Posted inରାଜ୍ୟ

ସରକାରୀ ଜମି ଜବରଦଖଲମୁକ୍ତ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୫ା୬(ସୁନିତ୍‌ ମିଶ୍ର): ଶାସନ-ପ୍ରଶାସନ ବ୍ୟବସ୍ଥାରେ ତହସିଲଦାରମାନେ ହେଉଛନ୍ତି ରାଜସ୍ବ ପ୍ରଶାସନର ମେରୁଦଣ୍ଡ। ତହସିଲଦାରମାନେ ଲୋକଙ୍କ ଅଭିଯୋଗ ଶୁଣିବା ସହ ତାହାର ତ୍ୱରିତ ସମାଧାନ ପାଇଁ ଚେଷ୍ଟାକରନ୍ତୁ। ତହସିଲ ଅଫିସ୍‌ ଲୋକଙ୍କ ପାଇଁ ଭୟର ନୁହେଁ, ବିଶ୍ୱାସର ସ୍ଥାନ ହେଉ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ରାଜସ୍ବ ଅଧିକାରୀମାନଙ୍କ ସମ୍ମିଳନୀରେ କହିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଭାଜପା ସରକାର ଭୂମି ପ୍ରଶାସନକୁ ଆଧୁନିକ ଏବଂ ଲୋକାଭିମୁଖୀ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ। ଓଡ଼ିଶାରେ କେହି ବି ଭୂମିହୀନ ରହିବେ ନାହିଁ। ଯେଉଁମାନଙ୍କର ୪ ଡେସିମିଲରୁ କମ୍‌ ଜମି ଅଛି, ସେମାନେ ମଧ୍ୟ ଭୂମିହୀନ ଭାବେ ଗଣାହେବେ। ସରକାର ସେମାନଙ୍କୁ ଜମି ଯୋଗାଇଦେବେ। ଏହି ଯୋଜନାକୁ ପ୍ରଭାବୀ ଭାବେ ଲାଗୁକରିବା ପାଇଁ ତହସିଲଦାରମାନଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସମାଜର ଶେଷଧାଡ଼ିରେ ଥିବା ଲୋକ ପର୍ଯ୍ୟନ୍ତ ସେବା ପହଞ୍ଚାନ୍ତୁ। ଯେଉଁମାନେ ଦୀର୍ଘଦିନ ଧରି ବଞ୍ଚିତ ଓ ଅବହେଳିତ- ସେମାନେ ହେଉଛନ୍ତି ସରକାରଙ୍କ ପ୍ରାଥମିକତା। ବହୁ ମୂଲ୍ୟବାନ୍‌ ସରକାରୀ ଜମି ଜବରଦଖଲରେ ଅଛି। ସେହି ସରକାରୀ ଜମିକୁ ଜବରଦଖଲମୁକ୍ତ କରି ତାହାର ସୁରକ୍ଷା କରନ୍ତୁ। ଆଗାମୀ ଦିନରେ ସରକାର ରାଜସ୍ବ କ୍ଷେତ୍ରରେ ଅନେକ ସଂସ୍କାର ଆଣିବାକୁ ଯାଉଛନ୍ତି। ସମୟସୀମା ମଧ୍ୟରେ ଦାଖଲ ଖାରଜ ମାମଲା ଓ ଅନ୍ୟାନ୍ୟ ଜମିଜମା ମାମଲାର ତ୍ୱରିତ ଫଇସଲା କରନ୍ତୁ। ଜମିଜମା ସଂକ୍ରାନ୍ତୀୟ ମାମଲା ବିଚାର କଲାବେଳେ ସମ୍ପୂର୍ଣ୍ଣ ସ୍ବଚ୍ଛତାର ସହ କରିବା ଦରକାର ବୋଲି ସେ କହିଛନ୍ତି।
ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଜନଜାତି ଏବଂ ଅନୁସୂଚିତ ଜାତିଙ୍କ ଜମି କିଣାବିକାରେ ଅନେକ ସମୟରେ ଅନିୟମିତତା ଦେଖାଯାଇଥାଏ। ଏହି କିଣାବିକା ତହସିଲଦାରଙ୍କ ଅଗୋଚରରେ ହେବା ପ୍ରାୟତଃ ଅସମ୍ଭବ। ତେଣୁ ଏହି ସମ୍ବନ୍ଧୀୟ ସବୁ ବିବାଦ, କିଣାବିକାରେ ସାମାନ୍ୟତମ ବ୍ୟତିକ୍ରମ ହେବା ଉଚିତ ନୁହେଁ। ଯଦି ଜ୍ଞାତସରରେ କିଛି ତ୍ରୁଟି ହୁଏ, ଏହାର ପରିଣାମ ସେହି ଅଧିକାରୀ ଭୋଗିବେ। ଏଥିରେ ସରକାରଙ୍କ ‘ଶୂନ୍ୟ ସହନଶୀଳତା’ ନୀତି ରହିଛି। ରାଜସ୍ବ ବିଭାଗ ହେଉଛି ସ୍ବଚ୍ଛ ଏବଂ ଉତ୍ତମ ସରକାରର ଦର୍ପଣ। ଯଦି ସରକାର ଆପଣଙ୍କ ଅଞ୍ଚଳରେ ଶିଳ୍ପ ପ୍ରତିଷ୍ଠା କରିବାକୁ ଯାଉଛନ୍ତି, ଆପଣମାନେ ଆବଶ୍ୟକ ଜମି ଯୋଗାଡ଼ କରିବେ। ଯଦି ସରକାରଙ୍କ ପାଖରେ ଜମି ନାହିଁ, ଲୋକଙ୍କ ଠାରୁ ଅଧିଗ୍ରହଣ କରିବାକୁ ପଡ଼ିବ ଏବଂ ଏହି କାର୍ଯ୍ୟ ସବୁବେଳେ ବିଶ୍ବାସର ସହ କରିବାକୁ ହେବ ବୋଲି ସେ କହିଛନ୍ତି।
ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ଚିରାଚରିତ କାର୍ଯ୍ୟପଦ୍ଧତିରେ ପରିବର୍ତ୍ତନ ଆଣିବାକୁ ପଡ଼ିବ। ତେଣୁ ସମସ୍ତେ ନିଜର ମାନସିକତା ବଦଳାନ୍ତୁ। ସରକାରୀ କାର୍ଯ୍ୟାଳୟକୁ ଆସୁଥିବା ଲୋକଙ୍କୁ ଉତ୍ତମ ବ୍ୟବହାର ପ୍ରଦର୍ଶନ କରନ୍ତୁ। ସମୟ ଅନୁଯାୟୀ ରାଜସ୍ବ ସେବା ଯୋଗାଇଦେବା ପାଇଁ ଯତ୍ନବାନ୍‌ ହୁଅନ୍ତୁ ବୋଲି ପୂଜାରୀ ପରାମର୍ଶ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂହ, କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର ବି. ପରମେଶ୍ୱରନ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ଉନ୍ନୟନ କମିଶନର ଅନୁ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ। ଏହି ୨ ଦିନିଆ କର୍ମଶାଳାର ପ୍ରଥମ ଅଧିବେଶନରେ ସମସ୍ତ ଜିଲାର ଉପଜିଲାପାଳ, ଅତିରିକ୍ତ ଜିଲାପାଳ ଓ ତହସିଲଦାରମାନେ ଅଂଶଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨-୧ରେ ସିରିଜ୍‌ ଜିତିଲା ଇଂଲଣ୍ଡ

ଲଡର୍‌ସ,୧୯ା୭: ରୋହିତ ଶର୍ମାଙ୍କ ଶତକ ସତ୍ତ୍ୱେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ଭାରତ ୨୭ ରନରେ ଇଂଲଣ୍ଡଠାରୁ ପରାସ୍ତ ହୋଇଛି। ଏହି ବିଜୟ…

ଶାନ୍ତି ଚୁକ୍ତିରୁ ଓହରିଲା ଇରାନ, ଏବେ ତୀବ୍ର ହେବ ଲଢ଼େଇ

ଦୁବାଇ,୧୯।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସାମରିକ ସଂଘର୍ଷ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ଦୁଇଦେଶ ମଧ୍ୟରେ ଗୋଟିଏ ମାସ ପୂର୍ବରୁ ସ୍ବାକ୍ଷରିତ ହୋଇଥିବା…

ଲର୍ଡସରେ ରୋହିତଙ୍କ ଐତିହାସିକ ଶତକ

ଲଡର୍‌ସ,୧୯ା୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ରବିବାର ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ରୋହିତ ଶର୍ମା ଐତିହାସିକ ଶତକିୟ ଇନିଂସ ଖେଳିଛନ୍ତି। ରୋହିତ ୧୦୭ ବଲ୍‌…

ବରଗଡ଼ରେ ଦିଲ୍ଲୀ ତାତି: ସୋନମ ୱାଙ୍ଗଚୁକଙ୍କୁ ସମର୍ଥନ କରି ଧର୍ମେନ୍ଦ୍ରଙ୍କ କୁଶ ପୁତ୍ତଳିକା ଦାହ

ବରଗଡ଼,୧୯।୭(ପ୍ରେମାନନ୍ଦ ଖମାରୀ): ଏନଇଇଟି ପରୀକ୍ଷାରେ ବିଭ୍ରାଟ ପ୍ରତିବାଦରେ ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଆନ୍ଦୋଳନର ତାତି ବରଗଡ଼ରେ ଅନୁଭୂତ ହୋଇଛି । ରବିବାର ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ବରଗଡ଼…

ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ, ଅପଶବ୍ଦ କହିବା ଅଶ୍ଳୀଳତା ନୁହେଁ

ନୂଆଦିଲ୍ଲୀ,୧୯ା୭: କାହାକୁ ଗାଳିଗୁଲଜ କରିବା ଓ ଅପଶବ୍ଦ ପ୍ରୟୋଗ ଅସଭ୍ୟ ଏବଂ ଆପତ୍ତିଜନକ ହୋଇଥିଲେ ମଧ୍ୟ ଏହା ଅଶ୍ଳୀଳତା ନୁହେଁ । ଏଭଳି ଆଜି ରାୟ ଦେଇଛନ୍ତି…

ହିରାଧାରବାଟି କେନାଲରେ ପାଣି ଛାଡିଲା ଜଳସେଚନ ବିଭାଗ, ଚାଷୀଙ୍କ ମୁହଁରେ ଫୁଟିଲା ହସ

ଗଞ୍ଜାମ,୧୯ା୭(ବିଦ୍ୟାଧର ସାହୁ ): ଖରିଫ ଚାଷ ପାଇଁ ଜଳସେଚନ ବିଭାଗ ହିରାଧାରବାଟି କେନଲରେ ପାଣି ଛାଡିଥିବା ଦେଖିବାକୁ ମିଳିଛି । ସଂକ୍ରାନ୍ତି ଦିନ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା…

ଗୋ ହତ୍ୟା ସହ ମାଂସ ଚାଲାଣ: ୨ ଗିରଫ, ୧୫ ଅଟକ

କୋରାପୁଟ,୧୯।୭(ଅମିତାଭ ବେହେରା): କୋରାପୁଟ ସହରରେ ଗୋ ହତ୍ୟା ସହ ମାଂସ ଚାଲାଣ ହେଉଥିବା ଖବରପାଇ ଟାଉନ ଥାନା ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ୨ ଅଭିଯୁକ୍ତଙ୍କୁ ଗିରଫ…

୬ ମାସ ହେଲା ଅଚଳ ଘୁଟିଗୁଡ଼ା ଜିଓ ଟାୱାର, ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ଗ୍ରାମବାସୀଙ୍କ ଦାବି

ଥୁଆମୂଳ ରାମପୁର,୧୯ା୭(ଦୁର୍ଗା କୀର୍ତ୍ତି): ରାଜ୍ୟ ସରକାର ଦୁର୍ଗମ ଅଞ୍ଚଳରେ ଡିଜିଟାଲ ଯୋଗାଯୋଗର ବିକାଶ ପାଇଁ ବିଭିନ୍ନ ସଂସ୍ଥାକୁ ଅନୁମତି ଦେଉଥିବା ବେଳେ ବାସ୍ତବ କ୍ଷେତ୍ରରେ କମ୍ପାନୀଗୁଡ଼ିକର ଚରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri