‘ମୋତେ ମୁକ୍ତ କର’, ନିଜକୁ ଜେଲରୁ ମୁକ୍ତ କରିବାକୁ ଦାବି କଲେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ

ଇସଲାମାବାଦ,୮।୯: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ତାଙ୍କୁ ନିର୍ଦ୍ଦୋଷରେ ଖଲାସ କରିବା ପାଇଁ କୋର୍ଟରେ ଆବେଦନ କରିଥିଲେ। ସଂଶୋଧିତ ଦୁର୍ନୀତି ନିବାରଣ ଆଇନ ଆଧାରରେ ଇମ୍ରାନ ଖାନ ତାଙ୍କୁ ୧୯କୋଟି ପାଉଣ୍ଡ ଦୁର୍ନୀତି ମାମଲାରେ ନିର୍ଦ୍ଦୋଷରେ ଖଲାସ କରିବାକୁ କୋର୍ଟରେ ଆବେଦନ କରିଛନ୍ତି।
ଡନ ଖବରକାଗଜ ରିପୋର୍ଟ ଅନୁଯାୟୀ, ୭୧ ବର୍ଷିୟ ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ପ୍ରତିଷ୍ଠାତା ଇମ୍ରାନ ଖାନ ନ୍ୟାସନାଲ ଆକାଉଣ୍ଟାବିଲିଟି ବ୍ୟୁରୋ (ନାବ) ଆଇନରେ ସଂଶୋଧନକୁ ଚ୍ୟାଲେଞ୍ଜ କରିଛନ୍ତି। ତତ୍କାଳୀନ ପାକିସ୍ତାନ ଗଣତାନ୍ତ୍ରିକ ଆନ୍ଦୋଳନ ପାକିସ୍ତାନ ମୁସଲିମ ଲିଗ-ନୱାଜ ସରକାରଙ୍କ ନେତୃତ୍ୱରେ ୨୦୨୨ରେ ଏହି ଆଇନରେ ସଂଶୋଧନ କରିଥିଲା। ସୂଚନାଯୋଗ୍ୟ, ଇମ୍ରାନ ଖାନ ଗତ ବର୍ଷ ଅଗଷ୍ଟରୁ ଜେଲରେ ଅଛନ୍ତି।
ଗତ ବର୍ଷ ସେପ୍ଟେମ୍ବର ୧୫ରେ ସୁପ୍ରିମକୋର୍ଟର ବେଞ୍ଚ ନାବ ସଂଶୋଧନକୁ ପ୍ରତ୍ୟାଖ୍ୟାନ କରିଥିଲା। ତେବେ ଶୁକ୍ରବାର ପାକିସ୍ତାନର ପ୍ରଧାନ ବିଚାରପତି କାଜି ଫୈଜ ଇସାଙ୍କ ନେତୃତ୍ୱରେ ସର୍ବୋଚ୍ଚ ଅଦାଲତର ବେଞ୍ଚ ସରକାରଙ୍କ ସମୀକ୍ଷା ଆବେଦନକୁ ଦୃଷ୍ଟିରେ ରଖି ଏହି ସଂଶୋଧନଗୁଡ଼ିକୁ ପୁନଃ ସ୍ଥାପିତ କରିଛି।

ନାବ ଅଭିଯୋଗ କରିଛନ୍ତି ଯେ ଖାନ, ପାକିସ୍ତାନର ପ୍ରଧାନମନ୍ତ୍ରୀ ଭାବରେ ଡିସେମ୍ବର ୩, ୨୦୧୯ରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଅଧ୍ୟକ୍ଷତା କରିଥିଲେ। ଏହି ଅନୁମୋଦନ ପାଇଁ ଇମ୍ରାନ ଖାନ ତାଙ୍କ ଅଧିକାରର ଅପବ୍ୟବହାର କରିଥିବା ବ୍ୟୁରୋ ଅଭିଯୋଗ କରିଛି। ବ୍ୟୁରୋ କହିଛି ଯେ ଏହାର ପ୍ରତିବଦଳରେ ସେମାନେ ଅଲ-କାଦିର ୟୁନିଭରସିଟି ପ୍ରୋଜେକ୍ଟ ଟ୍ରଷ୍ଟକୁ ଦାନ ନାମରେ ତହସିଲ ସୋହୱାଠାରେ ପ୍ରାୟ ୪୫୮କେନାଲ ଜମି, ୨୮୫ ନିୟୁତ ପାକିସ୍ତାନୀ ଟଙ୍କା ଏବଂ ଅନ୍ୟାନ୍ୟ ସୁବିଧା ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧,୪୦୦ କୋଟିରୁ ଅଧିକ ସମ୍ପତ୍ତିର ମାଲିକ ଡି.କେ. ଶିବକୁମାର, ଜାଣନ୍ତୁ ନୂଆ ମୁଖ୍ୟମନ୍ତ୍ରୀଙ୍କ ନେଟଓ଼୍ବର୍ଥ

ବେଙ୍ଗାଲୁରୁ,୨୮।୫: କର୍ନାଟକ କଂଗ୍ରେସର ପ୍ରମୁଖ ନେତା ତଥା ଉପମୁଖ୍ୟମନ୍ତ୍ରୀ ଡି. କେ. ଶିବକୁମାର (D.K. Shivakumar) ନିଜର ନିର୍ୱାଚନୀ ସପଥପତ୍ର (Affidavit) ଦାଖଲ କରିଛନ୍ତି । ଏହି…

ବଦଳିଲା ପାଗ, IMD ଦେଲା ଚେତାବନୀ, ଆଗାମୀ ୩ ଦିନରେ ଭୟଙ୍କର…

ନୂଆଦିଲ୍ଲୀ, ୨୮।୫: ଆଇଏମଡି ଅନୁଯାୟୀ, କେନ୍ଦ୍ରୀୟ ଉତ୍ତର ପ୍ରଦେଶ ଏବଂ ସଂଲଗ୍ନ ଅଞ୍ଚଳ ଉପରେ ଏକ ଘୂର୍ଣ୍ଣିବଳୟ ଜାରି ରହିଛି। ଏକ ଘୂର୍ଣ୍ଣିବଳୟ ଉତ୍ତର ପଶ୍ଚିମ ପ୍ରଦେଶରୁ…

Rule Change 1st June: ଜୁନ ୧ରୁ ବଦଳିଯିବ ୬ଟି ବଡ଼ ନିୟମ ପରିବର୍ତ୍ତନ ହେବ, ଆପଣଙ୍କ ପକେଟକୁ କରିବ ପ୍ରଭାବିତ

ନୂଆଦିଲ୍ଲୀ, ୨୮।୫: ମେ ମାସ ଶେଷ ହେବାକୁ ଯାଉଛି, ଏବଂ ଏହା ସହିତ, ଜୁନ ୧ ରୁ ଅନେକ ବଡ଼ ଆର୍ଥିକ ପରିବର୍ତ୍ତନ କାର୍ଯ୍ୟକାରୀ ହେବାର ଆଶା…

ଇଦ୍‌-ଉଜ୍‌-ଜୁହାରେ ଏମିତି ମେସେଜ୍‌ ଦେଲେ ପ୍ରଧାନମନ୍ତ୍ରୀ: ଆମ ସମାଜରେ…

ନୂଆଦିଲ୍ଲୀ,୨୮।୫: ସାରା ଦେଶରେ ଆଜି ଇଦ୍‌-ଉଜ୍‌-ଜୁହା ପର୍ବ ପାଳନ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହି ଅବସରରେ ନାଗରିକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ‘ଏକ୍ସ’ ରେ ଏକ…

କର୍ନାଟକ ରାଜନୀତିରେ ରୋଚକ ଦୃଶ୍ୟ, ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟାଙ୍କ ପାଦ ଛୁଇଁଲେ ଶିବକୁମାର

ବେଙ୍ଗାଲୁରୁ, ୨୮।୫: କର୍ନାଟକ ରାଜନୀତିରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଚାଲିଥିବା କଳ୍ପନାଜଳ୍ପନା ମଧ୍ୟରେ, ଗୁରୁବାର ବେଙ୍ଗାଲୁରୁସ୍ଥିତ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟାଙ୍କ ବାସଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ଜଳଖିଆ ବୈଠକ ଅନୁଷ୍ଠିତ…

ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ପ୍ରଧାନମନ୍ତ୍ରୀଙ୍କୁ ଭେଟି ଏମିତି ଅପିଲ କରିଦେଲେ ବିଜୟ, ଦେଖିକି ରହିଗଲେ …

ନୂଆଦିଲ୍ଲୀ,୨୮।୫: ତାମିଲନାଡୁରେ କ୍ଷମତା ଗ୍ରହଣ କରିବା ପରେ, ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ବୁଧବାର ପ୍ରଥମ ଥର ପାଇଁ ଜାତୀୟ ରାଜଧାନୀ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ…

ଗାଁ ମୁହାଁ ହାତୀ: ଭୟରେ ଗାଁ ଲୋକେ

ବାଙ୍କୀ,୨୮/୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ଜାତ ମୁଣ୍ଡିଆଠାରେ କାଲି ରାତିରୁ ୪ ଟିକିଆ ହାତୀପଲ ବୁଲୁଥିବା ଦେଖି ଅଞ୍ଚଳବାସୀ ଭାୟଭୀତ ଅବସ୍ଥାରେ ଅଛନ୍ତି ।…

ପ୍ରଦ୍ୟୁମ୍ନଙ୍କୁ ମନ୍ତ୍ରୀ ପଦ ଦେବାକୁ ବଢ଼ୁଛି ଅନୁରୋଧ: ଗଞ୍ଜାମରୁ ୨ ଜଣକୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିବା ସମ୍ଭାବନା

ଭଞ୍ଜନଗର,୨୮।୫(ବାବୁଲା ପ୍ରଧାନ): ଦୀର୍ଘ ୧୦ ମାସର ନୀରବତା ପରେ ପୁଣି ରାଜ୍ୟ ମନ୍ତ୍ରୀମଣ୍ଡଳରେ ଖାଲିଥିବା ୬ ମନ୍ତ୍ରୀ ପଦବୀ ପୂରଣ ସହ କିଛି ପୁରୁଣା ମନ୍ତ୍ରୀଙ୍କ ପଦବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri