟଙ୍କା ନେଇଥିଲେ। ମାତ୍ର ପରବର୍ତ୍ତୀ ସମୟରେ ଜମି ଦେଇ ନ ଥିଲେ। ଅମୀୟ ଟଙ୍କା ଫେରାଇବାକୁ କହିବାରୁ ରାଜନୈତିକ ଚାପ ପକାଇ ଧମକ ଚମକ ଦେଇଥିଲେ। ଏ ନେଇ ୨୦୧୯ରେ ଅମୀୟଙ୍କ ଅଭିଯୋଗକ୍ରମେ ପୋଲିସ ୭୫/୧୦ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଦୁଇ ଅଭିଯୁକ୍ତ ଥାନାକୁ ଆସି ୪୦ ଲକ୍ଷ ଟଙ୍କା ଫେରାଇବା ସହ ବାକି ଟଙ୍କା ପାଇଁ ସମୟ ନେଇଥିଲେ। ମାତ୍ର ସେମାନେ ଆଉ ଧରାଛୁଆଁ ଦେଇ ନ ଥିଲେ କି ଟଙ୍କା ଫେରାଇ ନ ଥିଲେ। ରବିବାର ପୋଲିସ ରୁପାଲି ଛକ ଅଞ୍ଚଳରୁ ଜୟକୃଷ୍ଣଙ୍କୁ ଗିରଫ କରିଥିଲା।

 

 


Enter your email to get our daily news in your inbox.

All Right Reserved By Dharitri.Com

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧।୯: କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

ଛାତ୍ରୀଛାତ୍ରଙ୍କ ନିକଟରେ ମୁଣ୍ଡ ନୁଆଇଁଲେ ଆଇଆଇଟି (IIT)ବମ୍ବେ କର୍ତ୍ତୃପକ୍ଷ; ୧୮ଟି ଦାବି ନେଇ ସହମତି, ପ୍ରଫେସର ନିଲମ୍ବିତ

ମୁମ୍ବାଇ,୨୧।୯: ଆଇଆଇଟି (IIT) ବମ୍ବେର ଏକ ହଷ୍ଟେଲରେ ୨୦ ବର୍ଷୀୟ ଛାତ୍ର ସାହିଲ ୱାକୋଡେଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଛାତ୍ରୀଛାତ୍ରମାନେ ଗତ ତିନି ଦିନ ଧରି ବିକ୍ଷୋଭ…

ବାଲେଶ୍ୱରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା ଶାନ୍ତି ରେଷ୍ଟୁରାଣ୍ଟ

ବାଲେଶ୍ୱର, ୨୧ା୯( ବାଞ୍ଛାନିଧି ଦେ): ହୁତୁ ହୁତୁ ହୋଇ ଜଳୁଛି ରେଷ୍ଟୁରାଣ୍ଟ । ବାଲେଶ୍ୱର ଓଟି ରୋଡ୍‌ରେ ଥିବା ଶାନ୍ତି ରେଷ୍ଟୁରାଣ୍ଟରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?