Posted inଜାତୀୟ

ମାଗଣା ଚାଉଳ-ଗହମ ରାଜନୀତି: ବିହାରରେ ୫ ମାସରେ ସାଢ଼େ ୮କୋଟି ଗରିବ ହେବେ ଉପକୃତ

ପାଟନା, ୨।୭: ଅକ୍ଟୋବର-ନଭେମ୍ବରରେ ବିହାରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏବେ ରାଜ୍ୟରେ ଏନଡିଏ ମେଣ୍ଟ କ୍ଷମତାରରେ ରହିଛି। କେନ୍ଦ୍ର ସରକାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ନେତୃତ୍ୱରେ ରାଜ୍ୟରେ ନିର୍ବାଚନ ଲଢ଼ିବାରେ ଯୋଜନା କରିଛି। ତେବେ ଆସନ ଭାଗବଣ୍ଟା ନେଇ ଭାଜପା ଏବଂ ଜେଡିୟୁ ମଧ୍ୟରେ ମନାନ୍ତର ହେବାର ଆଶଙ୍କା ନ ଥିଲେ ମଧ୍ୟ ରାମବିଳାସ ପାଶଓ୍ବାନଙ୍କ ଏଲ୍‌ଜେପି ଆସନ ବୁଝାମଣାରେ ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି। ଏଲ୍‌ଜେପି ଅଧ୍ୟକ୍ଷ ଚିରାଗ ପାସଓ୍ବାନ ୪୦ ଆସନ ଦାବି କରିଛନ୍ତି। ତେବେ ରାଜ୍ୟରେ ବିଧାନସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାଗଣା ଚାଉଳ ଏବଂ ଗହମ ରାଜନୀତି ଆରମ୍ଭ କରିଦେଇଛନ୍ତି। ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଅନ୍ତର୍ଗତ ଦେଶରେ ନଭେମ୍ବର ପର୍ଯ୍ୟନ୍ତ ମାଗଣାରେ ପ୍ରତିମାସରେ ରାଶନ କାର୍ଡ ଥିବା ଗରିବ ପରିବାରକୁ ଜଣ ପିଛା ୫ କିଲୋ ଚାଉଳ ଅବା ଗହମ ଏବଂ ଏକ କିଲୋ ଡାଲି ଯୋଗାଇ ଦିଆଯିବ। ଏହା ଦ୍ୱାରା ଦେଶର ୮୦ କୋଟିରୁ ଅଧିକ ଗରିବ ଉପକୃତ ହେବେ। ଏହି ଯୋଜନାରେ ଲକ୍ଷେ ୭୦ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ। ସରକାରଙ୍କ ପାଖରେ ବର୍ତ୍ତମାନ ଗଚ୍ଛିତ ଥିବା ଖାଦ୍ୟଶସ୍ୟ ୧୫ ମାସ ପାଇଁ ବଣ୍ଟା ଯାଇପାରିବ। ଏହି ଯୋଜନାରେ ବିହାରର ଆଗାମୀ ୫ ମାସ ମଧ୍ୟରେ ସାଢ଼େ ୮ କୋଟିରୁ ଅଧିକ ଗରିବ ଉପକୃତ ହେବେ। ପ୍ରଧାନମନ୍ତ୍ରୀ ନିଜର ୧୬ ମିନିଟର ଭାଷଣରେ ବିହାରକୁ ଗୁରୁତ୍ୱ ଦେଉଥିବାର ଦେଖିବାକୁ ମିଳିଥିଲା। ସେ ଛଟ୍‌ ଲୋକପର୍ବର ସମ୍ପର୍କରେ ଦୁଇଥର କହିଥିଲେ। ଯୋଜନା ଦେଶ ପାଇଁ ଘୋଷଣା କରାଯାଇଥିଲେ ମଧ୍ୟ ବିହାରର ବିଧାନସଭା ନିର୍ବାଚନ ମୁଖ୍ୟ ଉଦ୍ଦେଶ୍ୟ ଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri