ଓଏବି ପକ୍ଷରୁ ମାଗଣାରେ ଔଷଧ ବଣ୍ଟନ

କଟକ,୧୦।୧୧: ରାଜ୍ୟର ସର୍ବପୁରାତନ ତଥା ଜଣାଶୁଣା ଆୟୁର୍ବେଦିକ ପ୍ରତିଷ୍ଠାନ ଓଡ଼ିଶା ଆୟୁର୍ବେଦ ଭବନ (ଓଏବି) ପକ୍ଷରୁ ବାଲିଯାତ୍ରା ପରିପ୍ରେକ୍ଷୀରେ ଏକ ବୃହତ୍‌ ଷ୍ଟଲର ଶୁଭାରମ୍ଭ କରାଯାଇଛି। ଏପରିକି କଟକ ବାଲିଯାତ୍ରା ତଳପଡ଼ିଆଠାରେ ନିକଟରେ ଓଏବିର ଷ୍ଟଲ୍‌ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଓଏବିର ଏମ୍‌ଡି ମନୋଜ କୁମାର ଦାସ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଓଏବିର ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ବିଶେଷକରି ଶୁଦ୍ଧ ଓ ଗୁଣବତ୍ତା ଆୟୁର୍ବେଦ ଔଷଧ ପ୍ରଦାନରେ ପ୍ରତିଷ୍ଠାନର ଦୀର୍ଘଦିନର ଅଭିଜ୍ଞତା ରହିଛି। ସେହିଭଳି ଦୀର୍ଘ ଗବେଷଣା ପରେ ଗ୍ୟାସ୍‌-ଏସିଡିଟି,ବଦହଜମି ପାଇଁ ଓଏବି ଦ୍ୱାରା ପ୍ରସ୍ତୁତ ଓଡ଼ିଶା ଶିବାଷ୍ଟକ ଚୂର୍ଣ୍ଣ ରୋଗୀଙ୍କ ପାଇଁ ବେଶ୍‌ ଉପଯୋଗୀ ସାବ୍ୟସ୍ତ ହୋଇଛି ବୋଲି ପ୍ରତିଷ୍ଠାନ ପକ୍ଷରୁ କୁହାଯାଇଛି।

ସେହିପରି ବାଲିଯାତ୍ରା ଅବସରରେ ଉକ୍ତ ଔଷଧ ମାଗାଣାରେ ବଣ୍ଟନ କରାଯାଉଛି। ତା’ସହ ପୁରୁଣା ଆଣ୍ଠୁଗଣ୍ଠି ବାତ ପାଇଁ ରୁମ୍ରାଟିକ ଅଏଲ (ତେଲ) ଓ ରାସ୍ନାଦୀବଟି ଭଳି ଆୟୁର୍ବେଦ ଔଷଧ ମଧ୍ୟ ମାଗାଣାରେ ରୋଗୀ ଓ ସେମାନଙ୍କ ସମ୍ପର୍କୀୟମାନଙ୍କୁ ଦିଆଯାଉଛି। ଏହି ସୁବିଧା କେବଳ କଟକ ବାଲିଯାତ୍ରା ପଡ଼ିଆରେ ପଡିଥିବା ଷ୍ଟଲ୍‌ରେ ଉପଲବ୍ଧ ହେଉଛି ବୋଲି ଓଏବି ପକ୍ଷରୁ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, କଟକ କଲେଜଛକଠାରେ ଓଡ଼ିଶା ଆୟୁର୍ବେଦ ଭବନର ବୃହତ୍‌ ଷ୍ଟୋର ଦୀର୍ଘ ବର୍ଷ ହେବ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?