ଶାଳକ, ଭିଣୋଇଙ୍କ ଠକେଇ ଗୁମର ଖୋଲୁଛି

ଭୁବନେଶ୍ୱର,୧୯ା୭(ବ୍ୟୁରୋ): ରେଲ୍‌ଓ୍ବେ ଚାକିରି ଆଳରେ ୫ଜଣ ଯୁବକଙ୍କଠାରୁ ୨୧ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଶାଳକ କଳିଙ୍ଗବିହାରର ସୌମ୍ୟ ରଞ୍ଜନ ରାଉତ ଓ ଭିଣୋଇ ସମରଜିତଙ୍କୁ ଚନ୍ଦ୍ରଶେଖରପୁର ଥାନା ପୋଲିସ ଶନିବାର ଗିରଫ କରିଥିଲା। ଏବେ ସେମାନଙ୍କ ଠକେଇ ଗୁମର ଖୋଲିବାରେ ଲାଗିଛି। ସେମାନେ ଗିରଫ ହୋଇଥିବା ଜାଣିବା ପରେ ଠକେଇର ଶିକାର ବହୁ ଯୁବକ ରବିବାର ଥାନାର ଦ୍ୱାରସ୍ଥ ହୋଇଛନ୍ତି। ତମାଣ୍ଡୋ ଥାନାରେ ୫ରୁ ଊର୍ଦ୍ଧ୍ୱ ଅଭିଯୋଗ ହୋଇଥିବାବେଳେ ଅଭିଯୁକ୍ତ ଦ୍ୱୟ ସେମାନଙ୍କୁ ବ୍ୟାଙ୍କ ପିଓ ଓ କ୍ଲର୍କ ଚାକିରି କରାଇଦେବାକୁ କହି ଲକ୍ଷାଧିକ ଟଙ୍କା ଠକି ନେଇଥିବା ଏତଲାରେ ଉଲ୍ଲେଖ କରିଛନ୍ତି। ଅଭିଯୋଗ ବଢ଼ିବା ପରେ ପୋଲିସ ଶାଳକ ଓ ଭିଣୋଇଙ୍କ ଠକେଇ ର଼୍ୟାକେଟକୁ ନେଇ ଅଧିକ ତଦନ୍ତ ଚଳାଇଛି। ଆବଶ୍ୟକ ପଡ଼ିଲେ ଭିଣୋଇ ସମରଜିତଙ୍କୁ ତମାଣ୍ଡୋ ପୋଲିସ ରିମାଣ୍ଡରେ ଆଣିବ ବୋଲି ସୂଚନା ମିଳିଛି। ଅନ୍ୟପକ୍ଷରେ ସୌମ୍ୟରଞ୍ଜନଙ୍କୁ କରୋନା ହୋଇଥିବା ଜଣାପଡିଛି। ତେଣୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ ସମରଜିତ୍‌ଙ୍କୁ କୋର୍ଟ ଚାଲାଣ କରାଯାଇଛି।
ସୂଚନା ଅନୁଯାୟୀ, ଶୁକ୍ରବାର ସନ୍ଧ୍ୟାରେ ସମରଜିତଙ୍କୁ ୫ଜଣ ଯୁବକ ଅପହରଣ କରିଥିବା ନେଇ ତାଙ୍କ ଭଉଣୀ ତମାଣ୍ଡୋ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ମାମଲା ରୁଜୁ କରି ଅପହରଣକାରୀଙ୍କୁ ଗିରଫ କରିବା ପାଇଁ ସେମାନଙ୍କୁ ଟ୍ରାକ୍‌ କରିଥିଲା। ଏପଟେ ସମ୍ପୃକ୍ତ ଯୁବକମାନେ ସମରଜିତଙ୍କୁ ଚନ୍ଦ୍ରଶେଖରପୁର ଥାନା ପୋଲିସ ଜିମା ଦେଇ ଠକେଇ ଅଭିଯୋଗ କରିଥିଲେ। ସମରଜିତ ଓ ତାଙ୍କ ଶାଳକ ସୌମ୍ୟରଞ୍ଜନ ରେଲ୍‌ଓ୍ବେ ଚାକିରି ଦେବାକୁ କହି ୨୧ଲକ୍ଷ ଟଙ୍କା ଠକି ନେଇଥିବା ଏତଲାରେ ଉଲ୍ଲେଖ କରିଥିଲେ। ଉଭୟ ଥାନା ପକ୍ଷରୁ ଦୁଇଟି ପୃଥକ ମାମଲା ରୁଜୁ କରାଯାଇଥିଲା। ଚନ୍ଦ୍ରଶେଖରପୁର ଥାନା ପୋଲିସ ଠକେଇ ମାମଲାରେ ସୌମ୍ୟରଞ୍ଜନ ଓ ସମରଜିତଙ୍କୁ ଗିରଫ କରିଥିବାବେଳେ ତମାଣ୍ଡୋ ଥାନା ପୋଲିସ ସମ୍ପୃକ୍ତ ୫ଜଣଙ୍କ ବିରୋଧରେ ଅପହରଣ ମାମଲା ରୁଜୁ କରିଥିଲା। ତେବେ ପୋଲିସ ସମ୍ପୃକ୍ତ ୫ଜଣଙ୍କୁ ଗିରଫ କରିବା ପରେ ନୋଟିସ ଦେଇ ଛାଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri