Posted inଜାତୀୟ

ପାରାମିଲିଟାରୀ କର୍ମଚାରୀଙ୍କୁ ମାଗଣା ସ୍ବାସ୍ଥ୍ୟସେବା…

ନୂଆଦିଲ୍ଲୀ,୩।୧୧: ଦେଶର ସମସ୍ତ କେନ୍ଦ୍ରୀୟ ପାରାମିଲିଟାରୀ କର୍ମଚାରୀ ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କୁ ଆୟୁଷ୍ମାନ ଭାରତ ଯୋଜନା ଅନ୍ତର୍ଗତରେ ମାଗଣା ଏବଂ ନଗଦ ବିହୀନ ଚିକିତ୍ସା ଉପଲବ୍ଧ ହେବ। ଆୟୁଷ୍ମାନ ଭାରତ ଅଧୀନରେ ସ୍ବୀକୃତିପ୍ରାପ୍ତ ଯେ କୌଣସି ସିଜିଏଚ୍‌ଏସ୍‌ ହସ୍ପିଟାଲ ଏବଂ ଅନ୍ୟ ହସ୍ପିଟାଲରେ ଏହି ଚିକିତ୍ସାର ସୁବିଧା ପ୍ରଦାନ କରାଯିବ। ଆୟୁଷ୍ମାନ କାର୍ଡ ମାଧ୍ୟମରେ ଏହି ସୁବିଧା ମିଳିପାରିବ।

ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏନଏସଜି ଯବାନଙ୍କୁ ଆୟୁଷ୍ମାନ କାର୍ଡ ଦେଇ ଏହି ଯୋଜନା ଆରମ୍ଭ କରିଛନ୍ତି। ଡିସେମ୍ବର ୩୧ ସୁଦ୍ଧା କେନ୍ଦ୍ରୀୟ ପାରାମିଲିଟାରୀ ଫୋର୍ସର ସମସ୍ତ ୩୫ ଲକ୍ଷ କର୍ମଚାରୀଙ୍କୁ ଆୟୁଷ୍ମାନ କାର୍ଡ ପ୍ରଦାନ କରିବାକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି।

ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଅଧୀନରେ ସାତଟି କେନ୍ଦ୍ରୀୟ ସାମରିକ ବାହିନୀ ଅଛନ୍ତି। ଏଥିମଧ୍ୟରେ ଏନଏସଜି, ଆସାମ ରାଇଫଲ୍ସ, ଆଇଟିବିପି, ଏସଏସବି, ସିଆଇଏସଏଫ, ବିଏସଏଫ ଏବଂ ସିଆରପିଏଫ ଆଦି ଅନ୍ତର୍ଭୁକ୍ତ। ସମସ୍ତ କେନ୍ଦ୍ରୀୟ ସାମରିକ ବାହିନୀଙ୍କ ପାଇଁ ଜାତୀୟ ସ୍ତରରେ ଆୟୁଷ୍ମାନ ସି,ପିଏଫ ଯୋଜନା ଆରମ୍ଭ କରି ଅମିତ ଶାହା କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସର୍ବଦା ସୁରକ୍ଷା ବାହିନୀଙ୍କ ସ୍ବାର୍ଥ ପ୍ରତି ଧ୍ୟାନ ଦେଉଛନ୍ତି।

ସେ କହିଛନ୍ତି ଯେ ଏହି ଯୋଜନା ଅଧୀନରେ କେନ୍ଦ୍ରୀୟ ପାରାମିଲିଟାରୀ ଫୋର୍ସର ସମସ୍ତ କର୍ମଚାରୀ ଏବଂ ସେମାନଙ୍କ ପରିବାରଙ୍କୁ ଅନ୍ତର୍ଭୁକ୍ତ କରାଯିବ। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ, ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଏବଂ ଜାତୀସ ସ୍ବାସ୍ଥ୍ୟ ପ୍ରାଧିକରଣ ମିଳିତ ଭାବେ ଏହି ଯୋଜନା ପ୍ରସ୍ତୁତ କରିଛନ୍ତି।

ଏନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଏକ ଟୋଲ ଫ୍ରି ହେଲ୍ପଲାଇନ ନମ୍ବର ୧୪୫୮୮ ଜାରି ହୋଇଛି। ଯାହା ଦ୍ୱାରା ଆୟୁଷ୍ମାନ ସିଏପିଏଫ ଯୋଜନାର ହିତାଧିକାରୀମାନେ ଚିକିତ୍ସା ସମୟରେ କୌଣସି ସମସ୍ୟାର ସମ୍ମୁଖୀନ ହେବେ ନାହିଁ। ଏହା ସହିତ, ଅନଲାଇନ ଅଭିଯୋଗର ଏକ ବ୍ୟବସ୍ଥା ପ୍ରସ୍ତୁତ କରାଯାଇଛି, ଯାହାଦ୍ୱାରା ହିତାଧିକାରୀମାନେ ସମ୍ମୁଖୀନ ହେଉଥିବା ସମସ୍ୟାର ତୁରନ୍ତ ସମାଧାନ ହୋଇପାରିବ।

ସୂଚନାଯୋଗ୍ୟ ଯେ ଅମିତ ଶାହା ଚଳିତ ବର୍ଷ ଜାନୁଆରୀରେ ଆସାମରୁ ଏହି ଯୋଜନାର ପାଇଲଟ ପ୍ରୋଜେକ୍ଟ ଆରମ୍ଭ କରିଥିଲେ। ଏହା ପରେ ଡିସେମ୍ବର ସୁଦ୍ଧା ଅମୃତ ସ୍ବାଧୀନତା ମହୋତ୍ସବ ଅଧୀନରେ ୭.୫ ଲକ୍ଷ କାର୍ଡ ହସ୍ତାନ୍ତର ପାଇଁ ପ୍ରସ୍ତୁତି ଚାଲିଥିଲା। କିନ୍ତୁ ପରେ ଏହାକୁ ବୃଦ୍ଧି କରି ସମସ୍ତ ୩୫ ଲକ୍ଷ କର୍ମଚାରୀଙ୍କୁ ପ୍ରଦାନ କରିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri