ପୁଲଓ୍ବାମା ଶହୀଦଙ୍କ ଉଦ୍ଦେଶ୍ୟରେ ମାଗଣା ଯାତ୍ରୀସେବା

ଆନନ୍ଦପୁର, ୧୫।୨(ସ୍ବ.ପ୍ର.) ପୁଲଓ୍ବାମା ଶହୀଦଙ୍କ ଉଦ୍ଦେଶ୍ୟରେ ଯାତ୍ରୀମାନଙ୍କୁ ମାଗଣା ସେବା ଯୋଗାଇ ନିଆରା ଦେଶପ୍ରୀତିର ପରିଚୟ ଦେଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳର ନରେନ୍ଦ୍ର କୁମାର ଯେନା। ନରି ଭାଇ ନାମରେ ସେ ଆଖପାଖ ଅଞ୍ଚଳରେ ଜଣାଶୁଣା। ୧୪ ଓ ୧୫ ତାରିଖ ଦୁଇଦିନ ଧରି ନରି ଭାଇ ନିଜ ଅଟୋ ଯୋଗେ ଯାତ୍ରୀମାନଙ୍କୁ ମାଗଣା ସେବା ଆରମ୍ଭ କରିଛନ୍ତି। ଘସିପୁରା ଝାଡେଶ୍ୱର ମନ୍ଦିର ପରିସରରୁ ସେ ଏହି ସେବାର ଶୁଭାରମ୍ଭ କରିଛନ୍ତି। ଏହି ସେବା ସେ ସକାଳ ୭ରୁ ସନ୍ଧ୍ୟା ୭ଟା ଯାଏ ଦୁଇ ଦିନ ଧରି ଯୋଗାଇଦେବାକୁ ସ୍ଥିର କରିଛନ୍ତି। ଭାଲେଣ୍ଟାଇନ୍‌ ଦିବସକୁ ଶହୀଦ ଦିବସ ଭାବେ ପାଳନ କରିବାକୁ ନରି ଭାଇ ମନସ୍ଥ କରି ଏହି ସେବା ଆରମ୍ଭ କରିଛନ୍ତି। ଆନନ୍ଦପୁର ଫକୀରମୋହନ ବସ୍‌ଷ୍ଟାଣ୍ଡଠାରୁ ଉପଖଣ୍ଡ ଚିକିତ୍ସାଳୟ, ଆନନ୍ଦପୁର କଲେଜ ଏବଂ କନକମଞ୍ଜରୀ ମହିଳା ମହାବିଦ୍ୟାଳୟ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କୁ ମାଗଣା ସେବା ଯୋଗାଇଦେଉଛନ୍ତି। ଏହାସହିତ ଆନନ୍ଦପୁର ବ୍ରିଜଛକ, ଶାଳପଡା ବାଇପାସ୍‌ ଛକ, ଖପରାଖାଇ ବସ୍‌ଷ୍ଟାଣ୍ଡ ପର୍ଯ୍ୟନ୍ତ ଯାତ୍ରୀମାନଙ୍କୁ ମାଗଣାରେ ସେବା ଯୋଗାଇଦିଆଯିବ। କିଛିବର୍ଷ ହେବ ସେ ଏଭଳି ମହତ କାର୍ଯ୍ୟ କରିଆସୁଛନ୍ତି। ୨୦୨୧ରେ ନରି ଭାଇ ୩ଦିନ ଧରି ମାଗଣା ସେବା ଯୋଗାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri