Posted inରାଜ୍ୟ

ଫ୍ଲାଇଟ ବୁକିଂରେ ୬୫ଲକ୍ଷ ଟଙ୍କା ଠକେଇ

ଭୁବନେଶ୍ୱର,୨।୧୨ (ବ୍ୟୁରୋ): ଆଇଏଫ୍‌ଏସ୍‌ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶଙ୍କ କଳା କାରନାମା ଶେଷ ହେବାର ନାଁ ଧରୁନାହିଁ। ଠକେଇ ଅଭିଯୋଗରେ ଉଭୟଙ୍କ ବିରୋଧରେ ଆଉ ଏକ ମାମଲା ରୁଜୁ ହୋଇଛି। ମିଛ ପ୍ରମାଣପତ୍ର ମାଧ୍ୟମରେ ଫ୍ଲାଇଟ ବୁକିଂ କରି ସ୍କାଏ କିଙ୍ଗ ସଂସ୍ଥାକୁ ଠକିଥିବା ନେଇ ମଙ୍ଗଳବାର ଖାରବେଳନଗର ଥାନାରେ ଏହି ମାମଲା ରୁଜୁ କରାଯାଇଛି। ସ୍କାଏ କିଙ୍ଗ ସଂସ୍ଥାର ମ୍ୟାନେଜିଂ ପାର୍ଟନର ପ୍ରଭାସ କୁମାର ଚୌଧୁରୀ ଏହି ଅଭିଯୋଗ ଆଣିଛନ୍ତି। ଏ ନେଇ ପୋଲିସ ଆଇପିସି ଧାରା ୪୧୯, ୪୨୦, ୪୬୮, ୪୭୧, ୫୦୬ ଓ ୩୪ରେ ଏକ କେସ୍‌ (ନଂ. ୨୯୩/୨୦) ରୁଜୁ କରିଛି । ଅଭିଯୋଗ ଅନୁଯାୟୀ, ଆକାଶ ପାଠକ ନିଜକୁ ଟାଟା ମୋଟର୍ସର ଏମ୍‌ଡି ବୋଲି ପରିଚୟ ଦେବା ସହ ଜାଲ ପ୍ରମାଣପତ୍ର ଦେଖାଇ ଜନପଥର ଓସିଏଚ୍‌ସି କମ୍ପ୍ଲେକ୍ସରେ ଥିବା ‘ସ୍କାଏ କିଙ୍ଗ’ ଟ୍ରାଭେଲ ଏଜେନ୍ସିକୁ ଇମେଲ କରିଥିଲେ। ୨୦୨୦ ଜୁନରେ ସେ ଏକ ଚାଟାର୍ଡ ଫ୍ଲାଇଟ ବୁକିଂ କରିବାକୁ କହିଥିଲେ। ସ୍କାଏ କିଙ୍ଗ ପକ୍ଷରୁ ମଧ୍ୟ ଏକ ଫ୍ଲାଇଟ ବୁକିଂ କରାଯାଇଥିଲା। ଏ ବାବଦରେ ମୋଟ ୨କୋଟି ୭୮ ଲକ୍ଷ ୩୯ ହଜାର ୮୭ ଟଙ୍କା ବିଲ୍‌ ହୋଇଥିଲା। ତେବେ ଆକାଶ ସ୍କାଏ କିଙ୍ଗକୁ ୨କୋଟି ୧୩ଲକ୍ଷ ୨୨ ହଜାର ୮୫୪ ଟଙ୍କା ଦେଇଥିଲେ। ବାକି ୬୫ଲକ୍ଷ ୧୬ ହଜାର ୨୩୩ ଟଙ୍କା ଫାଙ୍କିଦେଇଥିଲେ। ସ୍କାଏ କିଙ୍ଗ ପକ୍ଷରୁ ତାଙ୍କୁ ବାକିଥିବା ଟଙ୍କା ବାରମ୍ବାର ମଗାଯାଇଥିଲେ ମଧ୍ୟ ସେ ଦେଇ ନ ଥିଲେ। ଓଲଟି ଆକାଶ ତାଙ୍କୁ ଧମକାଇଥିଲେ। ଏଥିରେ ତାଙ୍କ ବାପା ଅଭୟକାନ୍ତ ମଧ୍ୟ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ବଳାତ୍କାର, ଗର୍ଭପାତ ମାମଲା: ମିଳିଲା ନବଜାତକ

ଯାଜପୁରରୋଡ଼, ୧୭ା୨(ପବିତ୍ର ରଞ୍ଜନ ମହାନ୍ତି): ଯାଜପୁରରୋଡ ଥାନା ପୋଲିସ ନାବାଳିକା ଗର୍ଭପାତ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି। ଏହି ଘଟଣାରେ ନାବାଳିକାଙ୍କୁ ଗର୍ଭବତୀ କରିଥିବା କୋପଣ୍ଡ…

ଆଜି ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ, ଭାରତରେ ଦୃଶ୍ୟମାନ…

ଭୁବନେଶ୍ୱର,୧୭ା୨ (ସୁଚିସ୍ମିତା ସାହୁ): ବର୍ଷର ପ୍ରଥମ ବଳୟ ସୂର୍ଯ୍ୟୋପରାଗ ମଙ୍ଗଳବାର ସଙ୍ଗଠିତ ହେବ । ଆଫ୍ରିକାର ଦକ୍ଷିଣ ପାର୍ଶ୍ୱ, ଦକ୍ଷିଣ ଆମେରିକାର ଦକ୍ଷିଣ ପାର୍ଶ୍ୱ, ପ୍ରଶାନ୍ତ ମହାସାଗର,…

ପାକିସ୍ତାନକୁ ଧୂଳି ଚଟାଇ ସ୍ବଦେଶ ଫେରିଲେ ମେନ ଇନ ବ୍ଲୁ, ଜାଣନ୍ତୁ ପରବର୍ତ୍ତି ମ୍ୟାଚ କାହା ସହ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୭।୨: ଗତ ରବିବାର (୧୫ ଫେବୃଆରୀ) କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରିଥିଲା। ପରଦିନ, ସୋମବାର…

Delhi Accident: ରିଲ ନିଶାରେ ଦୌଡାଇଲେ ସ୍କର୍ପିଓ, ଚାଲିଗଲା ବାଇକ ଚାଳକଙ୍କ ଜୀବନ, ନ୍ୟାୟ ପାଇଁ ଗୁହାରି କରୁଛନ୍ତି ମାଆ

ନୂଆଦିଲ୍ଲୀ,୧୭।୨: ଦିଲ୍ଲୀର ଦ୍ୱାରକା ଦକ୍ଷିଣ ପୋଲିସ ଷ୍ଟେଶନ ଅଞ୍ଚଳରେ ଫେବୃଆରୀ ୩,୨୦୨୬ ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଥିଲା, ଯାହା ଫଳରେ ଜଣେ ଯୁବକଙ୍କ ମୃତ୍ୟୁ…

ଧରିତ୍ରୀର ପ୍ରଭାବ, ଅଚଳ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ପ୍ରଶାସନିକ ତତ୍ପରତା         

ଦିଗପହଣ୍ଡି,୧୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ପାକିସ୍ତାନର ପ୍ରଦର୍ଶନକୁ ନେଇ ନକ୍‌ଭି ଅସନ୍ତୋଷ: ଦଳରୁ ବାଦ୍‌ ପଡିବେ ବାବର, ଶାହିନ

କରାଚୀ,୧୭ା୨- ଭାରତ ବିପକ୍ଷ ଟି୨୦ ବିଶ୍ୱକପ୍‌ର ମ୍ୟାଚ୍‌ରେ ନୈରାଶ୍ୟଜନକ ପ୍ରଦର୍ଶନ କରିଥିବା ପାକିସ୍ତାନ ଦଳର ସିନିୟର ଖେଳାଳିଙ୍କୁ ପରବର୍ତ୍ତୀ ମ୍ୟାଚ୍‌ରୁ ବାଦ୍‌ ଦିଆଯିବ। ଆସନ୍ତା ୧୮ ତାରିଖରେ…

ଏସ୍‌ସିବିରେ ଡ୍ୟୁଟି ସମୟରେ ଶୋଉଛନ୍ତି କର୍ମଚାରୀ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

କଟକ,୧୭।୨ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଦିନକୁ ଦିନ ଅବ୍ୟବସ୍ଥା ବଢ଼ିବାରେ ଲାଗିଛି । ରୋଗୀଙ୍କୁ ସୁବିଧା ଯୋଗାଇବା ପାଇଁ ବ୍ୟାଟେରି ଗାଡି ରହିଛି । ହେଲେ…

ଦାରିଙ୍ଗବାଡିରେ ମହମ୍ମଦ ମୋକିମ, ନୂଆ ଦଳ ଗଠନ ପୂର୍ବରୁ ସହଯୋଗ ଲୋଡିଲେ

ଦାରିଙ୍ଗବାଡି,୧୭।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ସୋମବାଇ କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । ଏତେ ଲୋକ ପ୍ରିୟ ଯେ ତାଙ୍କୁ ଭେଟିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri