ଜମି ଦେବା ନାଁରେ ୩୩ ଲକ୍ଷ ଠକେଇ, ଜଣେ ଗିରଫ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ଭୁବନେଶ୍ୱରରେ ଜମି କିଣି ଦେବାକୁ କହି ୩୩ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗରେ ରବିବାର ଖଣ୍ଡଗିରି ଥାନା ପୋଲିସ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ କେନ୍ଦ୍ରାପଡ଼ା ଅଞ୍ଚଳର ସଂଗ୍ରାମ ମହ୍ଲ(୪୨)। ସେ କିଛିଦିନ ହେବ ଭୁବନେଶ୍ୱର ବରମୁଣ୍ଡା ଜଗନ୍ନାଥ ବିହାରରେ ରହୁଥିଲେ। ଏଥିରେ ସମ୍ପୃକ୍ତ ଥିବା ସଂଗ୍ରାମଙ୍କ ଶ୍ୱଶୁର ଫେରାର ହୋଇଯାଇଛନ୍ତି। ତାଙ୍କୁ ଗିରଫ କରିବା ପାଇଁ ପୋଲିସ ଅଧିକ ତଦନ୍ତ କରୁଛି। ସୂଚନା ଅନୁଯାୟୀ, ଏକାମ୍ରକାନନରେ ଘରବାଡ଼ି ଜାଗା କରାଇ ଦେବାକୁ କହି ପ୍ରଶାନ୍ତ କୁମାର ବାଗ ନାମକ ଜଣେ ବ୍ୟକ୍ତିଙ୍କଠାରୁ ୨୦୦୩ରେ ସଂଗ୍ରାମ ଓ ତାଙ୍କ ଶ୍ୱଶୁର ୩୩ଲକ୍ଷ ଟଙ୍କା ନେଇଥିଲେ। ପରେ ତାଙ୍କୁ ଜମି ଦେଇ ନ ଥିଲେ କି ଟଙ୍କା ଫେରାଇ ନ ଥିଲେ। ଏ ନେଇ ପ୍ରଶାନ୍ତ ତାଙ୍କ ନିକଟକୁ ବାରମ୍ବାର ଯିବାପରେ ୨୦୦୮ରେ ୨ ମାସ ମଧ୍ୟରେ ଟଙ୍କା ଫେରାଇ ଦେବାକୁ ଅଭିଯୁକ୍ତଦ୍ୱୟ ଏକ ଏଗ୍ରିମେଣ୍ଟ କରିଥିଲେ। ମାତ୍ର ଅଭିଯୁକ୍ତଦ୍ୱୟ ୨୦୧୫ରେ ୨ଲକ୍ଷ ଟଙ୍କା ଓ ୨୦୧୬ରେ ୫୦ହଜାର ଟଙ୍କା ପ୍ରଶାନ୍ତକୁ ଦେଇଥିଲେ। ଏହାପରଠାରୁ ଆଉ ଟଙ୍କା ନ ଦେଇ ବାରମ୍ବାର ଫାଙ୍କୁଥିଲେ। ଶୁକ୍ରବାର ପ୍ରଶାନ୍ତ ଟଙ୍କା ମାଗିବାକୁ ଅଭିଯୁକ୍ତଙ୍କ ଘରକୁ ଯାଇଥିବାବେଳେ ପ୍ରଶାନ୍ତଙ୍କୁ ଗାଲିଗୁଲଜ କରିବା ସହ ଟଙ୍କା ମାଗିଲେ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ। ଏ ନେଇ ପ୍ରଶାନ୍ତ ଥାନାର ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ରାୟଗଡ଼ା କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ୍‌: ବନ୍ଧୁକ ମୁନରେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)-ନାବାଳିକାଙ୍କୁ ବଳାତ୍କାର ଓ ନିର୍ଯାତନା ଅଭିଯୋଗ ମାମଲାରେ ମାଓବାଦୀ ନେତା ଆଜାଦ୍‌ ଓରଫ୍‌ ଦୁନା କେଶବ ରାଓ ମଙ୍ଗଳବାର ରାୟଗଡ଼ା ପୋକ୍‌ସୋ କୋର୍ଟରେ ହାଜର…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri