ଯୁକ୍ତ୨ ପାସ୍‌ କରାଇବା ନାଁରେ ଟଙ୍କା ଠକେଇ

ବାଲେଶ୍ୱର ଅଫିସ, ୧୪ା୩:ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ପରୀକ୍ଷା ମାର୍କ ବଢ଼ାଇବା ଓ ପାସ୍‌ କରାଇଦେବାର ପ୍ରତିଶ୍ରୁତି ଦେଇ ବହୁ ଲକ୍ଷ ଟଙ୍କା ଲୁଟୁଥିବା ବାଲେଶ୍ୱର ସଦର ଥାନା ଖାନ୍‌ନଗର ଅଞ୍ଚଳର ପ୍ରଦୀପ ଦାସ ନାମକ ଯୁବକଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ସେ ନିଜକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବରିଷ୍ଠ କର୍ମଚାରୀ ପରିଚୟ ଦେଇ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ମନରେ ବିଶ୍ୱାସ ଜନ୍ମାଉଥିଲେ ବୋଲି ସୋମବାର ଏସ୍‌ପି ଅଫିସ୍‌ ପରିସରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଜିଲା ଆରକ୍ଷୀ ଅଧୀକ୍ଷକ ସାଗରିକା ନାଥ ସୂଚନା ଦେଇଛନ୍ତି। ଏନେଇ ଶିଳ୍ପାଞ୍ଚଳ ଥାନାରେ ଏକ ଠକେଇ ମାମଲା (ନଂ. ୪୫/୨୩) ରୁଜୁ କରାଯାଇଛି। ପ୍ରଦୀପଙ୍କଠାରୁ ନଗଦ ୫୭ ହଜାର ଟଙ୍କା, ୯ଲକ୍ଷ ଟଙ୍କାର ସୁନା ଅଳଙ୍କାର, ଏକ ଦାମୀ କାର୍‌ ସହ ବ୍ୟାଙ୍କ ଏଟିଏମ୍‌ କାର୍ଡ ଜବତ କରାଯାଇଛି। ଛାତ୍ରୀଛାତ୍ରଙ୍କ ଟଙ୍କାରେ ପ୍ରଦୀପ ଅୟସ କରୁଥିବା ଜଣାପଡିଛି।
ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ସମେତ ବିଭିନ୍ନ ଜିଲାର ୩୦୦ରୁ ଅଧିକ ଛାତ୍ରୀଛାତ୍ର ଏଭଳି ମିଥ୍ୟ ପ୍ରତିଶ୍ରୁତିର ଶିକାର ହୋଇଛନ୍ତି। ସେ କାହା ପାଖରୁ ହଜାରେ ତ କାହା ପାଖରୁ ୫ହଜାର, ଏମିତିକି ୧୦ହଜାର ଟଙ୍କା ପର୍ଯ୍ୟନ୍ତ ଆଦାୟ କରୁଥିଲେ। ଯେଉଁମାନେ ଡିଲ୍‌ କରି ସମ୍ପୂର୍ଣ୍ଣ ଟଙ୍କା ଦେଉ ନ ଥିଲେ ସେମାନଙ୍କ ଭବିଷ୍ୟତ ନଷ୍ଟ କରିଦେବାର ଧମକ ମଧ୍ୟ ଦେଉଥିଲେ। ଘଟଣାକ୍ରମରେ ପ୍ରଦୀପ ରବିବାର ସନ୍ଧ୍ୟା ସମୟରେ କେତେକ ଯୁକ୍ତ ୨ ଛାତ୍ରୀଛାତ୍ର ଓ ସେମାନଙ୍କ ଅଭିଭାବକଙ୍କୁ ପୋଲିସ ଲାଇନ୍‌ ଛକସ୍ଥିତ ବିଜୁ ପଟ୍ଟନାୟକ ପାର୍କ ନିକଟକୁ ଡାକିଥିଲେ। କୌଣସି ସୂତ୍ରରୁ ଛାତ୍ରୀଛାତ୍ର ଓ ଅଭିଭାବକ ପ୍ରଦୀପ ଜଣେ ଦଲାଲ ବୋଲି ଜାଣିପାରି ପୋଲିସକୁ ଖବର ଦେଇଥିଲେ। ଜିଲା ଆରକ୍ଷୀ ଅଧୀକ୍ଷକ ସାଗରିକା ନାଥଙ୍କ ନିର୍ଦ୍ଦେଶକ୍ରମେ ଘଟଣାସ୍ଥଳରେ ଶିଳ୍ପାଞ୍ଚଳ ଥାନା ପୋଲିସ ପହଞ୍ଚତ୍ ପ୍ରଦୀପଙ୍କୁ ଥାନାକୁ ଆଣିଥିଲେ। ଛାତ୍ରୀଛାତ୍ରଙ୍କ ଟଙ୍କାରେ ସେ ଦାମୀ ଘଣ୍ଟା, ସୁନାଚେନ୍‌, ସୁନା ବ୍ରେସଲେଟ୍‌, ଦାମୀ କାର୍‌ ବ୍ୟବହାର କରୁଥିବା ସେଠାରେ ପୋଲିସ ଜାଣିବାକୁ ପାଇଥିଲା। ଘଟଣାକୁ ଗୁରୁତ୍ୱର ସହ ନିଆଯାଇ ଏହାର ଚେର କେଉଁ ପର୍ଯ୍ୟନ୍ତ ଲମ୍ବିଛି ସେନେଇ ତଦନ୍ତ ଜାରି ରହିଥିବା ଜିଲା ଆରକ୍ଷୀ ଅଧୀକ୍ଷକ ସୂଚନା ଦେଇଛନ୍ତି। ଖବରଦାତା ସମ୍ମିଳନୀରେ ସଦର ଏସ୍‌ଡିପିଓ ଶଶାଙ୍କ ଶେଖର ବେହେରା ଓ ଶିଳ୍ପାଞ୍ଚଳ ଥାନା ଅଧିକାରୀ ସାଲଖାନ ମୁର୍ମୁ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri