ପୁଲଓ୍ବାମା ଶହୀଦଙ୍କ ଉଦ୍ଦେଶ୍ୟରେ ମାଗଣା ଯାତ୍ରୀସେବା

ଆନନ୍ଦପୁର, ୧୫।୨(ସ୍ବ.ପ୍ର.) ପୁଲଓ୍ବାମା ଶହୀଦଙ୍କ ଉଦ୍ଦେଶ୍ୟରେ ଯାତ୍ରୀମାନଙ୍କୁ ମାଗଣା ସେବା ଯୋଗାଇ ନିଆରା ଦେଶପ୍ରୀତିର ପରିଚୟ ଦେଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳର ନରେନ୍ଦ୍ର କୁମାର ଯେନା। ନରି ଭାଇ ନାମରେ ସେ ଆଖପାଖ ଅଞ୍ଚଳରେ ଜଣାଶୁଣା। ୧୪ ଓ ୧୫ ତାରିଖ ଦୁଇଦିନ ଧରି ନରି ଭାଇ ନିଜ ଅଟୋ ଯୋଗେ ଯାତ୍ରୀମାନଙ୍କୁ ମାଗଣା ସେବା ଆରମ୍ଭ କରିଛନ୍ତି। ଘସିପୁରା ଝାଡେଶ୍ୱର ମନ୍ଦିର ପରିସରରୁ ସେ ଏହି ସେବାର ଶୁଭାରମ୍ଭ କରିଛନ୍ତି। ଏହି ସେବା ସେ ସକାଳ ୭ରୁ ସନ୍ଧ୍ୟା ୭ଟା ଯାଏ ଦୁଇ ଦିନ ଧରି ଯୋଗାଇଦେବାକୁ ସ୍ଥିର କରିଛନ୍ତି। ଭାଲେଣ୍ଟାଇନ୍‌ ଦିବସକୁ ଶହୀଦ ଦିବସ ଭାବେ ପାଳନ କରିବାକୁ ନରି ଭାଇ ମନସ୍ଥ କରି ଏହି ସେବା ଆରମ୍ଭ କରିଛନ୍ତି। ଆନନ୍ଦପୁର ଫକୀରମୋହନ ବସ୍‌ଷ୍ଟାଣ୍ଡଠାରୁ ଉପଖଣ୍ଡ ଚିକିତ୍ସାଳୟ, ଆନନ୍ଦପୁର କଲେଜ ଏବଂ କନକମଞ୍ଜରୀ ମହିଳା ମହାବିଦ୍ୟାଳୟ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କୁ ମାଗଣା ସେବା ଯୋଗାଇଦେଉଛନ୍ତି। ଏହାସହିତ ଆନନ୍ଦପୁର ବ୍ରିଜଛକ, ଶାଳପଡା ବାଇପାସ୍‌ ଛକ, ଖପରାଖାଇ ବସ୍‌ଷ୍ଟାଣ୍ଡ ପର୍ଯ୍ୟନ୍ତ ଯାତ୍ରୀମାନଙ୍କୁ ମାଗଣାରେ ସେବା ଯୋଗାଇଦିଆଯିବ। କିଛିବର୍ଷ ହେବ ସେ ଏଭଳି ମହତ କାର୍ଯ୍ୟ କରିଆସୁଛନ୍ତି। ୨୦୨୧ରେ ନରି ଭାଇ ୩ଦିନ ଧରି ମାଗଣା ସେବା ଯୋଗାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri