Posted inଜାତୀୟ

କରଦାତାଙ୍କ ଟଙ୍କାରେ ମାଗଣା ସୁବିଧା ଦେଶକୁ ଦେବାଳିଆ କରିଦେବ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୭ା୮(ପି.ଟି.): କରଦାତାଙ୍କ ଟଙ୍କାରେ ଲୋକଙ୍କୁ ମାଗଣା ସୁବିଧା ଦେବା ଧାରା ଲାଗିରହିଲେ, ଦେଶ ଅତ୍ୟନ୍ତ ଦେବାଳିଆ ସ୍ଥିତିକୁ ଚାଲିଯିବ ବୋଲି ଶୁକ୍ରବାର ସୁପ୍ରିମକୋର୍ଟ ଆଶଙ୍କା ବ୍ୟକ୍ତ କରିଛନ୍ତି। ନିର୍ବାଚନ ପୂର୍ବରୁ ରାଜନୈତିକ ଦଳଗୁଡ଼ିକ ଲୋକଙ୍କୁ ଆକୃଷ୍ଟ କରିବା ପାଇଁ ଦେଉଥିବା ମାଗଣା ସୁବିଧା ପରମ୍ପରା ବିରୋଧରେ ଏକାଧିକ ପିଟିଶନକୁ ତିନିଜଣିଅ ଖଣ୍ଡପୀଠରେ ଶୁଣାଣି ପାଇଁ ତାଲିକାଭୁକ୍ତ କରିବାକୁ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି। ଏହି ପ୍ରସଙ୍ଗର ବ୍ୟାପକ ଶୁଣାଣି ଆବଶ୍ୟକ। ତେବେ ସବୁ ପ୍ରତିଶ୍ରୁତିକୁ ମାଗଣା ସୁବିଧା ଭାବେ ଦେଖାଯାଇପାରିବ ନାହିଁ। କାରଣ ସେଥିରୁ କେତେକ କଲ୍ୟାଣକାରୀ ଯୋଜନା କିମ୍ବା ଜନମଙ୍ଗଳ ପଦକ୍ଷେପ ଏବଂ ଅର୍ଥନୈତିକ ଦାୟିତ୍ୱବୋଧ ରହିଛି। ସେହି ଯୋଜନାଗୁଡ଼ିକ କେବଳ ରାଷ୍ଟ୍ରର ନୀତି ନିର୍ଦ୍ଦେଶକ ତତ୍ତ୍ୱର ଅଂଶବିଶେଷ ନୁହେଁ, ଜଳମଙ୍ଗଳ ରାଷ୍ଟ୍ରର ଦାୟିତ୍ୱ ବୋଲି ସିଜେଆଇ ଜଷ୍ଟିସ ଏନ୍‌.ଭି. ରମନାଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ କହିଛନ୍ତି। ରାଜନୈତିକ ଦଳଗୁଡ଼ିକ ଲୋକଙ୍କୁ ମାଗଣା ସୁବିଧା ପ୍ରତିଶ୍ରୁତି ପ୍ରଦାନ କରିବା ଧାରା ଏକ ଗମ୍ଭୀର ପ୍ରସଙ୍ଗ ଦର୍ଶାଇ ସୁପ୍ରିମକୋର୍ଟ ଏହା ଉପରେ ବିତର୍କ ଜରୁରୀ ବୋଲି କହିଥିଲେ। କେନ୍ଦ୍ର ସରକାର ଏଥିପାଇଁ ସର୍ବଦଳୀୟ ବୈଠକ ଡାକୁ ନ ଥବାରୁ ସର୍ବୋଚ୍ଚ ଅଦାଲତ କ୍ଷୋଭ ପ୍ରକାଶ କରିଥିଲେ। ମାଗଣା ସୁବିଧା ପରମ୍ପରା ଅର୍ଥନୀତିକୁ ଧ୍ୱଂସ କରିଦେବାକୁ ଯାଉଛି। ଏହା ବନ୍ଦ ହେବା ଦରକାର। ଏନେଇ ରାଜନୈତିକ ଦଳଗୁଡ଼ିକ ସର୍ବସମ୍ମତ ନିଷ୍ପତ୍ତି ନ ନେବା ପର୍ଯ୍ୟନ୍ତ କିଛି କରିହେବ ନାହିଁ ବୋଲି ଖଣ୍ଡପୀଠ କହିଥିଲେ। ଦଳଗୁଡ଼ିକର ମାଗଣା ସୁବିଧା ପ୍ରତିଶ୍ରୁତି ମତଦାନକୁ ପ୍ରଭାବିତ କରୁଛି। ଏଭଳି ଧାରା ବନ୍ଦ ଲାଗି ନିର୍ଦ୍ଦେଶ ଦେବା ପାଇଁ ଆଇନଜୀବୀ ଅଶ୍ୱିନୀ କୁମାର ଉପାଧ୍ୟାୟ ଓ ଅନ୍ୟମାନେ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?