ପ୍ରତାରଣା ଅଭିଯୋଗ, ଜେଲ ଗଲେ ଫାଣ୍ଡି ଅଧିକାରୀ

ଖଲ୍ଲିକୋଟ,୮ା୭(ଡି.ଏନ୍‌.ଏ.)- ପୁଣି ଖାକିରେ କଳଙ୍କ। ମହିଳାଙ୍କୁ ସୁରକ୍ଷା ଦେବା ବଦଳରେ ଦିନକୁ ଦିନ ସେମାନଙ୍କ ଉପରେ ପୋଲିସର ଅତ୍ୟାଚାର ବଢୁଛି। ବିବାହ ପ୍ରତିଶ୍ରୁତି ଦେଇ ଜଣେ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିବା ଓ ପରେ ପ୍ରତାରଣା ଅଭିଯୋଗରେ ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଭେଜିପୁଟ ଫାଣ୍ଡି ଓଆଇସି ଟୁନା ପିଡ଼ିକାଙ୍କୁ ମଙ୍ଗଳବାର ଗିରଫ କରି କୋର୍ଟ ଚାଲାଣର କରାଯାଇଛି। ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ ତାଙ୍କୁ ନିଲମ୍ବିତ କରିଛନ୍ତି।ଅଭିଯୋଗ ଅନୁଯାୟୀ, ଭୁବନେଶ୍ୱରରେ ଟ୍ରେନିଂ ନେଉଥିବାବେଳେ ପ୍ରାୟ ୪ ବର୍ଷ ତଳେ ସମ୍ପୃକ୍ତ ଯୁବତୀଙ୍କ ସହ ଟୁନାଙ୍କର ପ୍ରେମ ସମ୍ପର୍କ ଗଢି ଉଠିଥିଲା। ବିବାହ ପ୍ରତିଶ୍ରୁତି ଦେବା ସହ ସେ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ମାତ୍ର ପରେ ବିବାହ କରିବାକୁ ମନା କରିବା ସହ କିଛିଦିନ ହେଲା ଫୋନ୍‌ କଲେ ମଧ୍ୟ ଉଠାଉ ନ ଥିଲେ। ଏପରିକି ତାଙ୍କୁ ନ ଜଣାଇ ଟୁନା ଆଉ ଜଣେ ଯୁବତୀଙ୍କ ସହ ଏବେ ନିର୍ବନ୍ଧ କରିଛନ୍ତି। ଏହା ଜାଣିବା ପରେ ସମ୍ପୃକ୍ତ ଯୁବତୀ ଗତ ୩ ତାରିଖରେ ଖଲ୍ଲିକୋଟ ଥାନାରେ ପହଞ୍ଚତ୍ ଅଭିଯୋଗ କରିଥିଲେ। ସୋମବାର ଏନେଇ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏଙ୍କୁ ମଧ୍ୟ ଭେଟି ଜଣାଇଥିଲେ। ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ଖଲ୍ଲିକୋଟ ଥାନା ଅଧିକାରୀ ନଂ.୧୬୫/୨୦ରେ ମାମଲା ରୁଜୁକରି ଟୁନାଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଥିଲେ। ଜାମିନ ନାମଞ୍ଜୁର ହେବାରୁ ମଙ୍ଗଳବାର କୋଦଳା ସବ୍‌ଜେଲ୍‌କୁ ପଠାଇଦିଆଯାଇଛି। ପ୍ରକାଶ ଯେ, ଜଣେ ନାବାଳିକାଙ୍କୁ ଥାନା ଭିତରେ ବଳାତ୍କାର ପରେ ଗର୍ଭପାତ କରାଇବା ଅଭିଯୋଗରେ ସୁନ୍ଦରଗଡ ଜିଲା ବୀରମିତ୍ରପୁରର ପୂର୍ବତନ ଥାନା ଅଧିକାରୀ ଆନନ୍ଦ ଚନ୍ଦ୍ର ମାଝିଙ୍କୁ ଗତ ୧ ତାରିଖରେ କ୍ରାଇମ୍‌ବ୍ରାଞ୍ଚ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri