ଜାଲ୍‌ ପଟ୍ଟା ଦେଇ ଲକ୍ଷାଧିକ ଟଙ୍କା ଠକେଇ

ରୂପ୍‌ସା,୨୩|୧( ଡିଏନଏ )  ନିଜକୁ ତହସିଲ କର୍ମଚାରୀ କହି ନକଲି ଜମି ପଟ୍ଟା ଦେଇ ଲକ୍ଷାଧିକ ଟଙ୍କା ଠକି ନେଇଛନ୍ତି ଜଣେ ଯୁବକ। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ବସ୍ତା ଥାନା ଅର୍ନ୍ତଗତ ସଦର ବ୍ଲକ ଅଞ୍ଚଳରେ। ସୂଚନା ଅନୁଯାୟୀ, ବସ୍ତା ଥାନା ଅନ୍ତର୍ଗତ କ୍ଷୀରଙ୍ଗ ଗ୍ରାମର ଉକ୍ତ ଯୁବକ ନିଜକୁ ତହସିଲ କାର୍ଯ୍ୟାଳୟ କର୍ମଚାରୀ ଭାବେ ପରିଚୟ ଦେଇ ସଦର ବ୍ଲକ ଅନ୍ତର୍ଗତ ଏଣ୍ତରାଇ, ବେଲଦା, ରାଘବପୁର ଏବଂ ସାର୍ଥା ଗ୍ରାମର ୧୫ରୁ ଊର୍ଦ୍ଧ୍ୱ ଲୋକଙ୍କୁ ଭୂଦାନ ଯୋଜନାରେ ଜମି ପଟ୍ଟା ଯୋଗାଇ ଦେବାର ପ୍ରତିଶ୍ରୁତି ଦେଇ ପ୍ରତି ଜମିପଟ୍ଟା ପିଛା ୨୦ ହଜାର ଟଙ୍କା ଲେଖାଏ ୩ ଲକ୍ଷରୁ ଊଦ୍ଧର୍‌ବ ଟଙ୍କା ଠକି କରିନେଇଥିବା ଅଭିଯୋଗ ହୋଇଛି। ପରେ ଲୋକେ ପଟ୍ଟା ପାଇବା ପାଇଁ ବାରମ୍ବାର ଉକ୍ତ ଯୁବକଙ୍କୁ ଯୋଗାଯୋଗ କରିଥିଲେ ମଧ୍ୟ ସେ ଆଉ ଧରାଛୁଆଁ ଦେଉନାହାନ୍ତି। ତେବେ ଗତ କିଛି ମାସ ପୂର୍ବରୁ ଉକ୍ତ ଯୁବକ ଜଣକ ସମସ୍ତଙ୍କୁ ଖଣ୍ତିଏ ଖଣ୍ତିଏ ପଟ୍ଟା ଦେଇଥିଲେ। ପଟ୍ଟା ପାଇବା ପରେ ଲୋକେ ଖୁସି ହୋଇ ଯାଇଥିଲେ। ଏହାପରେ ସେମାନଙ୍କର ପିଲାମାନଙ୍କ ପାଠପଢା ପାଇଁ ଜାତିଗତ ପ୍ରମାଣପତ୍ର ବାହାର କରିବା ଲାଗି ଉକ୍ତ ପଟ୍ଟା ନେଇ ତହସିଲ ଅଫିସରେ ଦାଖଲ କରିବା ପରେ ସେଗୁଡ଼ିକ ନକଲି ବୋଲି ଜଣା ପଡ଼ିଥିଲା। ଧାର କରଜ କରି ଟଙ୍କା ଦେଇଥିବା ଗରିବ ଲୋକେ ଜମିପଟ୍ଟା ନକଲି ବୋଲି ଜାଣିବା ପରେ ଏବେ ସେମାନେ ଚିନ୍ତାରେ ପଡ଼ିଛନ୍ତି। ଏନେଇ ସେମାନେ ଟଙ୍କା ଫେରସ୍ତ ପାଇଁ ଉକ୍ତ ଯୁବକଙ୍କ ଘରକୁ ବାରମ୍ବାର ଦୌଡୁଥିଲେ ମଧ୍ୟ ସେ ଲୋକଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହ ଗୁଣ୍ତା ଲଗେଇ ମାରି ଦେବାର ଧମକ ଦେଉଥିବା ଅଭିଯୋଗ ହୋଇଛି। ଏନେଇ କାଳିଚରଣ ଦାସ, ସନ୍ତୋଷ କୁମାର ସିଂ, ରାଜକିଶୋର ଦାସ ପ୍ରମୁଖ ବସ୍ତା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଘଟଣାର ତଦନ୍ତ ଜାରି ରହିଥିବା ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

ଗାଁକୁ ପଶି ଆସିଲା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୦।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜଙ୍ଗଲକ୍ଷୟ ହେବା ଯୋଗୁ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି ବନ୍ୟଜନ୍ତୁ। ଏହି ପରିପ୍ରେକ୍ଷୀରେ ଏକ ଭାଲୁ କୋକସରା ଫରେଷ୍ଟ ସେକ୍ସନ ଚିକିଲି…

ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି କରିଛି କଳାହାଣ୍ଡି ସରପଞ୍ଚ ସଂଘ। ଶନିବାର ରାଜ୍ୟ ସରପଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri