ଜେଏସ୍‌ଡବ୍ଲ୍ୟୁ ଫାଉଣ୍ଡେଶନ ପକ୍ଷରୁ ଫ୍ରି ହେଲ୍‌ଥ କ୍ୟାମ୍ପ

ଭୁବନେଶ୍ୱର,୪।୧୨: ଜେଏସ୍‌ଡବ୍ଲ୍ୟୁ ଫାଉଣ୍ଡେଶନ ଓ ଜୟନ୍ନାଥ କ୍ୟାନସର ଏଡ ଫାଉଣ୍ଡେଶନ (ଜେସିଏଫ)ର ମିଳିତ ସହଯୋଗରେ ଏକ ଦୁଇଦିନିଆ ମାଗଣା ସ୍ବାସ୍ଥ୍ୟ ଶିବିର ନିକଟରେ ଆୟୋଜିତ ହୋଇଯାଇଛି। ବିଶେଷ କରି କେନ୍ଦୁଝର ଜିଲାର କୋଇରା ଏବଂ ଜଜାଙ୍ଗ ଭଳି ଅନେକ ଗ୍ରାମର ୪୦୦ରୁ ଅଧିକ ଲୋକଙ୍କୁ ମାଗଣା ଚିକିତ୍ସା ପ୍ରଦାନ କରାଯାଇଥିଲା। ଏପରିକି କ୍ୟାନସର ସ୍କ୍ରିନିଂ ତଥା ମଧୁମେହ, ଉଚ୍ଚ ରକ୍ତଚାପ, ଏସପିଓ-୨, ପଲ୍‌ସ, ବିଏମଆଇ, କାର୍ଡିଓଲୋଜି, ଅର୍ଥୋପେଡିକ ଓ ଗାଇନୋକୋଲୋଜି ଭଳି ପରୀକ୍ଷା ଉପରେ ଧ୍ୟାନ ଦେଇ ଏଭଳି ଏକ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଥିଲା। ଉକ୍ତ ଶିବିରରେ ଟାଟା ମେମୋରିଆଲ କ୍ୟାନସର ହସପିଟାଲ ମୁମ୍ବାଇର ଡା. ଶିଶିର କୁମାର ସେଟି, ଭୁବନେଶ୍ୱରର ଉତ୍କଳ ହସପିଟାଲ ଓ କିମ୍ସର କ୍ୟାନସର ଆଣ୍ଡ ଏଣ୍ଡୋକ୍ରାଇନ ସର୍ଜନ ଡା. ଦିଲିପ କର ପ୍ରମୁଖ ଯୋଗ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ସୁନ୍ଦରଗଡ଼ ଏଡିଏମଓ ଡ. କାହ୍ନୁଚରଣ ନାୟକ ଉକ୍ତ ଶିବିର ପରିଦର୍ଶନ କରି କମ୍ପାନିର କାର୍ଯ୍ୟକୁ ପ୍ରଶଂସା କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ କୋଇଡା ସରପଞ୍ଚ ହୃଷୀକେଶ ଦେୱାରିଶ ପ୍ରମୁଖ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ଉକ୍ତ ଶିବିରକୁ ଜିଲାର ଜଜାଙ୍ଗ, ଗାନୁଆ, ନୂଆଗାଁ, ନାରାୟଣପୋଷୀ ଭଳି ଅନେକ ଗ୍ରାମର ଲୋକଙ୍କୁ ମାଗଣା ସ୍ବାସ୍ଥ୍ୟ ଶିବିରରେ ଭାଗ ନେବାକୁ ଫାଉଣ୍ଡେଶନ ପକ୍ଷରୁ ଆମନ୍ତ୍ରଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

SBI ଶେୟାରର କମାଲ, ୪୫ ହଜାର କୋଟି ରୋଜଗାର କଲେ ନିବେଶକ

ମୁମ୍ବାଇ, ୨୭।୪: ଗତ ସପ୍ତାହରେ ସେୟାର ବଜାର ପାଇଁ ବହୁତ ଭଲ ବୋଲି ପ୍ରମାଣିତ ହୋଇଛି। ବମ୍ବେ ଷ୍ଟକ ଏକ୍ସଚେଞ୍ଜର ଶ୍ରେଷ୍ଠ ୧୦ ଟି କମ୍ପାନୀର...

ପିପିଏଲ୍‌କୁ ‘ବେଷ୍ଟ ଆନୁଆଲ ରିପୋର୍ଟ ଆଓ୍ବାର୍ଡ’

ଭୁବନେଶ୍ୱର ,୨୮।୪ (ଅଭୟ ଦାଶ): ପାରାଦୀପ ଫସ୍‌ଫେଟ ଲିମିଟେଡ୍‌ (ପିପିଏଲ୍‌)କୁ ନିକଟରେ ସମ୍ମାନଜନକ ‘ବେଷ୍ଟ ଆନୁଆଲ ରିପୋର୍ଟ ଆଓ୍ବାର୍ଡ’ ପ୍ରଦାନ କରାଯାଇଛି। ବିଶେଷକରି କର୍ପୋରେଟ ଗଭର୍ନାନ୍ସ...

ସଫେଇ ଦେଲା ଏମଡିଏଚ

ନୂଆଦିଲ୍ଲୀ,୨୮।୪: ମସଲାରେ କ୍ୟାନସର ଭଳି ମାରାତ୍ମକ ରୋଗ ସୃଷ୍ଟି କାରୀ କୀଟନାଶକ ଔଷଧ ମିଳିବା ଖବର ଜଣାପଡିବା ପରେ ବିବାଦ ଦେଖାଦେଇଛି। ଚାଲିଥିବା ବିବାଦ ମଧ୍ୟରେ...

ଅଙ୍କୁରା ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର, ନୂଆ ଜୀବନ ପାଇଲେ ବାଲୁଗାଁର ଯାଆଁଳା ଶିଶୁ

ଭୁବନେଶ୍ୱର ,୨୮।୪: ରାଜ୍ୟର ଅଗ୍ରଣୀ ଘରୋଇ ଚିକିତ୍ସାଳୟ ତଥା ମେଡିକାଲ ଚେନ୍‌ ଅଙ୍କୁରାର ଭୁବନେଶ୍ୱର ଶାଖା (ଅଙ୍କୁରା ହସ୍ପିଟାଲ)ରେ ଏକ ବିରଳ ଅସ୍ତ୍ରୋପଚାର ସଫଳତାର ସହ...

୬ ଦେଶକୁ ରପ୍ତାନି ହେବ ପିଆଜ

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା): ପିଆଜ ରପ୍ତାନି ଉପରେ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରପ୍ତାନି ଉପରେ ନିଷେଧାଦେଶ ସତ୍ତ୍ୱେ ୬ ଦେଶକୁ ୯୯,୧୫୦ ମେଟ୍ରିକ୍‌...

୧୦ ହଜାର ନବାଗତଙ୍କୁ ନିଯୁକ୍ତି ଦେବା ଏହି ଭାରତୀୟ ଆଇଟି କମ୍ପାନୀ

ନୂଆଦିଲ୍ଲୀ,୨୭।୪: ଭାରତର ତୃତୀୟ ବୃହତ୍ତମ ଆଇଟି କମ୍ପାନୀ ଏଚସିଏଲଟେକ୍ ୨୦୨୫ ଆର୍ଥିକ ବର୍ଷରେ ୧୦,୦୦୦ ରୁ ଅଧିକ ନବାଗତଙ୍କୁ ନିଯୁକ୍ତି ଦେବାକୁ ଯାଉଛି। ଯେଉଁ ସମୟରେ...

ଆମେରିକାରେ ସିଇଓ ହେବାକୁ ହେଲେ ଭାରତୀୟ ହେବା ଆବଶ୍ୟକ, ଜାଣନ୍ତୁ ଏପରି କାହିଁକି କହିଲେ ଆମେରିକାର ରାଷ୍ଟ୍ରଦୂତ ?

ନୂଆଦିଲ୍ଲୀ,୨୭।୪: ଗୁଗ୍‌ଲ, ୟୁଟ୍ୟୁବ୍, ମାଇକ୍ରୋସଫ୍ଟ, ଷ୍ଟାରବକ୍ସ, ଆଇବିଏମ୍ ଏବଂ ଆଡୋବ ଭଳି ଦୁନିଆର ଅନେକ ବଡ କମ୍ପାନୀର ସିଇଓ ଭାରତୀୟ ଅଟନ୍ତି। ବହୁ ଆମେରିକୀୟ କମ୍ପାନୀର...

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri