Posted inଜାତୀୟ

ବଢୁଛି ମହାରାଷ୍ଟ୍ର ବନ୍ୟା ମୃତ୍ୟୁ ସଂଖ୍ୟା, ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୨୪ ।୭: ମହାରାଷ୍ଟ୍ରରେ ବର୍ଷା ଛାଡି ଯାଇଥିଲେ ବି ବନ୍ୟା ପ୍ରଭାବିତ ଜିଲାର ପରିସ୍ଥିତି ଗମ୍ଭିର ହୋଇ ପଡିଛି । ବନ୍ୟା ପ୍ରଭାବିତ ପ୍ରାୟ ୮୯ ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି । ଏବେ ଏମାନଙ୍କ ଜୀବନ ଜୀବିକାକୁ ନେଇ ପ୍ରଶ୍ନ ଉଠିଛି । ଶନିବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନରେ ଯାଇଛନ୍ତି । ହେଲିକପ୍ଟର ଯୋଗେ ରାୟଗଡ ଯିବା ପରେ ସଡକ ମାର୍ଗରେ ମହାଡ ନିକଟ ତାଲିୟେ ଗାଁ ଗସ୍ତ କରିଛନ୍ତି । ଯେଉଁଠାରେ ଶୁକ୍ରବାର ପାହାଡ ତଳେ ଚାପି ହୋଇ ୫୦ରୁ ଉର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଥିଲା । ପରିଦର୍ଶନ ପରେ ବନ୍ୟା ପ୍ରଭାବିତଙ୍କୁ ସମସ୍ତ ସୁବିଧା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏମାନଙ୍କୁ ମାଗଣା ରାଶନ ଓ କିରୋସିନ ଯୋଗଇ ଦିଆଯିବା ସହ ମୃତକଙ୍କ ପରିବାରକୁ ଆର୍ଥିକ ସାହାଯ୍ୟ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମହାରାଷ୍ଟ୍ର ବନ୍ୟାରେ ଏପର୍ଯ୍ୟନ୍ତ ପାଖାପାଖି ୧୩୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଗକୁ ଏହି ସଂଖ୍ୟା ବଢିବ ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri