୧୦୧୯୦ ଡଙ୍ଗରିଆଙ୍କୁ ମିଳିବ ମାଗଣା ଚକ୍ଷୁ ଚିକିତ୍ସା

ରାୟଗଡ଼ା ଅଫିସ/ବିଷମକଟକ, ୧୭ା୭(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ବିଷମକଟକ ବ୍ଲକ କୁର୍ଲି ପଞ୍ଚାୟତର ଖଜୁରି ଏବଂ କାଡ୍ରାଗୁମ୍ମା ଗ୍ରାମରେ ଓଡ଼ିଶା ଆଦିବାସୀ ଚକ୍ଷୁରୋଗ ଗବେଷଣା ପ୍ରକଳ୍ପ(ଟ୍ରାଇବାଲ ଓଡ଼ିଶା ଆଇ ଡିଜିଜ୍‌ ଷ୍ଟଡି)ଡାଇଗ୍ନୋଷ୍ଟିକ ଆକ୍ସନ ରିସର୍ଚ୍ଚ ପ୍ରୋଜେକ୍ଟ ଉଦ୍‌ଘାଟିତ ହୋଇଯାଇଛି। ଜିଲାପାଳ ସରୋଜ କୁମାର ମିଶ୍ର ଏହାର ଶୁଭାରମ୍ଭ କରିଛନ୍ତି। ଭାରତ ସରକାରଙ୍କ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ଏସ୍‌ସି ଏବଂ ଏସ୍‌ଟି ଅନୁସନ୍ଧାନ ତାଲିମ ପ୍ରତିଷ୍ଠାନ, ଓଡ଼ିଶା ଆଦିମ ଜନଜାତି ସଶକ୍ତିକରଣ ଓ ଜୀବିକା ଉନ୍ନତିକରଣ କାର୍ଯ୍ୟକ୍ରମ(ଓପିଲିପ୍‌) ଏବଂ ହାଇଦ୍ରାବାଦର ଏଲ୍‌.ଭି. ପ୍ରସାଦ ଚକ୍ଷୁ ପ୍ରତିଷ୍ଠାନ ସହଯୋଗରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଏଥିରେ ଜିଲାର ନିୟମଗିରି ଅଞ୍ଚଳରେ ବସବାସ କରୁଥିବା ଡଙ୍ଗରିଆ(ପର୍ଟିକୁଲାର୍‌ଲି ଭଲ୍‌ନରେବଲ ଟ୍ରାଇବାଲ୍‌ ଗ୍ରୁପ୍‌) ମାନଙ୍କ ମାଗଣାରେ ଚକ୍ଷୁ ପରୀକ୍ଷା, ଚିକିତ୍ସା, ଚଷମା ପ୍ରଦାନ ସହ ଅସ୍ତ୍ରୋପଚାର ବ୍ୟବସ୍ଥା କରାଯିବ। ଡଙ୍ଗରିଆ କନ୍ଧମାନେ ବସବାସ କରୁଥିବା ୯୯ ଗ୍ରାମର ୨୬୦୦ ପରିବାର ତଥା ୧୦୧୯୦ ଲୋକଙ୍କୁ ୩ ମାସ ମଧ୍ୟରେ ବିନା ମୂଲ୍ୟରେ ଚକ୍ଷୁ ପରୀକ୍ଷା କରାଯିବା ନେଇ ଲକ୍ଷ୍ୟ ରଖାଯାଇଛି। ଏଥିନିମନ୍ତେ ଅନୁସୂଚିତ ଜାତି ଓ ଜନଜାତି ଗବେଷଣା ଓ ତାଲିମ ପ୍ରତିଷ୍ଠାନ, ଏଲ୍‌.ଭି. ପ୍ରସାଦ ଚକ୍ଷୁ ପ୍ରତିଷ୍ଠାନ ଏବଂ ଓପିଲିପ୍‌ ମଧ୍ୟରେ ଚୁକ୍ତିନାମା ସ୍ବାକ୍ଷର ହୋଇଛି। କାର୍ଯ୍ୟକ୍ରମ ଶୁଭାରମ୍ଭ ବେଳେ ରାୟଗଡ଼ା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା(ଆଇଟିଡିଏ)ର ପିଏ ଟୁକୁ ବାରିକ, ପାର୍ସାଲି ଓ ଚାଟିକଣା ଡଙ୍ଗରିଆ କନ୍ଧ ଉନ୍ନୟନ ସଂସ୍ଥା(ଡିକେଡିଏ)ର ସ୍ବତନ୍ତ୍ର ଅଧିକାରୀ ମଦନ ମୋହନ ଦଳବେହେରା, ଏଲ୍‌.ଭି. ପ୍ରସାଦ ଚକ୍ଷୁ ପ୍ରତିଷ୍ଠାନର ଚକ୍ଷୁ ବିଶେଷଜ୍ଞ ଦେବାନନ୍ଦ ପାଢ଼ୀ, ଓପିଲିପ୍‌ର ପ୍ରକଳ୍ପ ପରିଚାଳକ ସୁଦର୍ଶନ ପାଢ଼ୀଙ୍କ ସମେତ ଖଜୁରିଗାଁ ଓ କାଡ୍ରାଗୁମା ଗ୍ରାମବାସୀ ଉପସ୍ଥିତ ଥିଲେ। ପ୍ରଥମ ଦିନରେ ଖଜୁରି ଏବଂ କାଡ୍ରାଗୁମା ଗ୍ରାମର ୨୦୦ରୁ ଊର୍ଦ୍ଧ୍ୱ ଡଙ୍ଗରିଆଙ୍କ ଚକ୍ଷୁ ଚିକିତ୍ସା କରାଯାଇଥିବା ଚାଟିକଣା ଓପିଲିପ୍‌ର ପ୍ରକଳ୍ପ ପରିଚାଳକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବୈଧ ସମ୍ପର୍କରେ ବାଧା ସାଜିଲେ ସନ୍ତାନ; ପ୍ରେମିକ ସହ ମିଶି ହତ୍ୟା କଲେ, ଅନ୍ୟ ଜିଲାକୁ ନେଇ ଫିଙ୍ଗିଦେଲେ ମା’

ଚେନ୍ନାଇ,୬।୯: ତାମିଲନାଡୁର ତିରୁପତ୍ତୁର ଜିଲାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୫ ବର୍ଷ ଓ ୩ ବର୍ଷ ବୟସର ଦୁଇ ଶିଶୁଙ୍କୁ କୂଅରେ ଫିଙ୍ଗି…

ରାହୁଙ୍କ ସବୁଠାରୁ ବଡ଼ ଗୋଚର; ୩ ରାଶିଙ୍କୁ ବମ୍ପର ଲାଭ, ଚମକି ଉଠିବ ଭାଗ୍ୟ

ଡିସେମ୍ୱର ୨୦୨୬ରେ ରାହୁ କୁମ୍ଭ ରାଶିରୁ ମକର ରାଶିକୁ ଚଳନ କରିବେ, ଯାହା ଫଳରେ କିଛି ରାଶିର ବ୍ୟକ୍ତିବିଶେଷଙ୍କୁ ପ୍ରଚୁର ଲାଭ ମିଳିବାର ଯୋଗ ରହିଛି। ବୈଦିକ…

UPI Payment: ଭୁଲ ନମ୍ୱରକୁ କରିଦେଇଛନ୍ତି କି ପେମେଣ୍ଟ? ଜାଣନ୍ତୁ କେମିତି ଫେରି ପାଇବେ ଆପଣଙ୍କ ଟଙ୍କା, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୬।୯: UPI ପେମେଣ୍ଟ ଟଙ୍କା କାରବାରକୁ ବହୁତ ସହଜ ଏବଂ ଦ୍ରୁତ କରିଦେଇଛି। ତଥାପି, ବେଳେବେଳେ ତରବରିଆ ଭାବେ କିମ୍ୱା ଅସାବଧାନତା ଯୋଗୁଁ ଭୁଲ ନମ୍ୱର ବା…

୭ରୁ ୧୩ ସେପ୍ଟେମ୍ୱର ଯାଏ ଏହି ୪ରାଶିଙ୍କୁ ମିଳିବ ବଡ଼ ଲାଭ; ହୁ ହୁ ହୋଇ ବଢିବ ଇନକମ୍‌, ଘରକୁ ଆସିବ ଖୁସି ଖବର

ସେପ୍ଟେମ୍ୱର ମାସର ଦ୍ୱିତୀୟ ସପ୍ତାହ କିଛି ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଖୁସି ଏବଂ ସଫଳତାର ଉପହାର ନେଇ ଆସିଛି। ଏହି ସମୟ ମଧ୍ୟରେ ମନମୁତାବକ ଲାଭ ମିଳିବା…

ମନ୍ତ୍ରୀଙ୍କ ପ୍ରଦର୍ଶନ ଉପରେ ମୋଦିଙ୍କ ନଜର, କ୍ୟାବିନେଟ୍ ଅଦଳବଦଳ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬ା୯: ମନ୍ତ୍ରୀମାନଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ସୋମବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

TVK ନେତାଙ୍କୁ ବୀଭତ୍ସ ହତ୍ୟା, କାର୍ଯ୍ୟାଳୟକୁ ଯାଉଥିବା ବେଳେ ହାଣିଦେଲେ

ଚେନ୍ନାଇ,୬।୯: ତାମିଲନାଡୁର ଚେନ୍ନାଇରେ ଜଣେ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ମୃତକଙ୍କ ନାମ କନ୍ନନ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, କନ୍ନନ ନିକଟରେ ଶାସକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri