ଗ୍ରାହକଙ୍କ ଲକ୍ଷାଧିକ ଟଙ୍କା ଜାଲିଆତି: ମାମଲା ରୁଜୁ ପରେ ତଦନ୍ତ ଆରମ୍ଭ

କୋକସରା,୯ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣିଠାରେ ଥିବା ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ସହ ଅନୁବନ୍ଧିତ ବଡ଼ ପୋଡ଼ାଗୁଡ଼ା ଗ୍ରାହକ ସେବାକେନ୍ଦ୍ର ପରିଚାଳକ ଜଗଦୀଶ ଚନ୍ଦ୍ର ସିଂ ଗ୍ରାହକ ଓ ସରକାରଙ୍କ ବିଭିନ୍ନ ଯୋଜନାରେ ଜମା ହୋଇଥିବା ହିତାଧିକାରୀଙ୍କ ଲକ୍ଷାଧିକ ଟଙ୍କା ଜାଲିଆତି କରି ଉଠାଇ ଫେରାର ଘଟଣାରେ ଷ୍ଟେଟ୍‌ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଅଭିଯୋଗ ପରେ ମାମଲା ରୁଜୁ କରି ତଦନ୍ତ ଆଗକୁ ବଢ଼ାଇଛି ଆମପାଣି ପୋଲିସ।

ସୂଚନାନୁଯାୟୀ, ଆମପାଣି ଷ୍ଟେଟ୍‌ବ୍ୟାଙ୍କ ଅଧୀନରେ ଥିବା ବଡ଼ ପୋଡ଼ାଗୁଡ଼ା ଗ୍ରାହକ ସେବାକେନ୍ଦ୍ରର ପରିଚାଳକ ଜଗଦୀଶ ଚନ୍ଦ୍ର ସିଂ ଜମାକାରୀଙ୍କ ଅଜାଣତରେ ଆଧାର ସଂଯୋଗ ଥିବା ବାୟୋମେଟ୍ରିକ୍‌ ଆଙ୍ଗୁଠି ଟିପ ନେଇ ପ୍ରାୟ ୨୭ ଜଣଙ୍କ ୮ ଲକ୍ଷ ୪୪ ହଜାର ୫ ଶହ ଟଙ୍କା ଉଠାଣ କରି ଫେରାର ଥିବା ନେଇ ଷ୍ଟେଟ୍‌ବ୍ୟାଙ୍କ ଆମପାଣି ଶାଖା ପକ୍ଷରୁ ମଙ୍ଗଳବାର ଆମପାଣି ଥାନାରେ ଅଭିଯୋଗ ହେବାପରେ ପୋଲିସ ଏହି ମାମଲାରେ ଥାନା କେସ୍‌ ନମ୍ବର ୭୧/୨୩ରେ ଏକ ଠକେଇ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷରେ ଏହି ଘଟଣାକୁ ସପ୍ତାହେରୁ ଅଧିକ ସମୟ ହୋଇଥିବା ବେଳେ ଜଗଦୀଶ ଚନ୍ଦ୍ର ସିଂ ବର୍ତ୍ତମାନ ସୁଦ୍ଧା ଫେରାର ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀବଣା ଗାଁରେ ପୂର୍ବତନ ବିଧାୟକଙ୍କ ସହାୟତା, ଆବାସ ଯୋଜନାରେ ଘର ଯୋଗାଇଦେବାକୁ ବିଡିଓଙ୍କ ସହ ଆଲୋଚନା

ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ ଶ୍ରୀବଣା ଗ୍ରାମର ଡ଼ି ଦୁର୍ଯ୍ୟଧନ ପାତ୍ରଙ୍କର ନିଜସ୍ୱ ଘର ନଥିବାରୁ ଗାଁ ଶେଷରେ ଟିଣ ପକାଇ…

ଖରସ୍ରୋତା ନଦୀକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…

ଯାଜପୁର,୨୪।୯: ଯାଜପୁର ଜିଲା ବିଞ୍ଝାରପୁର ଖରସ୍ରୋତା ନଦୀ ବ୍ରିଜ ଉପରୁ ଗୁରୁବାର ଜଣେ ମହିଳା ଡେଇଁ ପଡିଥିଲେ। ମହିଳା ଜଣକ ବ୍ରିଜ୍‌ ଉପରେ ଚପଲ ଓ ଛତା…

ପ୍ରସୂତିଙ୍କୂ ମିଳିଲାନି ଆମ୍ବୁଲାନ୍ସ ସେବା: ଅଧାବାଟରେ ଚାଲିଗଲା ଜୀବନ

କେନ୍ଦ୍ରାପଡ଼ା,୨୪।୯(ଜଗନ୍ନାଥ ଧଳ): ଆମ୍ବୁଲାନ୍ସ ସେବା ନ ପାଇ କେନ୍ଦ୍ରାପଡ଼ା ବ୍ଲକ ଇନ୍ଦୁପୁର ସିଏଚ୍‌ସି ଅଧୀନ ନିକିରାଇ ଥାନା ଅନ୍ତର୍ଗତ ପୂର୍ବ ନିକିରାଇ ଗ୍ରାମରେ ଗୁରୁବାର ଜଣେ ପ୍ରସୂତୀଙ୍କ…

ମଧୁବନ ଗ୍ରାମପଂଚାୟତର ସୁକୁଡୁବାଜୁ ନିକଟରେ ଧସିଲା ପାହାଡ଼, ରାସ୍ତା ଜାମ୍

ଗୁଡାରି,୨୪।୯(ପ୍ରମୋଦ କୁମାର ପତି): ଲଗାଣ ବର୍ଷାରେ ଗୁରୁବାର ଅପରାହ୍ନରେ ଗୁଡାରି ବ୍ଲକର ମଧୁବନ ଗ୍ରାମପଂଚାୟତ ଅନ୍ତର୍ଗତ ସୁକୁଡୁବାଜୁ ନିକଟରେ ପାହାଡ଼ରୁ ବଡ଼ ପଥର ଖସି ରାସ୍ତା ମଝିରେ…

ଗାଜଲବାଡି ଘାଟିରେ ଭୂସ୍ଖଳନ, ପୂର୍ବରୁ ସିଲ୍ କରିଥିଲା ପ୍ରଶାସନ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟିରେ ଭୂସ୍ଖଳନ ହୋଇଛି । ଏକାଧିକ…

ଚାଷଜମିରେ ଦା’ ରେ ହାଣି ହତ୍ୟା ଉଦ୍ୟମ ଘଟଣା, ଜେଲ ଗଲେ ଅଭିଯୁକ୍ତ  

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମର ପ୍ରକାଶ ବେହେରାଙ୍କୁ ତାଙ୍କ ଗ୍ରାମର ଏସ. ବଳରାମ ରେଡ୍ଡୀ ଓରଫ ବଳିଆ ଦା’ ରେ…

ଅଜଣା ଜୀବ କାମୁଡ଼ାରେ ଅନୁଭବ ମଲ୍ଲିକଙ୍କ ମୃତ୍ୟୁ, ମାଣ୍ଡିପାଙ୍କାରେ ଶୋକାକୁଳ ପରିବେଶ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଅଜଣା ବିଷାକ୍ତ ଜୀବ…

କେସିଙ୍ଗାରେ ଲଘୁଚାପ ବର୍ଷା-ପବନର ତାଣ୍ଡବ: ଗଛ ଭାଙ୍ଗି ତାର ଛିଣ୍ଡିଲା, ବିଦ୍ୟୁତ ସେବା ଠପ୍

କେସିଙ୍ଗା,୨୪।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପରଲସିଙ୍ଗା ଗ୍ରାମରେ ବିଦ୍ୟୁତ ସେବା ବ୍ୟାହତ ହୋଇଛି । ଜମିର ହିଡ ଉପରେ ଥିବା ଗଛ ଲଘୁଚାପ ଜନିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?