ସୁଭଦ୍ରା ଯୋଜନାରେ ସାମିଲ କରିବାକୁ କହି ମହିଳାଙ୍କୁ ଠକେଇ

ଖଡ଼ିଆଳ,୧୩ା୬(ସୁଜିତ କୁମାର ପ୍ରଧାନ)- ଚଳିତ ସାଧାରଣ ନିର୍ବାଚନରେ ଭାଜପା ତା’ର ନିର୍ବାଚନୀ ଇସ୍ତାହାରରେ ସୁଭଦ୍ରା ଯୋଜନାକୁ ନେଇ ଭୋଟରଙ୍କ ନିକଟରେ ପହଞ୍ଚି ଥିଲା। ନିର୍ବାଚନ ସରିବା ପରେ ଭାଜପା ସରକାର ଗଠନ ପୂର୍ବରୁ କିଛି ଠକ ସଂସ୍ଥାର କର୍ମଚାରୀ ଗାଁ ଗାଁ ବୁଲି ମହିଳାମାନଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରିବା ନଁାରେ ଟଙ୍କା ଠକୁଥିବା ଘଟଣା ନଜରକୁ ଆସିଛି।

ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ୍‌ ବଡ଼ଦୋହେଲ ପଞ୍ଚାୟତର ବିଭିନ୍ନ ଗାଁରେ କିଛି ଅନ୍‌ଲାଇନ ସଂସ୍ଥାର ନାମ ନେଇ ସମ୍ପୃକ୍ତ କର୍ମଚାରୀ ସୁଭଦ୍ରା ଯୋଜନାରେ ସାମିଲ କରିବାକୁ କହି ମହିଳାଙ୍କଠାରୁ ୨ଶହ ଟଙ୍କା ଲେଖାଏ ଠକି ନେଇଛନ୍ତି। ଏହି ପଞ୍ଚାୟତ ଲଛିପୁର ଗାଁରେ ୨୦ରୁ ୨୫ଜଣ ମହିଳାଙ୍କଠାରୁ ରାଶନ କାର୍ଡ ଓ ଆଧାର କାର୍ଡର କପି ଶହ ୨୦୦ଟଙ୍କା ଲେଖାଏ ଠକିନେଇଛନ୍ତି।

ଅନ୍ୟ ମହିଳାଙ୍କଠାରୁ ଟଙ୍କା ସଂଗ୍ରହ ସମୟରେ ଗାଁର କେତେଜଣ ଯୁବକ ସନ୍ଦେହକରି ବିରୋଧ କରିବାରୁ ସମ୍ପୃକ୍ତ କର୍ମଚାରୀ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ମହିଳାମାନେ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଖଡିଆଳ ବିଡିଓ ବୀରସେନ ବେହେରାଙ୍କୁ ପଚାରିବାରୁ ଲୋକେ ସଚେତନ ହେବା ଆବଶ୍ୟକ, ଏ ନେଇ ଅଭିଯୋଗ ହେଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଚାଞ୍ଚଲ୍ୟ; ଯୁବକଙ୍କ ମୁଣ୍ଡ କାଟି ପୋଖରୀରେ ଫିଙ୍ଗିଦେଲେ

ବଲାଙ୍ଗୀର,୨୦।୮( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଦେଓଗାଁ ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଗଡା ଗ୍ରାମ ସ୍କୁଲ ନିକଟରେ ଏକ ପୋଖରୀରୁ…

୨୦୨୬ ଶେଷ ପୂର୍ବରୁ ବଡ଼ ସଫଳତା! ଆଗାମୀ ୪ ମାସ ଏହି ରାଶିଙ୍କ ସହ ହେବ ଚମତ୍କାର, ବଢିବ…

୨୦୨୬ ବର୍ଷ ଶେଷ ହେବାକୁ ଆଉ ମାତ୍ର ୪ ମାସ ବାକି ରହିଛି। ଏହାପରେ ଆରମ୍ଭ ହେବ ନୂଆ ବର୍ଷ ୨୦୨୭। ତେବେ ନୂଆ ବର୍ଷ ଆସିବା…

କଂଗ୍ରେସ ଦଳ ବୈଠକରେ କର୍ମୀଙ୍କ ପ୍ରଶ୍ନରେ ବିଧାୟକ ଘାଇଲା, ନିର୍ବାଚନ ପୂର୍ବରୁ ଦେଇଥିବା ପ୍ରତିଶ୍ରୁତି ପାଳନ ନ କରି…

ଦାରିଙ୍ଗବାଡ଼ି,୨୦ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରଫୁଲ ପ୍ରଧାନ ବୁଧବାର ବ୍ରାହ୍ମଣୀଗାଁ ଗସ୍ତରେ ଯାଇଥିଲେ। ସେଠାରେ ବିଧାୟକଙ୍କୁ କିଛି କର୍ମୀ…

ମେଣ୍ଢା ଫାର୍ମଠାରେ ୩୦ ଟିକିଆ ହାତୀପଲ: ଲୋକେ ଆତଙ୍କିତ

ବଲାଙ୍ଗିର,୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ସଇଁତଳା ରେଞ୍ଜ ଅନ୍ତର୍ଗତ ଦେଓଗାଁ ବଙ୍ଗଳା ମେଣ୍ଢା ଫାର୍ମଠାରେ ଗତରାତିରୁ ୩୦ ଟିକିଆ ହାତୀପଲ ଆସି ଅଛନ୍ତି। ଦେଓଗାଁ ଅଞ୍ଚଳର…

ପଞ୍ଚାୟତିରାଜ ବ୍ୟବସ୍ଥାକୁ ଶକ୍ତିଶାଳୀ କରିବାରେ ରାଜୀବଙ୍କ ଅବଦାନ ଅତୁଳନୀୟ

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ଗୁରୁବାର ସ୍ଥାନୀୟ ଯୁବ କଂଗ୍ରେସ କାର୍ଯ୍ୟାଳୟ ପରିସରରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ…

ବୈଭବଙ୍କ ପାଇଁ ବଡ଼ ସୁଯୋଗ, ଟିମ ଇଣ୍ଡିଆ ପୂର୍ବରୁ ଦୁଲୀପ ଟ୍ରଫିରେ ଖେଳିବେ, BCCI ଘୋଷଣା କଲା ପୂରା ସୂଚୀ

ନୂଆଦିଲ୍ଲୀ, ୨୦।୮: ବୈଭବ ସୂର୍ଯ୍ୟବଂଶୀ ଭାରତୀୟ T20I ଟିମର ଜଣେ ଗୁରୁତ୍ୱପୂର୍ଣ୍ଣ ଖେଳାଳି ପାଲଟିଛନ୍ତି। ସେପ୍ଟେମ୍ବରରେ ଆଫଗାନିସ୍ତାନ ବିପକ୍ଷ T20I ସିରିଜ ଜରିଆରେ ସେ ଟିମ ଇଣ୍ଡିଆ…

୧୯୮୪ ଶିଖ ବିରୋଧୀ ଦଙ୍ଗାରେ ଦୋଷୀ ସାବ୍ୟସ୍ତ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ଦେହାନ୍ତ, ଆଜୀବନ ସଜା କାଟୁଥିଲେ…

ନୂଆଦିଲ୍ଲୀ,୨୦।୮: ଗୁରୁବାର ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ଦେହାନ୍ତ ହୋଇଛି। ରିପୋର୍ଟ ଅନୁଯାୟୀ ୮୦ ବର୍ଷୀୟ ପୂର୍ବତନ କଂଗ୍ରେସ ନେତାଙ୍କୁ ସଫଦରଜଙ୍ଗ ହସ୍ପିଟାଲରେ ଡାକ୍ତର ମୃତ…

ପାକିସ୍ତାନ ବିପକ୍ଷରେ କମାଲ! ୫-୫ ୱିକେଟ୍ ନେଲେ ୨ ବୋଲର, ଗୋଟିଏ ବଲ୍‌କୁ ୨ ଭାଗ କରି ବାଣ୍ଟିଲା ଇଂଲଣ୍ଡ

ହେଡିଂଲି,୨୦।୮: ହେଡିଂଲିରେ ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଛି । ପାକିସ୍ତାନର ପ୍ରଥମ ପାଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri