ଅନ୍ତ୍ୟୋଦୟ କାର୍ଡରେ ଜାଲିଆତି

ଭୁବନେଶ୍ୱର,୩୧ା୧୦(ଅନିଲ ଦାସ): ଅନ୍ତ୍ୟୋଦୟ ଅନ୍ନ ଯୋଜନା (ଏଏଓ୍ବାଇ)ରେ ଜାଲିଆତି ହେଉଛି। ବହୁ ଅଯୋଗ୍ୟ ବ୍ୟକ୍ତି ମାସକୁ ୩୫ କିଲୋ ଚାଉଳ ନେଉଛନ୍ତି। ରାଜ୍ୟରେ ପ୍ରାୟ ୧ ଲକ୍ଷ ହିତାଧିକାରୀ ଏଭଳି କାର୍ଡ ହାତେଇ ମାଗଣାରେ ଚାଉଳ ନେଉଛନ୍ତି। ଆର୍ଥିକ ଅବସ୍ଥା ଭଲ ଥାଇ ମଧ୍ୟ ଗୋଟିଏ ଘରୁ ୩ ଜଣ ଅନ୍ତ୍ୟୋଦୟ କାର୍ଡ ହାତେଇଛନ୍ତି। ପୂର୍ବ ସରକାର ସମୟରେ ଦଳୀୟ ଭିତ୍ତିରେ ଏହି କାର୍ଡ ବଣ୍ଟାଯାଇଛି। ସେସବୁର କ୍ଷେତ୍ର ସ୍ତରରେ ଯାଞ୍ଚ ହେବ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି। ଏଥିସହିତ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫ୍‌ଏସ୍‌ଏସ୍‌)ରେ ମଧ୍ୟ ଅନେକ ଅଯୋଗ୍ୟ ବ୍ୟକ୍ତି ରାଶନ କାର୍ଡ ହାତେଇଛନ୍ତି। ସେମାନଙ୍କୁ ମଧ୍ୟ ଚିହ୍ନଟ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମନ୍ତ୍ରୀ କହିଛନ୍ତି।

ଅନ୍ୟପକ୍ଷରେ ନୂଆ ରାଶନ କାର୍ଡ ପାଇବା ପାଇଁ ୧୦ ଲକ୍ଷ ଲୋକ ଆବେଦନ କରି ଅପେକ୍ଷାରେ ରହିଛନ୍ତି। ସେମାନଙ୍କ ଆବେଦନପତ୍ର ଯାଞ୍ଚ କରାଯାଇ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାଶନ କାର୍ଡ ବଣ୍ଟନ କରାଯିବ। ନଭେମ୍ବରରୁ ନୂଆ ରାଶନ କାର୍ଡ ଦେବା ପାଇଁ ଉଦ୍ୟମ କରାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି। ଏବେ ଇ-କଓ୍ବୋଇସି ପ୍ରକ୍ରିୟା ଚାଲିଛି। ଏହା ଶେଷ ହେବା ପରେ ଅଯୋଗ୍ୟ ହିତାଧିକାରୀଙ୍କ ସଂଖ୍ୟା ଜଣାପଡ଼ିବ। ଡିଲର ପଏଣ୍ଟରେ ମଧ୍ୟ ରାଶନ କାର୍ଡ ହିତାଧିକାରୀଙ୍କ ଇ-କେୱାଇସି ଅପଡେଟ୍‌ ଚାଲିଛି। ନଁା ଓ ଆଧାର ନମ୍ବର ଯାଞ୍ଚ ପରେ ହିତାଧିକାରୀଙ୍କ ଦସ୍ତଖତ ଓ ଟିପ ଚିହ୍ନ ନିଆଯାଉଛି। ପରିବାରର ସମସ୍ତ ସଦସ୍ୟ ଯେଉଁମାନଙ୍କ ନଁାରେ ରାଶନ ମିଳୁଛି, ସମସ୍ତଙ୍କର ଯାଞ୍ଚ ହେଉଛି। ଇ-କେୱାଇସି ଜରିଆରେ ଡିଲର ଅପଡେଟ୍‌ କରୁଛନ୍ତି। ନଁା ନ ଥାଇ କିଏ ରାଶନ ନେଉଛନ୍ତି ତ କିଏ ମରିବାର ବର୍ଷ ବର୍ଷ ବିତିଥିଲେ ମଧ୍ୟ ରାଶନ କାର୍ଡରୁ ନଁା କଟିନି। ଏପରି ୧୬ ଲକ୍ଷ ନକଲି କାର୍ଡ ଏବେ ସୁଦ୍ଧା ଠାବ କରାଯାଇ ପାରିଛି। ଯାଞ୍ଚ ପରେ ଆହୁରି ବାହାରିବା ସମ୍ଭାବନା ରହିଛି। ହଜାର ହଜାର ବଡ଼ବଡ଼ିଆ ସରକାରଙ୍କ ଖାଦ୍ୟ ସୁରକ୍ଷା ଯୋଜନାର ଲାଭ ଉଠାଉଛନ୍ତି। ସେ ସବୁର ଯାଞ୍ଚ ହେବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ: ଶିବମ ଦୁବେଙ୍କ ଧୂଆଁଧାର ଅର୍ଦ୍ଧଶତକ ବେକାର

ବିଶାଖାପାଟଣା,୨୮ା୧: ବିଶାଖାପାଟଣାର ଏସିଏ-ଭିଡିସିଏ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ନ୍ୟୁଜିଲାଣ୍ଡ ଭାରତକୁ ୫୦ ରନରେ ପରାସ୍ତ କରି ସିରିଜର ପ୍ରଥମ ବିଜୟ ହାସଲ କରିଛି।…

OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ…

ମୟୂରଭଞ୍ଜରେ ହେବ ପାଇଲଟ୍ ପ୍ରଶିକ୍ଷଣ, ବ୍ରହ୍ମପୁରରେ ଡ୍ରୋନ୍ ସେଣ୍ଟର

ଭୁବନେଶ୍ୱର,୨୮ା୧: ହାଇଦ୍ରାବାଦରେ ଚାଲିଥିବା ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ ପ୍ରଦର୍ଶନୀ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ ଅବସରରେ ଓଡ଼ିଶା ସରକାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର (MoU)…

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri