୩ ବର୍ଷ ପାଇଁ ଚାଷୀଙ୍କୁ ଶସ୍ୟବୀମା ମାଗଣା

ଭୁବନେଶ୍ବର, ୨୩ା୫(ବ୍ୟୁରୋ): ଚାଷୀଙ୍କ ଶସ୍ୟବୀମା ଆସନ୍ତା ୩ ବର୍ଷ ପାଇଁ ସମ୍ପୂର୍ଣ୍ଣ ମାଗଣା ହେବ ବୋଲି ସୋମବାର ସମବାୟ ବିଭାଗ କାର୍ଯ୍ୟକ୍ରମ ସମୀକ୍ଷା ବୈଠକରେ ବିଭାଗୀୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ସୂଚନା ଦେଇଛନ୍ତି। ବିଭାଗୀୟ ସଫଳତା ନେଇ ମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟ ସରକାର ୨୦୨୩ ଖରିଫ୍‌ରୁ ୨୦୨୫-୨୬ ରବି ପର୍ଯ୍ୟନ୍ତ ଚାଷୀଙ୍କ ପ୍ରିମିୟମ ବାବଦ ଖର୍ଚ୍ଚ ବହନ କରିବେ। ରାଜ୍ୟରେ ତ୍ରିସ୍ତରୀୟ ସ୍ବଳ୍ପମିଆଦୀ ସମବାୟ ଋଣ ବ୍ୟବସ୍ଥା ଅନ୍ତର୍ଗତ ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ, ୧୭ ଗୋଟି କେନ୍ଦ୍ର ସମବାୟ ବ୍ୟାଙ୍କ ଓ ୨୭୧୦ ଗୋଟି ପ୍ରାଥମିକ କୃଷି ଋଣ ସମବାୟ ସମିତି(ପାକ୍‌ସ)ମାନେ ଚାଷୀଙ୍କୁ ସେମାନଙ୍କ ଆବଶ୍ୟକତା ମୁତାବକ ଋଣ ଯୋଗାଇ ଦେଉଛନ୍ତି। ନିର୍ବାଚନୀ ପ୍ରତିଶ୍ରୁତି ଅନୁଯାୟୀ ବିନା ସୁଧରେ ଉପଲବ୍ଧ ଋଣର ପରିମାଣ ୫୦ ହଜାର ଟଙ୍କାରୁ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସରକାର ବୃଦ୍ଧି କରିଛନ୍ତି, ଯାହାଦ୍ୱାରା ୨୦୨୨-୨୩ ବର୍ଷରେ ରାଜ୍ୟରେ ୭ ଲକ୍ଷରୁ ଊର୍ଦ୍ଧ୍ୱ ଅତିରିକ୍ତ କ୍ଷୁଦ୍ର ଓ ନାମମାତ୍ର ଚାଷୀ ପରିବାରଗୁଡ଼ିକୁ ମୋଟ ୧୬୬୮୩.୫୭ କୋଟି ଟଙ୍କାର କୃଷି ଋଣ ପ୍ରଦାନ କରାଯାଇଛି। ୨୦୦୦-୦୧ ବର୍ଷରେ ୬.୪୦ ଲକ୍ଷ ଚାଷୀଙ୍କୁ ଦିଆଯାଇଥିବା ୪୩୮.୩୬ କୋଟି ଟଙ୍କା ଋଣ ତୁଳନାରେ ଏହି ଅଭିବୃଦ୍ଧି ବିଭାଗର ସଫଳତାକୁ ସୂଚିତ କରୁଛି।
ମନ୍ତ୍ରୀ ନାୟକ ଆହୁରି କହିଛନ୍ତି, ଏହା ବ୍ୟତୀତ ରାଜ୍ୟରେ ପାକ୍‌ସଗୁଡ଼ିକ ଚାଷୀଙ୍କୁ ପ୍ରାମାଣିକ ବିହନ ଓ ସାର ଯୋଗାଣରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଇ ଆସୁଛନ୍ତି। ପାକ୍‌ସଗୁଡ଼ିକର ସେବା ପ୍ରଦାନକୁ ଆହୁରି ଦକ୍ଷ ଓ ସ୍ବଚ୍ଛ କରିବା ପାଇଁ ୨୨୯୫ ଗୋଟି ପାକ୍‌ସର କୋର୍‌ ବ୍ୟାଙ୍କିଙ୍ଗ ସଲ୍ୟୁଶନ ବ୍ୟବସ୍ଥାରେ କମ୍ପ୍ୟୁଟରୀକରଣ କରାଯାଇଛି। ତୃଣମୂଳ ସ୍ତରରେ ସ୍ବଳ୍ପମିଆଦୀ ଋଣ ସେବା ବ୍ୟବସ୍ଥାର ସମ୍ପ୍ରସାରଣ ପାଇଁ ୧୪୫୧ ଗୋଟି ନୂତନ ପାକ୍‌ସ ସଙ୍ଗଠିତ କରାଯାଇଛି। କୃଷିଜାତ ଦ୍ରବ୍ୟର କ୍ରୟ ବିକ୍ରୟର ଅନଲାଇନ ବ୍ୟବସ୍ଥାକୁ ସୁଗମ କରିବା ପାଇଁ ୬୬ ଗୋଟି ନିୟନ୍ତ୍ରିତ ବଜାର କମିଟିକୁ ଇ-ନାମ ପ୍ଲାଟଫର୍ମରେ ସ୍ଥାନିତ କରାଯାଇଛି। ଇ-ନାମ ପ୍ଲାଟଫର୍ମରେ ଏଫପିଓମାନଙ୍କୁ ପଞ୍ଜୀକରଣ କରାଯାଇଛି, ଏ କ୍ଷେତ୍ରରେ ଓଡ଼ିଶା ଦେଶରେ ପ୍ରଥମ ସ୍ଥାନ ଗ୍ରହଣ କରିଛି। ଆନ୍ତଃ-ମଣ୍ଡି ବାଣିଜ୍ୟ କାରବାରର ପରିମାଣରେ ପ୍ରଭୂତ ବୃଦ୍ଧି ଘଟି ଓଡ଼ିଶା ଦେଶରେ ୪ର୍ଥ ସ୍ଥାନ ହାସଲ କରିଛି। ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମର ମୋଟ ୫୧ଟି ଗୋଦାମରୁ ୪୪ଟି ଗୋଦାମରେ ଓୟେରହାଉସିଂ ଡେଭଲପମେଣ୍ଟ ଆଣ୍ଡ ସଲ୍ୟୁଶନ ଆକ୍ଟର ବ୍ୟବସ୍ଥା ଲାଗୁ କରାଯାଇଛି। ଚାଷୀଙ୍କୁ ପ୍ରାକୃତିକ ବିପର୍ଯ୍ୟୟଜନିତ ଫସଲ ହାନିରୁ ସୁରକ୍ଷା ଦେବା ପାଇଁ ସରକାର ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା କାର୍ଯ୍ୟକାରୀ କରିଛନ୍ତି। ୨୦୨୧-୨୨ ବର୍ଷ ପାଇଁ ୩୧.୯୩ ଲକ୍ଷ ଚାଷୀଙ୍କୁ ୧୧୬୬.୦୨ କୋଟି ଟଙ୍କାର ବୀମାଅର୍ଥ ପ୍ରଦାନ କରାଯାଇଛି। ୨୦୨୩-୨୪ ବର୍ଷରୁ ଏହି ଯୋଜନାରେ ଉନ୍ନତୀକରଣ ପୂର୍ବକ ଅଧିକ ଚାଷୀଙ୍କୁ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଉଛି। ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ଓ ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମ ବିଭିନ୍ନ କ୍ଷେତ୍ରରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଜାତୀୟ ସ୍ତରରେ ଅନେକ ସମ୍ମାନ ଓ ପୁରସ୍କାର ହାସଲ କରିପାରିଛି ବୋଲି ମନ୍ତ୍ରୀ ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri