ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର: ଧାଡ଼ିରେ ନ ଆସି ସିଧା ଡାକ୍ତରଙ୍କୁ ଭେଟିବେ ବରିଷ୍ଠ ନାଗରିକ

ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ ): ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ଗୁରୁବାର ଘୁମୁସର ବରିଷ୍ଠ ନାଗରିକ ମଞ୍ଚର ସଦସ୍ୟ ମାନଙ୍କ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରକୁ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା ଉଦଘାଟନ କରିଥିଲେ। ଅନ୍ୟତମ ଅତିଥି ଭାବେ ଘୁମୁସର ବରିଷ୍ଠ ନାଗରିକ ମଞ୍ଚର ସଭାପତି ସୋମନାଥ ନାୟକ ଉପସ୍ଥିତ ଥିଲେ। ଉପଜିଲାପାଳ ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟ ଉପରେ ଗୁରୁତ୍ୱ ଆରୋପ କରିଥିବା ବେଳେ ଉପଖଣ୍ଡ ସ୍ବାସ୍ଥ୍ୟ ଅଧିକାରୀ ଡ ସିତାନ୍ସୁ ଶେଖର ଶତପଥି ବରିଷ୍ଠ ନାଗରିକଙ୍କ ଚିକିତ୍ସା ପାଇଁ ବର୍ହି ଚିକିତ୍ସା ସକାଶେ ଲାଇନ ନ ଲଗାଇ ସିଧାସଳଖ ଚିକିତ୍ସା କରାଇବା ପାଇଁ ପତିଶ୍ରୁତି ଦେଇଥିଲେ। ଚିକିତ୍ସକମାନଙ୍କ ମଧ୍ୟରେ ଡ଼ଃ ପ୍ରଣବାନନ୍ଦ ପାତ୍ର , ଡ଼ଃ ଅନିଲ କୁମାର ଚୌଧୁରୀ ଓ ପୁରୁଷୋତ୍ତମ ସ୍ବାଇଁ ଉପସ୍ଥିତ ରହି ବରିଷ୍ଠ ନାଗରିକ ମାନଙ୍କର ଚିକିତ୍ସା କରିଥିଲେ।

 

 


Enter your email to get our daily news in your inbox.

All Right Reserved By Dharitri.Com

କରେଣ୍ଟ କଟିଲେ ଠପ ହୋଇଯାଉଛି ମୋବାଇଲ ସେବା

କେସିଙ୍ଗା,୩।୮,(ତୁମେଶ୍ୱର ସାହୁ): କଳାହାଣ୍ଡି ଜ଼ିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ସିରଜାପାଲି ଗ୍ରାମରେ ଥିବା ଜିଓ ଟାୱାର ବିଦ୍ୟୁତ ଚାଲିଗଲେ ଠପ ହୋଇଯାଉଛି । ଯାହାଦ୍ୱାରା ମୋବାଇଲ ସେବା…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ଫାର୍ମାସିଷ୍ଟଙ୍କ ସାହସକୁ ଚାରିଆଡୁ ପ୍ରଶଂସା

ଗୁଣପୁର,୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଯଶୋବନ୍ତ ନାୟକ ମହାନତା ଦେଖାଇ ଜଣେ ପ୍ରସୂତିଙ୍କ ସହ ଶିଶୁକନ୍ୟାର ଜୀବନ ବଞ୍ଚାଇଛନ୍ତି।…

ଶୌଚ ହେବାକୁ ଯାଇଥିଲେ ମହିଳା, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…

କେନ୍ଦ୍ରାପଡ଼ା,୩ା୮: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବ୍ରାହ୍ମଣୀ ନଦୀକୁ ଶୌଚ ହେବାକୁ ଯାଇଥିବାବେଳେ ଜଣେ ମହିଳାଙ୍କୁ କୁମ୍ଭୀର…

ଆଜି ଏହି ୬ ଜିଲାରେ ବିଜୁଳି ଘଡ଼ଘଡ଼ି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା…

ଭୁବନେଶ୍ୱର,୩ା୮: ରାଜ୍ୟରେ ବନ୍ୟା ସ୍ଥିତି ଜାରି ରହିଥିବାବେଳେ ବିପନ୍ନଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷରେ ଦୁଇଦିନ ହେବ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ସୋମବାରଠାରୁ…

ମୋଦି ସରକାରଙ୍କୁ ନେଇ ବଡ଼ କଥା କହିଲେ ତସଲିମା

କୋଲକାତା,୩।୮: ବାଂଲାଦେଶରୁ ବହିଷ୍କୃତ ଏବଂ ବର୍ତ୍ତମାନ ନୂଆଦିଲ୍ଲୀରେ ରହୁଥିବା ଲେଖିକା ତସଲିମା ନାସରିନ ବଙ୍ଗ ସରକାରଙ୍କ ପ୍ରଶଂସା କରିଛନ୍ତି ଏବଂ ତାଙ୍କର କୃତଜ୍ଞତା ପ୍ରକାଶ କରିଛନ୍ତି। ନାସରିନ…

Bankipur Bypoll Result 2026: ବାଙ୍କିପୁର ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ, ଫଳାଫଳ ପୂର୍ବରୁ ‘ଲଡୁ’ ତିଆରି କଲେଣି ଭାଜପା କର୍ମୀ

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନ ପାଇଁ ଗୁରୁବାର (୩୦ ଜୁଲାଇ, ୨୦୨୬) ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆଜି (ସୋମବାର) ଘୋଷଣା କରାଯିବ। ଏହି ଆସନ ପାଇଁ…

କବିତା ଆସରରେ ମାତୃଭାଷାର ବିକାଶ ପାଇଁ ଆହ୍ବାନ

ହାଟଡିହୀ,୨l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲ ପରିସରରେ ହାଟଡିହୀ ସାହିତ୍ୟ ଘର ପକ୍ଷରୁ ବର୍ଷାକାଳୀନ କବିତା ଆସର ଅନୁଷ୍ଠିତ ହୋଇଯାଇଛି। ସଭାପତି…

କେରଳରେ ବନ୍ୟା: ୮ଜଣଙ୍କ ମୃତ୍ୟୁ, ୮ ନିଖୋଜ

କୋଚି,୨।୮: କେରଳରେ ଭୀଷଣ ବର୍ଷା ଫଳରେ ଭୂସ୍ଖଳନ ଓ ବନ୍ୟା ଯୋଗୁ ୮ ଜଣଙ୍କ ପ୍ରାଣହାନି ଘଟିଛି। ଏପରକି ୮ଜଣ ନିଖୋଜ ଥିବା ବେଳେ ୧୩ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri