୩ ବର୍ଷ ପାଇଁ ଚାଷୀଙ୍କୁ ଶସ୍ୟବୀମା ମାଗଣା

ଭୁବନେଶ୍ବର, ୨୩ା୫(ବ୍ୟୁରୋ): ଚାଷୀଙ୍କ ଶସ୍ୟବୀମା ଆସନ୍ତା ୩ ବର୍ଷ ପାଇଁ ସମ୍ପୂର୍ଣ୍ଣ ମାଗଣା ହେବ ବୋଲି ସୋମବାର ସମବାୟ ବିଭାଗ କାର୍ଯ୍ୟକ୍ରମ ସମୀକ୍ଷା ବୈଠକରେ ବିଭାଗୀୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ସୂଚନା ଦେଇଛନ୍ତି। ବିଭାଗୀୟ ସଫଳତା ନେଇ ମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟ ସରକାର ୨୦୨୩ ଖରିଫ୍‌ରୁ ୨୦୨୫-୨୬ ରବି ପର୍ଯ୍ୟନ୍ତ ଚାଷୀଙ୍କ ପ୍ରିମିୟମ ବାବଦ ଖର୍ଚ୍ଚ ବହନ କରିବେ। ରାଜ୍ୟରେ ତ୍ରିସ୍ତରୀୟ ସ୍ବଳ୍ପମିଆଦୀ ସମବାୟ ଋଣ ବ୍ୟବସ୍ଥା ଅନ୍ତର୍ଗତ ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ, ୧୭ ଗୋଟି କେନ୍ଦ୍ର ସମବାୟ ବ୍ୟାଙ୍କ ଓ ୨୭୧୦ ଗୋଟି ପ୍ରାଥମିକ କୃଷି ଋଣ ସମବାୟ ସମିତି(ପାକ୍‌ସ)ମାନେ ଚାଷୀଙ୍କୁ ସେମାନଙ୍କ ଆବଶ୍ୟକତା ମୁତାବକ ଋଣ ଯୋଗାଇ ଦେଉଛନ୍ତି। ନିର୍ବାଚନୀ ପ୍ରତିଶ୍ରୁତି ଅନୁଯାୟୀ ବିନା ସୁଧରେ ଉପଲବ୍ଧ ଋଣର ପରିମାଣ ୫୦ ହଜାର ଟଙ୍କାରୁ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସରକାର ବୃଦ୍ଧି କରିଛନ୍ତି, ଯାହାଦ୍ୱାରା ୨୦୨୨-୨୩ ବର୍ଷରେ ରାଜ୍ୟରେ ୭ ଲକ୍ଷରୁ ଊର୍ଦ୍ଧ୍ୱ ଅତିରିକ୍ତ କ୍ଷୁଦ୍ର ଓ ନାମମାତ୍ର ଚାଷୀ ପରିବାରଗୁଡ଼ିକୁ ମୋଟ ୧୬୬୮୩.୫୭ କୋଟି ଟଙ୍କାର କୃଷି ଋଣ ପ୍ରଦାନ କରାଯାଇଛି। ୨୦୦୦-୦୧ ବର୍ଷରେ ୬.୪୦ ଲକ୍ଷ ଚାଷୀଙ୍କୁ ଦିଆଯାଇଥିବା ୪୩୮.୩୬ କୋଟି ଟଙ୍କା ଋଣ ତୁଳନାରେ ଏହି ଅଭିବୃଦ୍ଧି ବିଭାଗର ସଫଳତାକୁ ସୂଚିତ କରୁଛି।
ମନ୍ତ୍ରୀ ନାୟକ ଆହୁରି କହିଛନ୍ତି, ଏହା ବ୍ୟତୀତ ରାଜ୍ୟରେ ପାକ୍‌ସଗୁଡ଼ିକ ଚାଷୀଙ୍କୁ ପ୍ରାମାଣିକ ବିହନ ଓ ସାର ଯୋଗାଣରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଇ ଆସୁଛନ୍ତି। ପାକ୍‌ସଗୁଡ଼ିକର ସେବା ପ୍ରଦାନକୁ ଆହୁରି ଦକ୍ଷ ଓ ସ୍ବଚ୍ଛ କରିବା ପାଇଁ ୨୨୯୫ ଗୋଟି ପାକ୍‌ସର କୋର୍‌ ବ୍ୟାଙ୍କିଙ୍ଗ ସଲ୍ୟୁଶନ ବ୍ୟବସ୍ଥାରେ କମ୍ପ୍ୟୁଟରୀକରଣ କରାଯାଇଛି। ତୃଣମୂଳ ସ୍ତରରେ ସ୍ବଳ୍ପମିଆଦୀ ଋଣ ସେବା ବ୍ୟବସ୍ଥାର ସମ୍ପ୍ରସାରଣ ପାଇଁ ୧୪୫୧ ଗୋଟି ନୂତନ ପାକ୍‌ସ ସଙ୍ଗଠିତ କରାଯାଇଛି। କୃଷିଜାତ ଦ୍ରବ୍ୟର କ୍ରୟ ବିକ୍ରୟର ଅନଲାଇନ ବ୍ୟବସ୍ଥାକୁ ସୁଗମ କରିବା ପାଇଁ ୬୬ ଗୋଟି ନିୟନ୍ତ୍ରିତ ବଜାର କମିଟିକୁ ଇ-ନାମ ପ୍ଲାଟଫର୍ମରେ ସ୍ଥାନିତ କରାଯାଇଛି। ଇ-ନାମ ପ୍ଲାଟଫର୍ମରେ ଏଫପିଓମାନଙ୍କୁ ପଞ୍ଜୀକରଣ କରାଯାଇଛି, ଏ କ୍ଷେତ୍ରରେ ଓଡ଼ିଶା ଦେଶରେ ପ୍ରଥମ ସ୍ଥାନ ଗ୍ରହଣ କରିଛି। ଆନ୍ତଃ-ମଣ୍ଡି ବାଣିଜ୍ୟ କାରବାରର ପରିମାଣରେ ପ୍ରଭୂତ ବୃଦ୍ଧି ଘଟି ଓଡ଼ିଶା ଦେଶରେ ୪ର୍ଥ ସ୍ଥାନ ହାସଲ କରିଛି। ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମର ମୋଟ ୫୧ଟି ଗୋଦାମରୁ ୪୪ଟି ଗୋଦାମରେ ଓୟେରହାଉସିଂ ଡେଭଲପମେଣ୍ଟ ଆଣ୍ଡ ସଲ୍ୟୁଶନ ଆକ୍ଟର ବ୍ୟବସ୍ଥା ଲାଗୁ କରାଯାଇଛି। ଚାଷୀଙ୍କୁ ପ୍ରାକୃତିକ ବିପର୍ଯ୍ୟୟଜନିତ ଫସଲ ହାନିରୁ ସୁରକ୍ଷା ଦେବା ପାଇଁ ସରକାର ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା କାର୍ଯ୍ୟକାରୀ କରିଛନ୍ତି। ୨୦୨୧-୨୨ ବର୍ଷ ପାଇଁ ୩୧.୯୩ ଲକ୍ଷ ଚାଷୀଙ୍କୁ ୧୧୬୬.୦୨ କୋଟି ଟଙ୍କାର ବୀମାଅର୍ଥ ପ୍ରଦାନ କରାଯାଇଛି। ୨୦୨୩-୨୪ ବର୍ଷରୁ ଏହି ଯୋଜନାରେ ଉନ୍ନତୀକରଣ ପୂର୍ବକ ଅଧିକ ଚାଷୀଙ୍କୁ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଉଛି। ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ଓ ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମ ବିଭିନ୍ନ କ୍ଷେତ୍ରରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଜାତୀୟ ସ୍ତରରେ ଅନେକ ସମ୍ମାନ ଓ ପୁରସ୍କାର ହାସଲ କରିପାରିଛି ବୋଲି ମନ୍ତ୍ରୀ ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri