Posted inଜାତୀୟ

ପାରାମିଲିଟାରୀ କର୍ମଚାରୀଙ୍କୁ ମାଗଣା ସ୍ବାସ୍ଥ୍ୟସେବା…

ନୂଆଦିଲ୍ଲୀ,୩।୧୧: ଦେଶର ସମସ୍ତ କେନ୍ଦ୍ରୀୟ ପାରାମିଲିଟାରୀ କର୍ମଚାରୀ ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କୁ ଆୟୁଷ୍ମାନ ଭାରତ ଯୋଜନା ଅନ୍ତର୍ଗତରେ ମାଗଣା ଏବଂ ନଗଦ ବିହୀନ ଚିକିତ୍ସା ଉପଲବ୍ଧ ହେବ। ଆୟୁଷ୍ମାନ ଭାରତ ଅଧୀନରେ ସ୍ବୀକୃତିପ୍ରାପ୍ତ ଯେ କୌଣସି ସିଜିଏଚ୍‌ଏସ୍‌ ହସ୍ପିଟାଲ ଏବଂ ଅନ୍ୟ ହସ୍ପିଟାଲରେ ଏହି ଚିକିତ୍ସାର ସୁବିଧା ପ୍ରଦାନ କରାଯିବ। ଆୟୁଷ୍ମାନ କାର୍ଡ ମାଧ୍ୟମରେ ଏହି ସୁବିଧା ମିଳିପାରିବ।

ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏନଏସଜି ଯବାନଙ୍କୁ ଆୟୁଷ୍ମାନ କାର୍ଡ ଦେଇ ଏହି ଯୋଜନା ଆରମ୍ଭ କରିଛନ୍ତି। ଡିସେମ୍ବର ୩୧ ସୁଦ୍ଧା କେନ୍ଦ୍ରୀୟ ପାରାମିଲିଟାରୀ ଫୋର୍ସର ସମସ୍ତ ୩୫ ଲକ୍ଷ କର୍ମଚାରୀଙ୍କୁ ଆୟୁଷ୍ମାନ କାର୍ଡ ପ୍ରଦାନ କରିବାକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି।

ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଅଧୀନରେ ସାତଟି କେନ୍ଦ୍ରୀୟ ସାମରିକ ବାହିନୀ ଅଛନ୍ତି। ଏଥିମଧ୍ୟରେ ଏନଏସଜି, ଆସାମ ରାଇଫଲ୍ସ, ଆଇଟିବିପି, ଏସଏସବି, ସିଆଇଏସଏଫ, ବିଏସଏଫ ଏବଂ ସିଆରପିଏଫ ଆଦି ଅନ୍ତର୍ଭୁକ୍ତ। ସମସ୍ତ କେନ୍ଦ୍ରୀୟ ସାମରିକ ବାହିନୀଙ୍କ ପାଇଁ ଜାତୀୟ ସ୍ତରରେ ଆୟୁଷ୍ମାନ ସି,ପିଏଫ ଯୋଜନା ଆରମ୍ଭ କରି ଅମିତ ଶାହା କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସର୍ବଦା ସୁରକ୍ଷା ବାହିନୀଙ୍କ ସ୍ବାର୍ଥ ପ୍ରତି ଧ୍ୟାନ ଦେଉଛନ୍ତି।

ସେ କହିଛନ୍ତି ଯେ ଏହି ଯୋଜନା ଅଧୀନରେ କେନ୍ଦ୍ରୀୟ ପାରାମିଲିଟାରୀ ଫୋର୍ସର ସମସ୍ତ କର୍ମଚାରୀ ଏବଂ ସେମାନଙ୍କ ପରିବାରଙ୍କୁ ଅନ୍ତର୍ଭୁକ୍ତ କରାଯିବ। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ, ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଏବଂ ଜାତୀସ ସ୍ବାସ୍ଥ୍ୟ ପ୍ରାଧିକରଣ ମିଳିତ ଭାବେ ଏହି ଯୋଜନା ପ୍ରସ୍ତୁତ କରିଛନ୍ତି।

ଏନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଏକ ଟୋଲ ଫ୍ରି ହେଲ୍ପଲାଇନ ନମ୍ବର ୧୪୫୮୮ ଜାରି ହୋଇଛି। ଯାହା ଦ୍ୱାରା ଆୟୁଷ୍ମାନ ସିଏପିଏଫ ଯୋଜନାର ହିତାଧିକାରୀମାନେ ଚିକିତ୍ସା ସମୟରେ କୌଣସି ସମସ୍ୟାର ସମ୍ମୁଖୀନ ହେବେ ନାହିଁ। ଏହା ସହିତ, ଅନଲାଇନ ଅଭିଯୋଗର ଏକ ବ୍ୟବସ୍ଥା ପ୍ରସ୍ତୁତ କରାଯାଇଛି, ଯାହାଦ୍ୱାରା ହିତାଧିକାରୀମାନେ ସମ୍ମୁଖୀନ ହେଉଥିବା ସମସ୍ୟାର ତୁରନ୍ତ ସମାଧାନ ହୋଇପାରିବ।

ସୂଚନାଯୋଗ୍ୟ ଯେ ଅମିତ ଶାହା ଚଳିତ ବର୍ଷ ଜାନୁଆରୀରେ ଆସାମରୁ ଏହି ଯୋଜନାର ପାଇଲଟ ପ୍ରୋଜେକ୍ଟ ଆରମ୍ଭ କରିଥିଲେ। ଏହା ପରେ ଡିସେମ୍ବର ସୁଦ୍ଧା ଅମୃତ ସ୍ବାଧୀନତା ମହୋତ୍ସବ ଅଧୀନରେ ୭.୫ ଲକ୍ଷ କାର୍ଡ ହସ୍ତାନ୍ତର ପାଇଁ ପ୍ରସ୍ତୁତି ଚାଲିଥିଲା। କିନ୍ତୁ ପରେ ଏହାକୁ ବୃଦ୍ଧି କରି ସମସ୍ତ ୩୫ ଲକ୍ଷ କର୍ମଚାରୀଙ୍କୁ ପ୍ରଦାନ କରିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri