Posted inଜାତୀୟ

ଆଜାଦୀ କା ଅମୃତ ମହୋତ୍ସବ: ୫ରୁ ୧୫ ପର୍ଯ୍ୟନ୍ତ ଦେଶର ସମସ୍ତ ଐତିହ୍ୟସ୍ଥଳୀକୁ ପ୍ରବେଶ ମାଗଣା

ନୂଆଦିଲ୍ଲୀ,୪।୮: ଭାରତର ପ୍ରତ୍ନତାତ୍ତ୍ୱକ ସର୍ବେକ୍ଷଣ(ଏଏସ୍‌ଆଇ) ଅଧୀନରେ ଥିବା ସମସ୍ତ ସ୍ମାରକୀ ଏବଂ ଐତିହ୍ୟସ୍ଥଳୀକୁ ପର୍ଯ୍ୟଟକମାନେ ମାଗଣାରେ ପ୍ରବେଶ କରିପାରିବେ। ଏହି ସୁବିଧା ଆସନ୍ତା ୫ରୁ ୧୫ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଏନେଇ ବୁଧବାର କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଚଳିତ ବର୍ଷ ଦେଶ ୭୫ତମ ସ୍ବାଧୀନତା ଦିବସ ପାଳନ କରିବାକୁ ଯାଉଥିବା ବେଳେ ଦେଶବ୍ୟାପୀ ଜାରି ରହିଥିବା ଆଜାଦୀ କା ଅମୃତ ମହୋତ୍ସବ ଉପଲକ୍ଷେ ପର୍ଯ୍ୟଟକଙ୍କୁ ଏହି ସୁବିଧା ପ୍ରଦାନ କରାଯିବ। ଆଜାଦୀ କା ଅମୃତ ମହୋତ୍ସବକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏହି ନିଷ୍ପତ୍ତି ନେଇଛନ୍ତି ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଏନେଇ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଜି. କିଶନ ରେଡ୍ଡୀ ଟୁଇଟରରେ ଏକ ପୋଷ୍ଟ ଶେୟାର କରି ସୂଚନା ଦେଇଛନ୍ତି। ଅ୍ୟନପକ୍ଷେ ସ୍ମାରକୀ ଏବଂ ଐତିହ୍ୟସ୍ଥଳୀରେ ତାଜମହଲ, ଲାଲକିଲ୍ଲା, ସାଞ୍ଚି ସ୍ତୁପ, ଖଜୁରାହ, ଫତେହପୁର ସିକ୍ରି, ହୁମାୟୁନଙ୍କ ସମାଧି ଇତ୍ୟାଦି ଅନ୍ତର୍ଭୁକ୍ତ। ସୂଚନା ମୁତାବକ ବର୍ତ୍ତମାନ ଏଏସ୍‌ଆଇର ସୁରକ୍ଷା ଅଧୀନରେ ୩,୬୯୧ ସ୍ମାରକୀ ରହିଛି। ଯେଉଁଥିରୁ ଉତ୍ତରପ୍ରଦେଶରେ ସର୍ବାଧିକ ୭୪୫ ସ୍ମାରକୀ ମଧ୍ୟରେ ୧୪୩ଟି ସ୍ଥଳ ଏବଂ ସ୍ମାରକୀ ପ୍ରବେଶ ପାଇଁ ଟିକେଟ ଲାଗିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

‘ମୋ ମୁଣ୍ଡ କାଟିଦେଲେ ବି ଭାଜପାକୁ ଯିବିନି…’, ଟିଏମସି କନ୍ଦଳ ଭିତରେ ଗର୍ଜିଲେ ମହୁଆ, କରିଦେଲେ ବଡ଼ ଖୁଲାସା

କୋଲକାତା,୮।୭: ପଶ୍ଚିମବଙ୍ଗରେ ଗତ ୧୫ ବର୍ଷ ଧରି କ୍ଷମତାରେ ଥିବା ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (TMC) ବର୍ତ୍ତମାନ ଏକ କଷ୍ଟକର ପରିସ୍ଥିତିର ସମ୍ମୁଖୀନ ହେଉଛି।…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri