ମାଗଣାରେ ମିଳିବ କରୋନା ଟିକା: ୫ ରାଜ୍ୟ ସରକାର କରି ସାରିଲେଣି ଘୋଷଣା

ନୂଆଦିଲ୍ଲୀ,୧୩।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଆସନ୍ତା କିଛି ସପ୍ତାହ ମଧ୍ୟରେ ଦେଶରେ କରୋନା ଟିକା ମିଳିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା ମଧ୍ୟ କରି ସାରିଛନ୍ତି। ଇତିମଧ୍ୟରେ ୫ ରାଜ୍ୟ ସରକାର ଲୋକଙ୍କୁ ମାଗଣାରେ କରୋନା ଟିକା ଦେବା ଲାଗି ଘୋଷଣା କରିସାରିଛନ୍ତି। ପ୍ରଥମେ ବିହାରରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ସରକାର ବିଧାନସଭା ନିର୍ବାଚନ ପୂର୍ବରୁ ଏନେଇ ଘୋଷଣା କରିଥିଲେ। ଏବେ ନୀତିଶ ପୁଣି ଥରେ କ୍ଷମତାକୁ ଫେରିଛନ୍ତି। ଏନେଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସରକାର କହିଛନ୍ତି। ସେହିପରି କେରଳର ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ସରକାରରେ ରାଜ୍ୟରେ ଲୋକଙ୍କୁ ମାଗଣାରେ କରୋନା ଟିକା ଦେବା ପାଇଁ ଘୋଷଣା କରିସାରିଛନ୍ତି। ଲୋକଙ୍କୁ ମାଗଣା ଟିକା ଦେବା ଲାଗି ତାମିଲନାଡୁର ମୁଖ୍ୟମନ୍ତ୍ରୀ ଇଡାପ୍ପାଡି କେ. ପାଲାନିସାମିଙ୍କ ସରକାର ପ୍ରତିଶ୍ରୁତି ଦେଇ ସାରିଛନ୍ତି। ସେହିପରି ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନଙ୍କ ସରକାର ରାଜ୍ୟରେ ମାଗଣା ଟିକା ଯୋଗାଣ ଉପରେ ଗୁରୁତ୍ୱାରୋପ କରିଛନ୍ତି। ମାଗଣା ଟିକାଦାନ ପ୍ରତିଶ୍ରୁତି ଦେଇଥିବା ରାଜ୍ୟ ତାଲିକାରେ ଉତ୍ତରପ୍ରଦେଶ ମଧ୍ୟ ସାମିଲ ହୋଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର ଏନେଇ ପ୍ରତିଶ୍ରୁତି ଦେଇଛନ୍ତି। ଏବେ କରୋନା ଟିକା ଦିଆଯିବା ନେଇ ଅନ୍ୟ ରାଜ୍ୟଗୁଡ଼ିକର ସରକାର କିଭଳି ପଦକ୍ଷେପ ନେବେ ସେ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗର ଗୋଟିଏ ଦିନରେ ରାସ୍ତ ମରାମତି: ସିଟିଜେନ ଫୋରମଙ୍କୁ ଧନ୍ୟବାଦ

କେସିଙ୍ଗା,୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗିର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

ଔଷଧ କିଣିବା ପୂର୍ବରୁ ଜାଣନ୍ତୁ! ଆଜିଠୁ ବଦଳିଲା ୨୩ଟି ମେଡିସିନର ଦାମ୍‌

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ଆଜି ଅଗଷ୍ଟ ୧ରୁ ଔଷଧର ମୂଲ୍ୟରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ୨୨ଟି ଔଷଧ ଏବଂ ଫିକ୍ସଡ ଡୋଜ କମ୍ବିନେସନର ନୂତନ ଖୁଚୁରା…

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଧର୍ମ ପଚାରି କଲେ ଗୁଳି

ଶ୍ରୀନଗର,୧।୮: ଜମ୍ମୁ-କଶ୍ମୀରର କୁଲଗାମରେ ଶୁକ୍ରବାର ଆତଙ୍କବାଦୀ ଆକ୍ରମଣ ହୋଇଛି। କୁଲଗାମ ଜିଲାର ଏକ ଇଟାଭାଟିରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨ ଶ୍ରମିକଙ୍କର ମଧ୍ୟ ମୃତ୍ୟୁ ଘଟିଛି। ଏହି…

ପର୍ବପର୍ବାଣୀ ପୂର୍ବରୁ ବଡ଼ ଝଟକା! ଦୈନନ୍ଦିନ ବ୍ୟବହାରର ସାମଗ୍ରୀ ଉପରେ ମହଙ୍ଗା ମାଡ଼, ବଢିଯିବ ଦାମ୍‌

ନୂଆଦିଲ୍ଲୀ,୧।୮: ବର୍ତ୍ତମାନ ମୌସୁମୀ ଋତୁ ଚାଲିଛି। ଯେପରି ମୌସୁମୀ ବିଦାୟ ନେବ, ଭାରତୀୟମାନେ ପର୍ବପର୍ବାଣୀକୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେବେ। ଘର ରଙ୍ଗ କରିବାଠାରୁ…

ଚେନ୍ନାଇରେ କାମ କରୁଥିବାବେଳେ ଆନନ୍ଦଙ୍କ ମୃତ୍ୟୁ, ପରିବାର ଲୋକଙ୍କୁ ଭେଟି ଆର୍ଥିକ ସହାୟତା ଦେଲେ ବିଧାୟକ

ଗଞ୍ଜାମ,୧।୮(ବିଦ୍ୟାଧର ସାହୁ ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ମହନତା। ଦିନକୁ ଦିନ ବିଧାୟକ ନାୟକଙ୍କ ଲୋକପ୍ରିୟତା ବୃଦ୍ଧି ପାଉଥିବାବେଳେ ସ୍ଥାନୀୟ ଅଞ୍ଚଳବାସୀଙ୍କ ଆସ୍ଥା ମଧ୍ୟ…

ବ୍ୟବସ୍ଥାଗତ ବିଫଳତା

ଦୃଢ଼ ରାଜନୈତିକ କୌଶଳ ଆପଣାଉଥିବା ସରକାରମାନେ ସାଧାରଣତଃ କଠୋର ଆଇନ ଆଣି ସେସବୁକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀକରି ସଙ୍କଟର ମୁକାବିଲା କରିଥାନ୍ତି। ଏଭଳି ସ୍ଥିତିରେ ବେଳେବେଳେ ପ୍ରଯୁକ୍ତି…

LPG ପରେ ଏବେ ପେଟ୍ରୋଲ-ଡିଜେଲକୁ ନେଇ ବଡ଼ ଖବର, ଜାରି ହେଲା ନୂଆ ମୂଲ୍ୟ

ନୂଆଦିଲ୍ଲୀ,୧।୮: ଆଜିଠାରୁ ନୂତନ ମାସ ଅର୍ଥାତ୍‌ ଅଗଷ୍ଟ ୧, ୨୦୨୬ର ଶୁଭାରମ୍ଭ ହୋଇଯାଇଛି। ସକାଳୁ ସକାଳୁ ଯେଉଁଠାରେ କମର୍ସିଆଲ ଏଲପିଜି ସିଲିଣ୍ଡରର ଦର ହ୍ରାସ ପାଇଥିବାର ଖବର…

ନୂଆ ମାସ, ନୂଆ ନିୟମ! ଅଗଷ୍ଟ ୧ରୁ ବଦଳିଲା ଅନେକ ବ୍ୟବସ୍ଥା, ଜାଣନ୍ତୁ କ’ଣ କ’ଣ…

ନୂଆଦିଲ୍ଲୀ,୧।୮: ପ୍ରତି ମାସର ପ୍ରଥମ ଦିନ ପରି ଅଗଷ୍ଟ ମାସ ମଧ୍ୟ ଏହା ସହିତ କିଛି ପରିବର୍ତ୍ତନ ନେଇ ଆସୁଛି, ଯାହା ଆମର ଏବଂ ଆପଣଙ୍କ ଜୀବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri