କନ୍ୟା ସନ୍ତାନ ଜନ୍ମ ହେଲେ ହସ୍ପିଟାଲରେ ମାଗଣା ଚିକିତ୍ସା…

ପୁଣେ,୬।୧୧ : ପୁଣେର ଏକ ହସ୍ପିଟାଲ ’‘ବେଟି ବଚାଓ ମିଶନ’ର ଜୀବନ୍ତ ଉଦାହରଣ ପାଲଟିଛି। କନ୍ୟାଭ୍ରୁଣ ହତ୍ୟା ବିରୋଧରେ ଅଭିଯାନ ଅନ୍ତର୍ଗତ ଏଠାରେ କନ୍ୟା ସନ୍ତାନ ଜନ୍ମ ହେଲେ ହସ୍ପିଟାଲରେ ମାଗଣା ଚିକିତ୍ସା ଯୋଗାଇ ଦିଆଯାଉଛି। ଏହା ବ୍ୟତୀତ ଏହି ଡାକ୍ତରଖାନା ଲୋକଙ୍କୁ ଗର୍ଭପାତ ବିରୁଦ୍ଧରେ ସଚେତନ କରାଯାଉଛି।

ଗତ ୧୧ ବର୍ଷ ମଧ୍ୟରେ ପୁଣେର ହାଡପ୍ସରଠାରେ ଥିବା ମାର୍ଟିନିଟି ମଲ୍ଟି ସ୍ପେସିଆଲିଟି ହସ୍ପିଟାଲରେ ୨୪୦୦ରୁ ଅଧିକ କନ୍ୟା ସନ୍ତାନଙ୍କୁ ମାଗଣାରେ ପ୍ରସବ କରାଯାଇଛି। ଡାକ୍ତରଖାନାର ଡାକ୍ତର ଗଣେଶ ରାଖ କହିଛନ୍ତି ଯେ ଏଥିପାଇଁ ସେ ଗର୍ଭବତୀ ପରିବାର ସଦସ୍ୟଙ୍କଠାରୁ ଗୋଟିଏ ପଇସା ମଧ୍ୟ ନେଇ ନାହାଁନ୍ତି।

ଡାକ୍ତର ରାଖ କହିଛନ୍ତି ଯେ କନ୍ୟାଭ୍ରୁଣ ହତ୍ୟା ବିରୋଧରେ ଅଭିଯାନ ଅର୍ନ୍ତଗତ ଆମେ ଏହି ପଦକ୍ଷେପ ୨୦୧୨ ରେ ଆରମ୍ଭ କରିଥିଲୁ। ପରେ ଅନେକ ରାଜ୍ୟ ଏବଂ ଆଫ୍ରିକୀୟ ଦେଶ ଏଥିରେ ଯୋଗ ଦେଇଥିଲେ। ଯଦି କନ୍ୟା ସନ୍ତାନ ଜନ୍ମ ହୁଅନ୍ତି, ତେବେ ଆମେ ସମ୍ପୂର୍ଣ୍ଣ ଚିକିତ୍ସା ଖର୍ଚ୍ଚ ମାଗଣାରେ କରିଥାଉ। ସେ କହିଛନ୍ତି ଯେ ଏହି ସକରାତ୍ମକ ପଦକ୍ଷେପ ଯୋଗୁଁ ଆଖପାଖ ଅଞ୍ଚଳରେ କନ୍ୟାଭ୍ରୁଣ ହତ୍ୟା ମାମଲାରେ ହ୍ରାସ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପୁଟିନ୍‌ଙ୍କ ପାଇଁ ଭୋଜିରେ ଥିଲା ୪୦,୦୦୦ ଟଙ୍କା କେଜିର ଛତୁ, ଜାଣନ୍ତୁ ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୭ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ତାଙ୍କ ଭାରତ-ରୁଷିଆ ଶିଖର ସମ୍ମିଳନୀ ପାଇଁ ନୂଆଦିଲ୍ଲୀରେ ପହଞ୍ଚିଥିଲେ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆୟୋଜନ କରିଥିବା...

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri