୩୦ରେ ସରିବ ମାଗଣା ବୁଷ୍ଟର ଡୋଜ୍‌ ଟିକାକରଣ

ଭୁବନେଶ୍ୱର,୪।୯(ବ୍ୟୁରୋ): ରାଜ୍ୟରେ ମାଗଣା କରୋନା ଟିକା ଅବଧି ସରିଆସୁଛି। ତେଣୁ ତୁରନ୍ତ ବୁଷ୍ଟର ଡୋଜ୍‌ ବା ପ୍ରିକଶନ ଡୋଜ୍‌ ଟିକା ନେବା ପାଇଁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି। ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ବିଜୟ କୁମାର ପାଣିଗ୍ରାହୀ କହିଛନ୍ତି, ଏବେ ପର୍ଯ୍ୟନ୍ତ ରାଜ୍ୟରେ ୭୫ ପ୍ରତିଶତ ଲୋକ ବୁଷ୍ଟର ଡୋଜ୍‌ ନେଇନାହାନ୍ତି। ଏମାନଙ୍କ ସଂଖ୍ୟା ହେଉଛି ୨କୋଟି ୪୦ଲକ୍ଷ। ଏଥିସହ ରାଜ୍ୟର ୨୩ଲକ୍ଷ ୩୨ହଜାର ଲୋକ ଦ୍ୱିତୀୟ ଡୋଜ୍‌ ଟିକା ବି ନେଇ ନାହାନ୍ତି। ମୁଖ୍ୟତଃ ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର, ଅନୁଗୋଳ, ପୁରୀ, ସୁନ୍ଦରଗଡ଼ ଜିଲାରେ ଲୋକମାନେ ଟିକା ନେବା ପାଇଁ ଆଗ୍ରହ ପ୍ରକାଶ କରୁନାହାନ୍ତି। କରୋନାକୁ ମୁକାବିଲା କରିବାକୁ ହେଲେ ଟିକା ନେବାକୁ ପଡ଼ିବ। ତେଣୁ ତୁରନ୍ତ ଟିକା ନେବା ପାଇଁ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ପାଣିଗ୍ରାହୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି।
ସ୍ବାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶରେ ଆଜାଦୀ କା ଅମୃତ ମହୋତ୍ସବ ପାଳନ ହେଉଥିଲା। ଏହି ପରିପ୍ରେକ୍ଷୀରେ ୭୫ଦିନ ପାଇଁ ମାଗଣା ବୁଷ୍ଟର ଡୋଜ୍‌ ଟିକା ଦିଆଯିବ ବୋଲି କେନ୍ଦ୍ର ସରକାର ଘୋଷଣା କରିଥିଲେ। ପ୍ରଥମେ କେବଳ ଗୁରୁତର ରୋଗୀ ବା ବହୁବିଧି ରୋଗୀ, ୬୦ବର୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ପାଇଁ ମାଗଣା ବୁଷ୍ଟର ଡୋଜ୍‌ ଟିକା ଦିଆଯାଉଥିଲା। ପରେ ସମସ୍ତ ୧୮ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କଙ୍କ ପାଇଁ ମାଗଣା ବୁଷ୍ଟର ଦିଆଯିବାକୁ ଘୋଷଣା କରାଯାଇଥିଲା। ତେଣୁ ଜୁଲାଇ ୧୫ ତାରିଖରୁ ଆରମ୍ଭ ହୋଇଥିବା ଏହି ମାଗଣା ବୁଷ୍ଟର ଡୋଜ୍‌ ଟିକାକରଣ ଆସନ୍ତା ୩୦ ତାରିଖରେ ଶେଷ ହେଉଥିବାରୁ ଏହା ମଧ୍ୟରେ ଏହାର ସୁଯୋଗ ନେବାକୁ ସ୍ବାସ୍ଥ୍ୟ ବିଭାଗ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ନୂଆବର୍ଷରେ ମହଙ୍ଗା ଯୋଇଯିବ ଏହିସବୁ ଔଷଧ, ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ...

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ବାପଘରକୁ ଯାଇଥିଲେ ଫୁଲମତି, ଘର ଭାଙ୍ଗି ଆକ୍ରମଣ କଲା ହାତୀ: ଆଉ ତା’ପରେ…

ବଲାଙ୍ଗୀର ୨୬/୧୨ (ସୁନୀଲ କୁମାର ମହାନ୍ତି):ଖପ୍ରାଖୋଲ ବ୍ଲକ ଲାଠୋର ରେଞ୍ଜ ଅନ୍ତର୍ଗତ ବେନ୍ଦେର ପଞ୍ଚାୟତର ଚହକପଡ଼ା ଗ୍ରାମରେ ଗୁରୁବାର ରାତି ପ୍ରାୟ ୩ଟା ସମୟରେ ୩୨...

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri