ମହଙ୍ଗା ମାଡ଼କୁ ମାପ ଓଜନରେ ଠକେଇ

ଯାଜପୁର ଅଫିସ,୧୬ା୫: ରାଜ୍ୟରେ ଖାଉଟିଙ୍କୁ ମାପ ଓ ଓଜନରେ ବ୍ୟାପକ ଠକେଇର ଶିକାର ହେବାକୁ ପଡୁଛି। ଏହାକୁ ନିୟନ୍ତ୍ରଣ କରିବାକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନ ବୈଧମାପ ବିଜ୍ଞାନ ବା ଲିଗାଲ ମେଟ୍ରୋଲୋଜି(ଏଲ୍‌ଏମ୍‌) ନିର୍ଦ୍ଦେଶାଳୟ ପକ୍ଷରୁ ବିଭିନ୍ନ ସମୟରେ ଚଢାଉ କରାଯିବା ସହ ତଦନ୍ତ ନିର୍ଦ୍ଦେଶ ହେଉଛି। ଅଥଚ ବିଭାଗୀୟ ଅଧିକାରୀଙ୍କ ଆନ୍ତରିକତାର ଅଭାବ ଯୋଗୁ ଚଢାଉ ଏବଂ ରାଜସ୍ବ ଆଦାୟ ଅଶାନୁରୂପ ହୋଇପାରୁନାହିଁ। ୨୦୨୧-୨୨ ବର୍ଷରେ ଧାର୍ଯ୍ୟଲକ୍ଷ୍ୟ ୧୫.୭୫ କୋଟିରୁ ୧୪.୧୨ କୋଟି ଟଙ୍କାର (୮୯.୬୬%) ରାଜସ୍ବ ଆଦାୟ ହୋଇପାରିଛି। ଏଥିରେ କେବଳ ଢେଙ୍କାନାଳ, ଗଜପତି, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ନବରଙ୍ଗପୁର, ନୟାଗଡ଼ ଓ ନୂଆପଡା ଜିଲାରେ ଧାର୍ଯ୍ୟଲକ୍ଷ୍ୟଠାରୁ ଅଧିକ ସଫଳତା ମିଳିଛି। ବଲାଙ୍ଗୀର ଜିଲାରେ ସର୍ବନିମ୍ନ ୬୮.୭୭% ରାଜସ୍ବ ଆଦାୟ ହୋଇଛି। ସେହିପରି ବେପାରୀଙ୍କୁ ଯାଞ୍ଚ (ଭେରିଫିକେଶନ ଅଫ ଟ୍ରେଡର୍ସ) କ୍ଷେତ୍ରରେ ଅନୁଗୋଳ, ବଲାଙ୍ଗୀର, ଦେବଗଡ଼, ଢେଙ୍କାନାଳ, ଯାଜପୁର, କଳାହାଣ୍ଡି ଓ ସୋନପୁର ଜିଲାର ସଫଳତା ଗତବର୍ଷ ଅପେକ୍ଷା ନୈରାଶ୍ୟଜନକ ରହିଛି। ଆଇନ ଉଲ୍ଲଂଘନକାରୀ ବେପାରୀଙ୍କୁ ଚିହ୍ନଟ କରି ମାମଲା ରୁଜୁ କ୍ଷେତ୍ରରେ ଭଦ୍ରକ, ବଲାଙ୍ଗୀର, ବୌଦ୍ଧ, କଟକ, ଢେଙ୍କାନାଳ, ଯାଜପୁର, ଝାରସୁଗୁଡା, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଓ ସୋନପୁର ଜିଲାର ସଫଳତା ଆଶାନୁରୂପ ହୋଇପାରିନାହିଁ। ଏହିକ୍ରମରେ ଦାୟିତ୍ୱରେ ଥିବା ଅଧିକାରୀମାନଙ୍କୁ ସେମାନଙ୍କ କାର୍ଯ୍ୟ ସମ୍ପାଦନାରେ ଉନ୍ନତି ଆଣିବାକୁ ଗତ ସମୀକ୍ଷା ବୈଠକରେ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବିଭାଗ ପକ୍ଷରୁ ୧୬.୫ କୋଟି ଟଙ୍କା ରାଜସ୍ବ ଆଦାୟ କରିବାକୁ ଲକ୍ଷ୍ୟଧାର୍ଯ୍ୟ ହୋଇଛି।
ବ୍ୟବସାୟିକ ଅନୁଷ୍ଠାନ, ଶିଳ୍ପାଞ୍ଚଳ ଓ ଖଣିରେ ଥିବା ୱେବ୍ରିଜ, ବଜାର, ସୁନା ଦୋକାନ, ପରିବା, ରାଶନ ଦୋକାନ, ପେଟ୍ରୋଲ ଟାଙ୍କି ଇତ୍ୟାଦିରେ ଓଜନ ଓ ମାପରେ ବ୍ୟାପକ ଅନିୟମିତତା ହେଉଛି ବୋଲି ଅଭିଯୋଗ ହୋଇଆସୁଛି। ଓଜନ ଯନ୍ତ୍ରର ଉପଯୁକ୍ତ ଭାବେ ସିଲ୍‌ ଓ କ୍ରମାଙ୍କ କାର୍ଯ୍ୟ ହେଉ ନ ଥିବା ଅଭିଯୋଗ ହେଉଥିବାରୁ ନିରୀକ୍ଷଣ କରି ଆଇନ ଅନୁସାରେ ପଦକ୍ଷେପ ଗ୍ରହଣ କରିବାକୁ ରାଜ୍ୟ ଲିଗାଲ ମେଟ୍ରୋଲୋଜି ନିର୍ଦ୍ଦେଶାଳୟ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇ ଆସୁଛି। ହେଲେ ସେହି ବ୍ୟବସ୍ଥାର ସୁଧାର ହେଉ ନାହିଁ। ଫଳରେ ଖାଉଟିମାନେ ବିଭିନ୍ନ ସମୟରେ ଶୋଷଣର ଶିକାର ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ନିଜ ନକ୍ଷତ୍ରରେ ପ୍ରବେଶ କରିବେ ବୁଧ; ୪ ରାଶିଙ୍କ ଗୋଲ୍ଡେନ୍‌ ଟାଇମ୍‌ ଆରମ୍ଭ, ଯାଚିକି ଟଙ୍କା ଦେବେ ଲୋକ…

ଗ୍ରହଗୁଡ଼ିକର ଚଳନ ଏବଂ ଅବସ୍ଥାନରେ ପରିବର୍ତ୍ତନ ଯୋଗୁଁ ବିଭିନ୍ନ ରାଶିର ବ୍ୟକ୍ତିବିଶେଷଙ୍କ ଜୀବନରେ ପ୍ରଭାବ ପଡ଼ିଥାଏ। ଏବେ ବୁଧ ୨୨ ଅଗଷ୍ଟ ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ।…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri