ମାଗଣାରେ କମ୍ପ୍ୟୁଟର ପଢ଼ିବେ ଛାତ୍ରୀଛାତ୍ର, ବିଧାୟକ କହିଲେ ଚଳିତ ବଜେଟ୍‌ରେ…

ଭଞ୍ଜନଗର,୨ା୩(ବାବୁଲା ପ୍ରଧାନ): ଭଞ୍ଜନଗର ମେଡିକାଲ ସମ୍ମୁଖରେ ରବିବାର ନେକ୍ସଟ ଜେନ୍‌ କମ୍ପ୍ୟୁଟର ଏକାଡେମୀ ଉଦ୍‌ଘାଟିତ ହୋଇଯାଇଛି। ଏହାକୁ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ସେ କହିଥିଲେ ଯେ, ଚଳିତ ବଜେଟ୍‌ରେ ସବୁ ବର୍ଗର ଉନ୍ନତି ପାଇଁ ବ୍ୟବସ୍ଥା ହୋଇଛି। ଗରିବ ଛାତ୍ରୀଛାତ୍ର ମାଗଣାରେ ବିଭିନ୍ନ ତାଲିମ ପାଉଛନ୍ତି। ସାଧାରଣ ବର୍ଗର ଛାତ୍ରୀମାନେ ମଧ୍ୟ କିଭଳି ଏହି ଅନୁଷ୍ଠାନରେ ସରକାରୀ ଯୋଜନାରେ ମାଗଣାରେ ପାଠ ପଢ଼ିପାରିବେ ସେଥିପାଇଁ ପଦକ୍ଷେପ ନିଆଯିବ। ଭଞ୍ଜନଗର ଅଞ୍ଚଳର ସମସ୍ତ ଶିକ୍ଷାନୁଷ୍ଠାନର ବିକାଶ ପାଇଁ ପଦକ୍ଷେପ ନିଆଯାଇଛି ବୋଲି ବିଧାୟକ ନାୟକ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏନ୍‌ଏସି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର, ରୋଟାରୀ କ୍ଲବ ସଭାପତି ରଞ୍ଜିତ ବାରିକ, ବିପଦର ବନ୍ଧୁ ଉପଦେଷ୍ଟା କେ.ଶଙ୍କର ନାରାୟଣ ପାତ୍ର, ବିପଦର ବନ୍ଧୁ ଓଡ଼ିଶା ପ୍ରତିଷ୍ଠାତା ଜି. ଶିବରାମ ପାତ୍ର, ଜେଆଇଟିଏମ୍‌ଏସ୍‌ର ନିର୍ଦ୍ଦେଶକ ସହଦେବ ପ୍ରଧାନ, ଓ କେସିଏଲ ନିର୍ଦ୍ଦେଶକ
ଶ୍ରୀକାନ୍ତ ମହାନ୍ତି, ନେକ୍ସଟ ଜେନ କର୍ମକର୍ତ୍ତା ଆଲୋକ ନାୟକ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ନେକ୍ସଟ ଜେନ୍‌ କର୍ମକର୍ତ୍ତା ପ୍ରଶାନ୍ତ ରାଉତ ସଭାରେ ଅଧ୍ୟକ୍ଷତା କରିଥିଲେ। କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ପ୍ରମୂଖ ସହଯୋଗ କରିଥିଲେ। ବିପଦର ବନ୍ଧୁ କର୍ମକର୍ତ୍ତା ଅରକ୍ଷିତ ପରିଚ୍ଛା ସଭାକୁ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନନ୍ଦପୁର ଓକିଲ ସଂଘ ନିର୍ବାଚନ: ଦୟାନିଧି ଦାଶ ସଭାପତି, ସମ୍ପାଦକ ଭାବେ…

ବଞ୍ଚୋ, ୨୮।୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଓକିଲ ସଂଘର ବାର୍ଷିକ ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏହି ନିର୍ବାଚନରେ ଦୟାନିଧି ଦାଶ ସଭାପତି ପଦବୀ ପାଇଁ…

ବେଆଇନ ଭାବେ ଚାଲିଥିଲା ଚିକିତ୍ସା-ଅପରେସନ: ସାହାରା ନର୍ସିଂ ହୋମ ସିଲ, ପୁଣି ଜେଲ ଗଲେ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର):ବିନା ଲାଇସେନ୍ସରେ ବେଆଇନ ଭାବେ ନର୍ସିଂ ହୋମ ଚଳାଇ ରୋଗୀଙ୍କ ଜୀବନ ସହ ଖେଳୁଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଏକ ବଡ଼…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

କଳାହାଣ୍ଡି ଓକିଲ ସଂଘ ନିର୍ବାଚନ: ସନ୍ତୋଷ ପଣ୍ଡା ସଭାପତି, ସମ୍ପାଦକ ଭାବେ ନିର୍ବାଚିତ ହେଲେ…

ଭବାନୀପାଟଣା,୨୮।୩ (ଉତ୍ତମ କୁମାର ଦାଶ)- କଳାହାଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଭବାନୀପାଟଣା ରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଭାବରେ ସନ୍ତୋଷ କୁମାର ପଣ୍ଡା, ସମ୍ପାଦକ…

କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ: ପ୍ରଭାତ ସଭାପତି ଓ ନିତ୍ୟାନନ୍ଦ ଉପ ସଭାପତି ନିର୍ବାଚିତ:

କୋରାପୁଟ ୨୮।୩,(ଅମିତାଭ ବେହେରା ): କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ ଶେଷ ହୋଇଛି । ଲଗାତାର ଚତୁର୍ଥ ଥର ପାଇଁ କୋରାପୁଟ ବାର୍ ଆସୋସିଏଶନର ସଭାପତି ଭାବେ…

ପାରଳାଖେମୁଣ୍ଡି ବାର୍ ଆସୋସିଏଶନ ନିର୍ବାଚନ: ରାମକୃଷ୍ଣ ନାୟକ ସଭାପତି, ଶିବ ପ୍ରସାଦ…

ପାରଳାଖେମୁଣ୍ଡି, ୨୮। ୩ (ଗିରିଧାରୀ ପରିଚ୍ଛା):- ଗଜପତି ଜିଲା ପାରଳାଖେମୁଣ୍ଡି ବାର୍ ଆସୋସିଏଶନ ନିର୍ବାଚନରେ ରାମକୃଷ୍ଣ ନାୟକ ସଭାପତି, ଉପସଭାପତି ଭାବେ ଶିବ ପ୍ରସାଦ ପାଣିଗ୍ରାହୀ ଏବଂ…

ସରିଲା ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ: ବରିଷ୍ଠ ଆଇନଜୀବୀ ବ୍ରଜସୁନ୍ଦର ସଭାପତି, ସମ୍ପାଦକ ହେଲେ…

ରାୟଗଡ଼ା,୨୮।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସମାପ୍ତ ହୋଇଛି । ଏଥିରେ ବରିଷ୍ଠ ଆଇନଜୀବୀ ବ୍ରଜ ସୁନ୍ଦର ନାୟକ ୧୦୬ଖଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri