ରଥଯାତ୍ରାରେ ଜେଏସ୍‌ପି ଫାଉଣ୍ଡେଶନର ମାଗଣା ଭୋଜନ

ଭୁବନେଶ୍ୱର,୧୯।୭ (ଅଭୟ ଦାଶ): ଦେଶର ପ୍ରମୁଖ ଇସ୍ପାତ ନିର୍ମାତା ‘ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର’ ବା ଜେଏସ୍‌ପିର ସାମାଜିକ ପ୍ରତିଷ୍ଠାନ ଜେଏସ୍‌ପି ଫାଉଣ୍ଡେଶନ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖିଛି। ଏପରିକି ରଥଯାତ୍ରା ଅବସରରେ ଜେଏସ୍‌ପି ଫାଉଣ୍ଡେଶନ ପକ୍ଷରୁ ଦେୟମୁକ୍ତ ଭୋଜନ ବଣ୍ଟନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ୧୨ ଦିନିଆ ରଥଯାତ୍ରା ମହୋତ୍ସବରେ ୧୪.୨୬ ଲକ୍ଷରୁ ଅଧିକ ଦେୟମୁକ୍ତ ଭୋଜନ ବଣ୍ଟନ କରାଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୪ ଜୁଲାଇ ୬ରୁ ଆରମ୍ଭକରି ସୁନାବେଶ ପର୍ଯ୍ୟନ୍ତ ଫାଉଣ୍ଡେଶନ ପକ୍ଷରୁ ଗୁଣ୍ଡିଚା ମନ୍ଦିର ନିକଟ ପୁରୀ ବସ୍‌ଷ୍ଟାଣ୍ଡଠାରେ ପ୍ରତିଦିନ ପାରମ୍ପରିକ ଓଡ଼ିଆ ଖାଦ୍ୟ ଯୋଗାଇ ଦିଆଯାଇଥିଲା।

ଏ ସମ୍ପର୍କରେ ଜେଏସ୍‌ପି ଫାଉଣ୍ଡେଶନର ଚେୟାରପର୍ସନ ଶାଲୁ ଜିନ୍ଦଲ କହିଛନ୍ତି, ରଥଯାତ୍ରା ଆଧ୍ୟାତ୍ମିକତା,ଭକ୍ତି ଓ ଏକତାର ପ୍ରତୀକ। ଏହି ପବିତ୍ର ରଥଯାତ୍ରାରେ ଖାଦ୍ୟ, ପାନୀୟ ଜଳ, ଓଆର୍‌ଏସ୍‌ ଏବଂ ଅନ୍ୟାନ୍ୟ ବ୍ୟବସ୍ଥା କରି ଭକ୍ତଙ୍କ ସେବା କରିବାର ସୁଯୋଗ ପାଇଥିବାରୁ ଆମେ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ କୃତଜ୍ଞ। ସେବା ଯୋଗାଇବାରେ ସହଯୋଗ ନିମନ୍ତେ ସେ ଜିଲ୍ଲା ପ୍ରଶାସନ ଓ ସ୍ଥାନୀୟ ସ୍ବେଚ୍ଛାସେବୀମାନଙ୍କୁ ଧନ୍ୟବାଦ ଜଣାଇଥିଲେ।

ଏହି ସେବା ପାଇଁ ପୁରୀ ବସ୍‌ଷ୍ଟାଣ୍ଡରେ ଏକ ଅସ୍ଥାୟୀ ରୋଷେଇଶାଳା ଏବଂ ଭୋଜନ ପରିବେଷଣ କେନ୍ଦ୍ର ସ୍ଥାପନ କରାଯାଇଥିଲା। ଭକ୍ତମାନଙ୍କ ସେବା ପାଇଁ ୧୦୦ରୁ ଅଧିକ ସ୍ବେଚ୍ଛାସେବୀ ଏବଂ ଜେଏସ୍‌ପିର କର୍ମଚାରୀ ଏହି କେନ୍ଦ୍ରରେ ନିଯୋଜିତ ହୋଇ ସଦ୍ୟ ପ୍ରସ୍ତୁତ ରନ୍ଧାଖାଦ୍ୟ ବଣ୍ଟନ କରୁଥିଲେ। ଖାଦ୍ୟ ପ୍ରସ୍ତୁତି ଏବଂ ବଣ୍ଟନରେ ପରିଚ୍ଛନ୍ନତା ଏବଂ ନିରାପତ୍ତା ମାନଦଣ୍ଡ ପାଳନ ନିମନ୍ତେ ଫାଉଣ୍ଡେଶନ ପକ୍ଷରୁ ବିଶେଷ ପଦକ୍ଷେପ ନିଆଯାଇଥିଲା। ଜେଏସ୍‌ପି ଫାଉଣ୍ଡେଶନ ପକ୍ଷରୁ ସମଙ୍ଗ ପାର୍କିଂ ସ୍ଥଳରେ ମଧ୍ୟ ଏକ ସ୍ବତନ୍ତ୍ର ରୋଷେଇଶାଳ ଓ ଭୋଜନ ପରିବେଷଣ କେନ୍ଦ୍ରରେ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

ବଢିବ କି ପେଟ୍ରୋଲ-ଡିଜେଲ ମୂଲ୍ୟ? କେନ୍ଦ୍ର ସରକାର ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି। ହର୍ମୁଜ ପ୍ରଣାଳୀ ସମ୍ପୂର୍ଣ୍ଣ ବନ୍ଦ ହୋଇପାରେ ବୋଲି ଆଲୋଚନା ହେଉଛି। ଏହା ଭବିଷ୍ୟତରେ…

ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କଲେ ପ୍ରଧାନମନ୍ତ୍ରୀ ମୋଦି, ନିଜ ନାଁରେ କଲେ ଆଉ ଏକ ରେକର୍ଡ

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କରିଛନ୍ତି। ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳକୁ ମିଶାଇ ମୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri