୩୦ରେ ସରିବ ମାଗଣା ବୁଷ୍ଟର ଡୋଜ୍‌ ଟିକାକରଣ

ଭୁବନେଶ୍ୱର,୪।୯(ବ୍ୟୁରୋ): ରାଜ୍ୟରେ ମାଗଣା କରୋନା ଟିକା ଅବଧି ସରିଆସୁଛି। ତେଣୁ ତୁରନ୍ତ ବୁଷ୍ଟର ଡୋଜ୍‌ ବା ପ୍ରିକଶନ ଡୋଜ୍‌ ଟିକା ନେବା ପାଇଁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି। ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ବିଜୟ କୁମାର ପାଣିଗ୍ରାହୀ କହିଛନ୍ତି, ଏବେ ପର୍ଯ୍ୟନ୍ତ ରାଜ୍ୟରେ ୭୫ ପ୍ରତିଶତ ଲୋକ ବୁଷ୍ଟର ଡୋଜ୍‌ ନେଇନାହାନ୍ତି। ଏମାନଙ୍କ ସଂଖ୍ୟା ହେଉଛି ୨କୋଟି ୪୦ଲକ୍ଷ। ଏଥିସହ ରାଜ୍ୟର ୨୩ଲକ୍ଷ ୩୨ହଜାର ଲୋକ ଦ୍ୱିତୀୟ ଡୋଜ୍‌ ଟିକା ବି ନେଇ ନାହାନ୍ତି। ମୁଖ୍ୟତଃ ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର, ଅନୁଗୋଳ, ପୁରୀ, ସୁନ୍ଦରଗଡ଼ ଜିଲାରେ ଲୋକମାନେ ଟିକା ନେବା ପାଇଁ ଆଗ୍ରହ ପ୍ରକାଶ କରୁନାହାନ୍ତି। କରୋନାକୁ ମୁକାବିଲା କରିବାକୁ ହେଲେ ଟିକା ନେବାକୁ ପଡ଼ିବ। ତେଣୁ ତୁରନ୍ତ ଟିକା ନେବା ପାଇଁ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ପାଣିଗ୍ରାହୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି।
ସ୍ବାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶରେ ଆଜାଦୀ କା ଅମୃତ ମହୋତ୍ସବ ପାଳନ ହେଉଥିଲା। ଏହି ପରିପ୍ରେକ୍ଷୀରେ ୭୫ଦିନ ପାଇଁ ମାଗଣା ବୁଷ୍ଟର ଡୋଜ୍‌ ଟିକା ଦିଆଯିବ ବୋଲି କେନ୍ଦ୍ର ସରକାର ଘୋଷଣା କରିଥିଲେ। ପ୍ରଥମେ କେବଳ ଗୁରୁତର ରୋଗୀ ବା ବହୁବିଧି ରୋଗୀ, ୬୦ବର୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ପାଇଁ ମାଗଣା ବୁଷ୍ଟର ଡୋଜ୍‌ ଟିକା ଦିଆଯାଉଥିଲା। ପରେ ସମସ୍ତ ୧୮ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କଙ୍କ ପାଇଁ ମାଗଣା ବୁଷ୍ଟର ଦିଆଯିବାକୁ ଘୋଷଣା କରାଯାଇଥିଲା। ତେଣୁ ଜୁଲାଇ ୧୫ ତାରିଖରୁ ଆରମ୍ଭ ହୋଇଥିବା ଏହି ମାଗଣା ବୁଷ୍ଟର ଡୋଜ୍‌ ଟିକାକରଣ ଆସନ୍ତା ୩୦ ତାରିଖରେ ଶେଷ ହେଉଥିବାରୁ ଏହା ମଧ୍ୟରେ ଏହାର ସୁଯୋଗ ନେବାକୁ ସ୍ବାସ୍ଥ୍ୟ ବିଭାଗ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ କୁୱେତ ଟ୍ୟାଙ୍କର ଉପରେ ଆକ୍ରମଣ; ୫ ଭାରତୀୟ ନାବିକ ଉଦ୍ଧାର

ତେହରାନ,୩।୧୦: ହର୍ମୁଜ ପ୍ରଣାଳୀ (Strait of Hormuz) ରେ କୁୱେତୀ ପତାକାବାହୀ ଏକ ଅଶୋଧିତ ତୈଳ ଟ୍ୟାଙ୍କର ଉପରେ ଏକ ପ୍ରକ୍ଷେପାସ୍ତ୍ର (projectile) ମାଡ଼ ହେବା ପରେ,…

କନ୍ଧମାଳ ଏମ୍‌ପିଙ୍କ ନୂଆ ପ୍ରତିନିଧି ନିଯୁକ୍ତି: ଜାଣନ୍ତୁ କାହାକୁ କେଉଁ ଦାୟିତ୍ବ …

ଦାରିଙ୍ଗବାଡ଼ି, ୩/୧୦ (ଅରୁଣ ସାହୁ): କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ତାଙ୍କ ପ୍ରତିନିଧି ମଣ୍ଡଳ ପାଇଁ ଜିଲା ପ୍ରଶାସନକୁ ନାମ ତାଲିକା ପଠାଇଥିବା ଜଣାପଡ଼ିଛି। ସେ…

ସ୍କୁଲ ଛାତ୍ରଙ୍କ ମଧ୍ୟରେ ହିଂସା: ଅଣଛାତ୍ରଙ୍କ ସହାୟତାରେ ଦୁଇ ଛାତ୍ରଙ୍କୁ ମାଡ଼, ଲହୁଲୁହାଣ

ବ୍ରହ୍ମପୁର, ୩।୧୦ (ସୁବାସ ଚନ୍ଦ୍ର ପାଢ଼ୀ): ଭଲ ପାଠ ପଢ଼ି ଭବିଷ୍ୟତ ଗଢ଼ିବାକୁ ସ୍ୱପ୍ନ ଦେଖିବା ବଦଳରେ ଏବେ ସ୍କୁଲରେ ହିଂସା ଭଳି ଘଟଣା ଦେଖିବାକୁ ମିଳୁଛି।…

ଖୁଦୁରୁକୁଣୀ ଭସାଣି ବେଳେ ଏସ୍‌ଆଇଙ୍କୁ ଆକ୍ରମଣ: ଡିଜେ ବଜାଇବାକୁ….

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘଷିପୁରା ଥାନା ଚଉମୁଇଁରେ ଖୁଦୁରୁକୁଣୀ ଭସାଣି ବେଳେ ଡିଜେ ବଜାଇବାକୁ ବିରୋଧ କରିବାରୁ ଏସ୍‌ଆଇ କଳ୍ପତ୍ତରୁ ନାୟକଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ…

Chanakya Niti: ଭୁଲ୍‌ରେ ବି କାହା ସହ ଶେୟାର କରନ୍ତୁନି ଏହି ୫ ଗୁପ୍ତ କଥା, ହୋଇପାରେ ବଡ଼ କ୍ଷତି

ଆଚାର୍ଯ୍ୟ ଚାଣକ୍ୟ ପ୍ରାଚୀନ ଭାରତର ଜଣେ ମହାନ ଦାର୍ଶନିକ, ଅର୍ଥନୀତିଜ୍ଞ, ଶିକ୍ଷକ ତଥା ମହାନ ରାଜନୀତିଜ୍ଞ ଥିଲେ। ସମାଜର କଲ୍ୟାଣ ଏବଂ ସଫଳ ଜୀବନଯାପନ ପାଇଁ ସେ…

ବୈଭବ ସୂର୍ଯ୍ୟବଂଶୀଙ୍କ ୱିକେଟ ନେବା ପରେ ‘Baby Celebration’ କଲେ ସାଇମ ଆୟୁବ, ଅଭିଷେକ ନେଲେ ପ୍ରତିଶୋଧ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ପୁରୁଷ କ୍ରିକେଟ ଫାଇନାଲ ସମୟରେ, ସାଇମ ଆୟୁବ ବୈଭବ ସୂର୍ଯ୍ୟବଂଶୀଙ୍କୁ ଆଉଟ କରିବା ପରେ ‘Baby Celebration’ (ଶିଶୁକୁ କୋଳରେ ଧରି…

ଗୁଡ଼ାରୀରୁ ଭୁବନେଶ୍ୱରକୁ ବସ୍‌ ଚଳାଚଳ ଦାବି: ସାଇକେଲ ଯାତ୍ରାବେଳେ ଅଧାବାଟରେ ଅସୁସ୍ଥ ହେଲେ ପ୍ରମୋଦ

ଗୁଣପୁର,୩ା୧୦(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ୍‌ ଚଳାଚଳ ଦାବିରେ ଗାନ୍ଧୀ ଜୟନ୍ତୀରୁ ସାଇକେଲ ଯାତ୍ରା ଆରମ୍ଭ କରିଥିବା ଆନ୍ଦୋଳନକାରୀ ପ୍ରମୋଦ…

୧୫ ଛକା,୧୩ ଚୌକା, T20 କ୍ରିକେଟରେ ସର୍ବାଧିକ ସ୍କୋର ହାସଲ କଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପ୍ରଥମେ ବ୍ୟାଟିଂ କରି ଭାରତ ମୋଟ ୨୧୧ ରନ ସଂଗ୍ରହ କରିଛି। ଶେଷ ତିନି ଓଭରରେ ଶିବମ ଦୁବେ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?