ଓଏବି ପକ୍ଷରୁ ମାଗଣାରେ ଔଷଧ ବଣ୍ଟନ

କଟକ,୧୦।୧୧: ରାଜ୍ୟର ସର୍ବପୁରାତନ ତଥା ଜଣାଶୁଣା ଆୟୁର୍ବେଦିକ ପ୍ରତିଷ୍ଠାନ ଓଡ଼ିଶା ଆୟୁର୍ବେଦ ଭବନ (ଓଏବି) ପକ୍ଷରୁ ବାଲିଯାତ୍ରା ପରିପ୍ରେକ୍ଷୀରେ ଏକ ବୃହତ୍‌ ଷ୍ଟଲର ଶୁଭାରମ୍ଭ କରାଯାଇଛି। ଏପରିକି କଟକ ବାଲିଯାତ୍ରା ତଳପଡ଼ିଆଠାରେ ନିକଟରେ ଓଏବିର ଷ୍ଟଲ୍‌ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଓଏବିର ଏମ୍‌ଡି ମନୋଜ କୁମାର ଦାସ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଓଏବିର ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ବିଶେଷକରି ଶୁଦ୍ଧ ଓ ଗୁଣବତ୍ତା ଆୟୁର୍ବେଦ ଔଷଧ ପ୍ରଦାନରେ ପ୍ରତିଷ୍ଠାନର ଦୀର୍ଘଦିନର ଅଭିଜ୍ଞତା ରହିଛି। ସେହିଭଳି ଦୀର୍ଘ ଗବେଷଣା ପରେ ଗ୍ୟାସ୍‌-ଏସିଡିଟି,ବଦହଜମି ପାଇଁ ଓଏବି ଦ୍ୱାରା ପ୍ରସ୍ତୁତ ଓଡ଼ିଶା ଶିବାଷ୍ଟକ ଚୂର୍ଣ୍ଣ ରୋଗୀଙ୍କ ପାଇଁ ବେଶ୍‌ ଉପଯୋଗୀ ସାବ୍ୟସ୍ତ ହୋଇଛି ବୋଲି ପ୍ରତିଷ୍ଠାନ ପକ୍ଷରୁ କୁହାଯାଇଛି।

ସେହିପରି ବାଲିଯାତ୍ରା ଅବସରରେ ଉକ୍ତ ଔଷଧ ମାଗାଣାରେ ବଣ୍ଟନ କରାଯାଉଛି। ତା’ସହ ପୁରୁଣା ଆଣ୍ଠୁଗଣ୍ଠି ବାତ ପାଇଁ ରୁମ୍ରାଟିକ ଅଏଲ (ତେଲ) ଓ ରାସ୍ନାଦୀବଟି ଭଳି ଆୟୁର୍ବେଦ ଔଷଧ ମଧ୍ୟ ମାଗାଣାରେ ରୋଗୀ ଓ ସେମାନଙ୍କ ସମ୍ପର୍କୀୟମାନଙ୍କୁ ଦିଆଯାଉଛି। ଏହି ସୁବିଧା କେବଳ କଟକ ବାଲିଯାତ୍ରା ପଡ଼ିଆରେ ପଡିଥିବା ଷ୍ଟଲ୍‌ରେ ଉପଲବ୍ଧ ହେଉଛି ବୋଲି ଓଏବି ପକ୍ଷରୁ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, କଟକ କଲେଜଛକଠାରେ ଓଡ଼ିଶା ଆୟୁର୍ବେଦ ଭବନର ବୃହତ୍‌ ଷ୍ଟୋର ଦୀର୍ଘ ବର୍ଷ ହେବ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

ଜଳବାୟୁ ପରିବର୍ତ୍ତନ ପାଇଁ ବଢ଼ୁଛି ଦରଦାମ

ଭୁବନେଶ୍ୱର,୨୬ା୪(ଅନୁରାଧା ମହାରଣା): ଆସନ୍ତା ୫ବର୍ଷ ମଧ୍ୟରେ ଦେଶର ଅର୍ଥନୀତିର ବିକାଶ ନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆକଳନ କରିଥିବାବେଳେ ପାଣିପାଗ ପରିବର୍ତ୍ତନ ଦରଦାମ ହ୍ରାସରେ ବାଧକ...

ଭୋଡାଫୋନ ଆଇଡିଆକୁ ମିଳିଲା ନୂଆ ଜୀବନ, କରିବ ସ୍ମାର୍ଟ ଏଣ୍ଟ୍ରି

ନୂଆଦିଲ୍ଲୀ,୨୫।୪: ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ ଟେଲିକମ କମ୍ପାନୀ ଭୋଡାଫୋନ ଆଇଡିଆର ୧୮,୦୦୦ କୋଟି ଟଙ୍କା ସଂଗ୍ରହ କମ୍ପାନୀ...

ଅମ୍ବାନୀ ଆଣିଲେ ୧ ଟଙ୍କାରେ ଓଟିଟିର ଜବରଦସ୍ତ ପ୍ଲାନ୍‌: ଆମାଜନ, ନେଟଫ୍ଲିକ୍ସକୁ ମିଳିବ ଟକ୍କର

ନୂଆଦିଲ୍ଲୀ,୨୫।୪: ମୁକେଶ ଅମ୍ବାନୀଙ୍କ ଜିଓସିନେମା ପ୍ଲାଟଫର୍ମରେ ଏବେ ଦୈନିକ ୧ ଟଙ୍କାରୁ କମ୍‌ ଖର୍ଚ୍ଚ କରି ହଲିଉଡ୍‌ ଫିଲ୍ମ ଏବଂ ଟିଭି ଶୋ’ର ମଜା ନେଇପାରିବେ।...

ଶେୟାର ବଜାରର ଉତ୍ସାହ, ମାର୍କେଟ କ୍ୟାପ୍ ୪୦୪ ଲକ୍ଷ କୋଟି ପାର

ମୁମ୍ବାଇ,୨୫।୪: ଗୁରୁବାର ଦ୍ୱିପ୍ରହରରେ ଶେୟାର ବଜାରରେ କିଣାବିକା ବଢିବା ସହିତ ଭାରତୀୟ ଶେୟାର ବଜାର ଉତ୍ସାହ ସହିତ ବନ୍ଦ ହୋଇଛି। ସେନସେକ୍ସ ୭୪,୦୦୦ ପଏଣ୍ଟ ପାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri