ମହଙ୍ଗା ମାଡ଼କୁ ମାପ ଓଜନରେ ଠକେଇ

ଯାଜପୁର ଅଫିସ,୧୬ା୫: ରାଜ୍ୟରେ ଖାଉଟିଙ୍କୁ ମାପ ଓ ଓଜନରେ ବ୍ୟାପକ ଠକେଇର ଶିକାର ହେବାକୁ ପଡୁଛି। ଏହାକୁ ନିୟନ୍ତ୍ରଣ କରିବାକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନ ବୈଧମାପ ବିଜ୍ଞାନ ବା ଲିଗାଲ ମେଟ୍ରୋଲୋଜି(ଏଲ୍‌ଏମ୍‌) ନିର୍ଦ୍ଦେଶାଳୟ ପକ୍ଷରୁ ବିଭିନ୍ନ ସମୟରେ ଚଢାଉ କରାଯିବା ସହ ତଦନ୍ତ ନିର୍ଦ୍ଦେଶ ହେଉଛି। ଅଥଚ ବିଭାଗୀୟ ଅଧିକାରୀଙ୍କ ଆନ୍ତରିକତାର ଅଭାବ ଯୋଗୁ ଚଢାଉ ଏବଂ ରାଜସ୍ବ ଆଦାୟ ଅଶାନୁରୂପ ହୋଇପାରୁନାହିଁ। ୨୦୨୧-୨୨ ବର୍ଷରେ ଧାର୍ଯ୍ୟଲକ୍ଷ୍ୟ ୧୫.୭୫ କୋଟିରୁ ୧୪.୧୨ କୋଟି ଟଙ୍କାର (୮୯.୬୬%) ରାଜସ୍ବ ଆଦାୟ ହୋଇପାରିଛି। ଏଥିରେ କେବଳ ଢେଙ୍କାନାଳ, ଗଜପତି, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ନବରଙ୍ଗପୁର, ନୟାଗଡ଼ ଓ ନୂଆପଡା ଜିଲାରେ ଧାର୍ଯ୍ୟଲକ୍ଷ୍ୟଠାରୁ ଅଧିକ ସଫଳତା ମିଳିଛି। ବଲାଙ୍ଗୀର ଜିଲାରେ ସର୍ବନିମ୍ନ ୬୮.୭୭% ରାଜସ୍ବ ଆଦାୟ ହୋଇଛି। ସେହିପରି ବେପାରୀଙ୍କୁ ଯାଞ୍ଚ (ଭେରିଫିକେଶନ ଅଫ ଟ୍ରେଡର୍ସ) କ୍ଷେତ୍ରରେ ଅନୁଗୋଳ, ବଲାଙ୍ଗୀର, ଦେବଗଡ଼, ଢେଙ୍କାନାଳ, ଯାଜପୁର, କଳାହାଣ୍ଡି ଓ ସୋନପୁର ଜିଲାର ସଫଳତା ଗତବର୍ଷ ଅପେକ୍ଷା ନୈରାଶ୍ୟଜନକ ରହିଛି। ଆଇନ ଉଲ୍ଲଂଘନକାରୀ ବେପାରୀଙ୍କୁ ଚିହ୍ନଟ କରି ମାମଲା ରୁଜୁ କ୍ଷେତ୍ରରେ ଭଦ୍ରକ, ବଲାଙ୍ଗୀର, ବୌଦ୍ଧ, କଟକ, ଢେଙ୍କାନାଳ, ଯାଜପୁର, ଝାରସୁଗୁଡା, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଓ ସୋନପୁର ଜିଲାର ସଫଳତା ଆଶାନୁରୂପ ହୋଇପାରିନାହିଁ। ଏହିକ୍ରମରେ ଦାୟିତ୍ୱରେ ଥିବା ଅଧିକାରୀମାନଙ୍କୁ ସେମାନଙ୍କ କାର୍ଯ୍ୟ ସମ୍ପାଦନାରେ ଉନ୍ନତି ଆଣିବାକୁ ଗତ ସମୀକ୍ଷା ବୈଠକରେ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବିଭାଗ ପକ୍ଷରୁ ୧୬.୫ କୋଟି ଟଙ୍କା ରାଜସ୍ବ ଆଦାୟ କରିବାକୁ ଲକ୍ଷ୍ୟଧାର୍ଯ୍ୟ ହୋଇଛି।
ବ୍ୟବସାୟିକ ଅନୁଷ୍ଠାନ, ଶିଳ୍ପାଞ୍ଚଳ ଓ ଖଣିରେ ଥିବା ୱେବ୍ରିଜ, ବଜାର, ସୁନା ଦୋକାନ, ପରିବା, ରାଶନ ଦୋକାନ, ପେଟ୍ରୋଲ ଟାଙ୍କି ଇତ୍ୟାଦିରେ ଓଜନ ଓ ମାପରେ ବ୍ୟାପକ ଅନିୟମିତତା ହେଉଛି ବୋଲି ଅଭିଯୋଗ ହୋଇଆସୁଛି। ଓଜନ ଯନ୍ତ୍ରର ଉପଯୁକ୍ତ ଭାବେ ସିଲ୍‌ ଓ କ୍ରମାଙ୍କ କାର୍ଯ୍ୟ ହେଉ ନ ଥିବା ଅଭିଯୋଗ ହେଉଥିବାରୁ ନିରୀକ୍ଷଣ କରି ଆଇନ ଅନୁସାରେ ପଦକ୍ଷେପ ଗ୍ରହଣ କରିବାକୁ ରାଜ୍ୟ ଲିଗାଲ ମେଟ୍ରୋଲୋଜି ନିର୍ଦ୍ଦେଶାଳୟ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇ ଆସୁଛି। ହେଲେ ସେହି ବ୍ୟବସ୍ଥାର ସୁଧାର ହେଉ ନାହିଁ। ଫଳରେ ଖାଉଟିମାନେ ବିଭିନ୍ନ ସମୟରେ ଶୋଷଣର ଶିକାର ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri