ଫେସ୍‌ବୁକ୍‌ରେ ଏସିପିଙ୍କ ଫଟୋ ବ୍ୟବହାର କରି ଠକେଇ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): କମିଶନରେଟ ପୋଲିସରେ କାର୍ଯ୍ୟରତ ଏସିପି ସଞ୍ଜୀବ ଶତପଥୀଙ୍କ ନାଁରେ ସାଇବର ଠକ ନକଲି ଫେସ୍‌ବୁକ ଆକାଉଣ୍ଟ ଖୋଲିବା ସହ ଫଟୋ ବ୍ୟବହାର କରି ଲୋକଙ୍କୁ ଠକୁଛନ୍ତି। ଏ ନେଇ ଗୁରୁବାର ଏସିପି ଶତପଥୀ ନିଜେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ତାଙ୍କ ଫଟୋକୁ ବ୍ୟବହାର କରି ସାଇବର ଠକ ନକଲି ଆକାଉଣ୍ଟ ଖୋଲିଛନ୍ତି। ଜଣେ ଆର୍ମି ଅଫିସରଙ୍କ ଟ୍ରାନ୍ସଫର ହୋଇଛି। ସେ ତାଙ୍କ ଘର ଓ ସମସ୍ତ ସାମଗ୍ରୀ ବିକ୍ରି କରିବାକୁ ଚାହୁଁଛନ୍ତି ବୋଲି ଶତପଥୀଙ୍କ ନାଁରେ ବିଭିନ୍ନ ଲୋକଙ୍କୁ ଯୋଗାଯୋଗ କରି ପ୍ରାୟ ୩ଜଣଙ୍କଠାରୁ ୬୦ ହଜାର ଟଙ୍କା ଠକିନେଇଥିବା ଜଣାପଡ଼ିଛି। ଏନେଇ ଠକେଇର ଶିକାର ହୋଇଥିବା ବ୍ୟକ୍ତିମାନେ ଜାଣିବା ପରେ ଏସିପି ଶତପଥୀଙ୍କୁ ଘଟଣା ବିଷୟରେ ଅବଗତ କରାଇ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଏଭଳି ଠକଙ୍କଠାରୁ ଦୂରେଇ ରହିବାକୁ ଏସିପି ଶତପଥୀ ଅନୁରୋଧ କରିବା ସହ ପୋଲିସରେ ଅଭିଯୋଗ କରିବାକୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri