Posted inଜାତୀୟ

ଲୋକ ସଭା ନିର୍ବାଚନ ପର୍ଯ୍ୟନ୍ତ ମାଗଣା ରାଶନ, ଯୋଗୀ ସରକାରଙ୍କ ଯୋଜନା…

ଲକ୍ଷ୍ନୌ, ୧୬।୩ : ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ବିଜୟରେ ଆନନ୍ଦିତ ଭାଜପା ସରକାର ରାଜ୍ୟର ୧୫ କୋଟି ଗରିବ ଲୋକଙ୍କୁ ଖୁସି ଖବର ଦେବାକୁ ପ୍ରସ୍ତୁତ ହେଉଛନ୍ତି। ଖବର ମୁତାବକ, ନୂଆ ଭାଜପା ସରକାର ୨୦୨୪ ଲୋକ ସଭା ନିର୍ବାଚନ ପର୍ଯ୍ୟନ୍ତ ମାଗଣା ରାଶନ ବଣ୍ଟନ ଯୋଜନାକୁ ବୃଦ୍ଧି କରିବାକୁ ସରକାର ଯୋଜନା କରିଛନ୍ତି। ଖାଦ୍ୟ ଏବଂ ପରିବହନ ବିଭାଗ ଏହି ପ୍ରସଙ୍ଗରେ ସରକାରଙ୍କ ନିକଟକୁ ପ୍ରସ୍ତାବ ପଠାଇଛି ଏବଂ ଖୁବ ଶୀଘ୍ର ଏହା ଉପରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ।

ଉତ୍ତରପ୍ରଦେଶରେ କରୋନା ମହାମାରୀ ସଙ୍କଟ ସମୟରେ, ଗରିବ ଲୋକଙ୍କୁ ମାଗଣା ରାଶନ ଯୋଗାଇବା ପାଇଁ ଏକ ଯୋଜନା ଆରମ୍ଭ ହୋଇଥିଲା ଯାହାକି ନଭେମ୍ବର ୨୦୨୧ ପର୍ଯ୍ୟନ୍ତ ଜାରି ରଖିବାକୁ ଧାର୍ଯ୍ୟ କରାଯାଇଥିଲା। ତେବେ ବିଧାନସଭା ନିର୍ବାଚନ ଏବଂ କରୋନା ମହାମାରୀ ଯୋଗୁଁ ଲୋକଙ୍କ ଆୟ ଉପରେ ହେଉଥିବା ପ୍ରଭାବକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର ମାର୍ଚ୍ଚ ୨୦୨୨ ଶେଷ ପର୍ଯ୍ୟନ୍ତ ଏହି ଯୋଜନା ଜାରି ରଖିବାକୁ ଘୋଷଣା କରିଥିଲେ।

ଏହି ଯୋଜନା ଅନ୍ତର୍ଗତ ରାଜ୍ୟ ସରକାର ଆନ୍ତୋଦୟ କାର୍ଡଧାରୀଙ୍କୁ ୩୫ କିଲୋଗ୍ରାମ ଖାଦ୍ୟ ଶସ୍ୟ ଏବଂ ଯୋଗ୍ୟ ଗୃହସ୍ଥି କାର୍ଡଧାରୀଙ୍କୁ ତିନି କିଲୋଗ୍ରାମ ଗହମ ଏବଂ ଦୁଇ କିଲୋଗ୍ରାମ ଚାଉଳ ପ୍ରଦାନ କରୁଛନ୍ତି। ଏହା ବ୍ୟତୀତ ଏକ ଲିଟର ତେଲ, ଏକ କିଲୋଗ୍ରାମ ଚଣା ଏବଂ ଲୁଣ ମଧ୍ୟ ମାଗଣାରେ ଯୋଗାଇ ଦିଆଯାଉଛି।

ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ଭାଜପାର ପୁନର୍ବାର ବିଜୟ ପଛରେ ମାଗଣା ରାଶନ ଯୋଜନାର ମଧ୍ୟ ଏକ ବଡ଼ ହାତ ରହିଛି ବୋଲି ବିବେଚନା କରାଯାଉଛି। ତେଣୁ ଲୋକସଭା ନିର୍ବାଚନ ୨୦୨୪ ପର୍ଯ୍ୟନ୍ତ ଭାଜପା ଏହି ଯୋଜନାକୁ ବୃଦ୍ଧି କରିବାକୁ ପ୍ରସ୍ତୁତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri