ଜଳେଶ୍ୱର, ୧୦ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲାର ୬୦ନଂ. ଜାତୀୟ ରାଜପଥ ଜଳେଶ୍ୱର ନିକଟରେ ବାରମ୍ବାର ଚୋରି, ଛିନ୍ତାଇ, ରାହାଜାନି ଭଳି ଅଭିଯୋଗ ହୋଇଆସୁଛି। ଗୁରୁବାର ସନ୍ଧ୍ୟାରେ ଆନ୍ଧ୍ରପ୍ରଦେଶରୁ ଚିଙ୍ଗୁଡି ଖାଦ୍ୟ ବୋଝେଇ କଣ୍ଟେନର (ନଂ.ଓଡି୦୧ଏକେ ୨୩୭୦) ଭୋଗରାଇକୁ ଆସୁଥିବା ବେଳେ ୬୦ନଂ. ଜାତୀୟ ରାଜପଥର ନନ୍ଦିକାଠାରେ ଜଣେ ଯୁବକ ନିଜକୁ ଆର୍ଟିଓ ପରିଚୟ ଦେଇ ଚେକିଂ କରିବା ଓ ଆବଶ୍ୟକଠାରୁ ଅଧିକ ବୋଝେଇ ହୋଇଥିବା କହି ବଟି ମାଗିଥିଲେ। ଡ୍ରାଇଭର ନରେନ୍ଦ୍ର ଧଳ ରାଜି ନ ହେବାରୁ ଯୁବକଜଣକ ଏକ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ଲହୁଲୁହାଣ କରିଥିଲେ। ରକ୍ତାକ୍ତ ଅବସ୍ଥାରେ ଡ୍ରାଇଭରଙ୍କୁ ସ୍ଥାନୀୟ ଲୋକଙ୍କ ସହାୟତାରେ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଜିକେଭଟ୍ଟର ହସ୍ପିଟାଲକୁ ଅଣାଯାଇ ଚିକିତ୍ସା କରାଯାଉଛି। ଯୁବକଜଣକ ଫେରାର ହୋଇଯାଇଥିଲେ। ନରେନ୍ଦ୍ରଙ୍କ ଘର ଭୋଗରାଇର ନାରାୟଣମହାନ୍ତି ପଡିଆ ପଞ୍ଚାୟତ ଚନ୍ଦ୍ରାବାଲି ଗାଁରେ।
୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...
ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍; ମିଳିନି ପରିଚୟ…
ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...
SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍ଟି ଲେଭଲ୍ ପାର୍କିଂ
ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...
ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ
ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...
ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ…
ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...
ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’
ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...
କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….
ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...
ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି
ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...
Archives


