ଶାଳକ, ଭିଣୋଇଙ୍କ ଠକେଇ ଗୁମର ଖୋଲୁଛି

ଭୁବନେଶ୍ୱର,୧୯ା୭(ବ୍ୟୁରୋ): ରେଲ୍‌ଓ୍ବେ ଚାକିରି ଆଳରେ ୫ଜଣ ଯୁବକଙ୍କଠାରୁ ୨୧ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଶାଳକ କଳିଙ୍ଗବିହାରର ସୌମ୍ୟ ରଞ୍ଜନ ରାଉତ ଓ ଭିଣୋଇ ସମରଜିତଙ୍କୁ ଚନ୍ଦ୍ରଶେଖରପୁର ଥାନା ପୋଲିସ ଶନିବାର ଗିରଫ କରିଥିଲା। ଏବେ ସେମାନଙ୍କ ଠକେଇ ଗୁମର ଖୋଲିବାରେ ଲାଗିଛି। ସେମାନେ ଗିରଫ ହୋଇଥିବା ଜାଣିବା ପରେ ଠକେଇର ଶିକାର ବହୁ ଯୁବକ ରବିବାର ଥାନାର ଦ୍ୱାରସ୍ଥ ହୋଇଛନ୍ତି। ତମାଣ୍ଡୋ ଥାନାରେ ୫ରୁ ଊର୍ଦ୍ଧ୍ୱ ଅଭିଯୋଗ ହୋଇଥିବାବେଳେ ଅଭିଯୁକ୍ତ ଦ୍ୱୟ ସେମାନଙ୍କୁ ବ୍ୟାଙ୍କ ପିଓ ଓ କ୍ଲର୍କ ଚାକିରି କରାଇଦେବାକୁ କହି ଲକ୍ଷାଧିକ ଟଙ୍କା ଠକି ନେଇଥିବା ଏତଲାରେ ଉଲ୍ଲେଖ କରିଛନ୍ତି। ଅଭିଯୋଗ ବଢ଼ିବା ପରେ ପୋଲିସ ଶାଳକ ଓ ଭିଣୋଇଙ୍କ ଠକେଇ ର଼୍ୟାକେଟକୁ ନେଇ ଅଧିକ ତଦନ୍ତ ଚଳାଇଛି। ଆବଶ୍ୟକ ପଡ଼ିଲେ ଭିଣୋଇ ସମରଜିତଙ୍କୁ ତମାଣ୍ଡୋ ପୋଲିସ ରିମାଣ୍ଡରେ ଆଣିବ ବୋଲି ସୂଚନା ମିଳିଛି। ଅନ୍ୟପକ୍ଷରେ ସୌମ୍ୟରଞ୍ଜନଙ୍କୁ କରୋନା ହୋଇଥିବା ଜଣାପଡିଛି। ତେଣୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ ସମରଜିତ୍‌ଙ୍କୁ କୋର୍ଟ ଚାଲାଣ କରାଯାଇଛି।
ସୂଚନା ଅନୁଯାୟୀ, ଶୁକ୍ରବାର ସନ୍ଧ୍ୟାରେ ସମରଜିତଙ୍କୁ ୫ଜଣ ଯୁବକ ଅପହରଣ କରିଥିବା ନେଇ ତାଙ୍କ ଭଉଣୀ ତମାଣ୍ଡୋ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ମାମଲା ରୁଜୁ କରି ଅପହରଣକାରୀଙ୍କୁ ଗିରଫ କରିବା ପାଇଁ ସେମାନଙ୍କୁ ଟ୍ରାକ୍‌ କରିଥିଲା। ଏପଟେ ସମ୍ପୃକ୍ତ ଯୁବକମାନେ ସମରଜିତଙ୍କୁ ଚନ୍ଦ୍ରଶେଖରପୁର ଥାନା ପୋଲିସ ଜିମା ଦେଇ ଠକେଇ ଅଭିଯୋଗ କରିଥିଲେ। ସମରଜିତ ଓ ତାଙ୍କ ଶାଳକ ସୌମ୍ୟରଞ୍ଜନ ରେଲ୍‌ଓ୍ବେ ଚାକିରି ଦେବାକୁ କହି ୨୧ଲକ୍ଷ ଟଙ୍କା ଠକି ନେଇଥିବା ଏତଲାରେ ଉଲ୍ଲେଖ କରିଥିଲେ। ଉଭୟ ଥାନା ପକ୍ଷରୁ ଦୁଇଟି ପୃଥକ ମାମଲା ରୁଜୁ କରାଯାଇଥିଲା। ଚନ୍ଦ୍ରଶେଖରପୁର ଥାନା ପୋଲିସ ଠକେଇ ମାମଲାରେ ସୌମ୍ୟରଞ୍ଜନ ଓ ସମରଜିତଙ୍କୁ ଗିରଫ କରିଥିବାବେଳେ ତମାଣ୍ଡୋ ଥାନା ପୋଲିସ ସମ୍ପୃକ୍ତ ୫ଜଣଙ୍କ ବିରୋଧରେ ଅପହରଣ ମାମଲା ରୁଜୁ କରିଥିଲା। ତେବେ ପୋଲିସ ସମ୍ପୃକ୍ତ ୫ଜଣଙ୍କୁ ଗିରଫ କରିବା ପରେ ନୋଟିସ ଦେଇ ଛାଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri